• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ

FNN WEB by FNN WEB
February 9, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ
0
SHARES
4
VIEWS

ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଚରମ ବିଫଳତା

ଭୁବନେଶ୍ୱର: ରାଜ୍ୟର ବିଜେପି ସରକାର ନିର୍ବାଚନୀ ପ୍ରତିଶୃତି ପାଳନରେ ବିଫଳତା ଯୋଗୁ ଚଳିତ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆମ ଚାଷୀ ମାନଙ୍କ ପାଇଁ ଏକ ସଂଘର୍ଷମୟ ସ୍ଥିତି ସୃଷ୍ଟି କରିଛି । ୨୦୨୪ ନିର୍ବାଚନ ସମୟରେ ବିଜେପିର ତାର ନିର୍ବାଚନୀ ଇସ୍ତାହାରର ଦୁଇ ନମ୍ବର ପଏଣ୍ଟରେ ଧାନର ସର୍ବାଧିକ ସହାୟକ ମୂଲ୍ୟ ବୃଦ୍ଧି ଓ କଟନୀ-ଛଟନୀ ସମ୍ପୂର୍ଣ୍ଣ ବନ୍ଦ କରିବା ସମ୍ପର୍କରେ ପ୍ରତିଶୃତି ଦେଇଥିଲା । କିନ୍ତୁ ବାସ୍ତବ ସ୍ଥିତି ହେଉଛି ଯେ ରାଜ୍ୟରେ ଥିବା ମଣ୍ଡି ଗୁଡିକ ଏବେ ନିର୍ଯାତନାର କେନ୍ଦ୍ର ପାଲଟିଯାଇଛି । ରାଜ୍ୟ ସରକାରଙ୍କ ଏପରି ଚରମ ବିଫଳତା ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ସମାଧାନ ଲାଗି ଦୃଷ୍ଟି ଆକର୍ଷଣ କରିଛନ୍ତି । ପ୍ରଥମରେ ସେ ଚିଠିରେ କଟନୀ ଛଟନୀ ନେଇ ଉଲ୍ଲେଖ କରିଛନ୍ତି । ଅନ୍ନଦାତା ମାନଙ୍କଠାରୁ ବିନା କୌଣସି ଅସୁବିଧାରେ ଧାନ ସଂଗ୍ରହ କରିବାକୁ ସରକାର ପ୍ରତିଶୃତି ଦେଇଥିବାବେଳେ ଆର୍ଦ୍ରତା ଓ ନିମ୍ନ ମାନର ଧାନ ଆଦି ବିଭିନ୍ନ ଆଳରେ କ୍ୱିଣ୍ଟାଲ ପିଛା ୫ ରୁ ୭ କେଜି ପର୍ଯ୍ୟନ୍ତ କଟନୀ-ଛଟନୀ କରାଯାଉଛି । ଅନେକ ଜିଲ୍ଲାରେ ଏଭଳି ଶୋଷଣ ଚାଷୀ ମାନଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ହୋଇଛି । ମିଲର ଓ ସ୍ଥାନୀୟ ଅଧିକାରୀମାନଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଚାଷୀମାନେ ସେମାନଙ୍କ କଠିନ ପରିଶ୍ରମର ମୂଲ୍ୟ ପାଉନାହାନ୍ତି ।

ସେହିପରି ୨ ନମ୍ବର ପଏଣ୍ଟରେ ସେ ଉଲ୍ଲେଖ କରିଛନ୍ତି ଇନପୁଟ ସବ୍‌ସିଡି ପ୍ରଦାନ ପାଇଁ ୧୫୦ କ୍ୱିଣ୍ଟାଲ ସିଲିଙ୍ଗ କରିବା ପ୍ରସଙ୍ଗ । ରାଜ୍ୟର ସବୁ ଚାଷୀଙ୍କୁ କ୍ୱିଣ୍ଟାଲ ପିଛା ଇନପୁଟ୍‌ ସବ୍‌ସିଡି ୮୦୦ ଟଙ୍କା ଲେଖାଏଁ ଦେବା ପାଇଁ ବିଜେପି ସରକାର ଘୋଷଣା କରିଥିଲେ । କିନ୍ତୁ ଏହି ସବ୍‌ସିଡି ପାଇଁ ଚାଷୀ ପିଛା ସର୍ବାଧିକ ୧୫୦ କ୍ୱିଣ୍ଟାଲ ସିଲିଙ୍ଗ୍‌ ଧାର୍ଯ୍ୟ କରିବା ପ୍ରତିଶ୍ରୁତି ଭଙ୍ଗର ନିଚ୍ଛକ ଉଦାହରଣ । ଏହି ସିଲିଙ୍ଗ୍‌ ଅଧିକ ଉତ୍ପାଦନ କରୁଥିବା ଚାଷୀ ମାନଙ୍କ ପାଇଁ ଦଣ୍ଡ ସ୍ୱରୂପ ଏବଂ ଏହା ବିଜେପି ସଂକଳ୍ପ ପତ୍ରର ବିରୁଦ୍ଧାଚରଣ କରୁଛି । ଚାଷୀଙ୍କୁ ସେମାନଙ୍କର ସମଗ୍ର ଉତ୍ପାଦନ ଉପରେ ୩୧୦୦ ଟଙ୍କା ଇନପୁଟ୍‌ ସବ୍‌ସିଡି ଦେବା ପାଇଁ ଘୋଷଣାରୁ ସରକାର କାହିଁକି ପଛଘୁଞ୍ଚା ଦେଉଛନ୍ତି ? ନିକଟରେ କେନ୍ଦ୍ର ସରକାର ଧାନର ସଂଗ୍ରହ ମୂଲ୍ୟରେ ୬୯ ଟଙ୍କା ବୃଦ୍ଧି କରିଛନ୍ତି । ଓଡିଶାର ଚାଷୀଙ୍କୁ ଏହି ବର୍ଦ୍ଧିତ ୬୯ ଟଙ୍କା ନ ଦେବା ଏକ ପ୍ରତାରଣା ନୁହେ କି ବୋଲି ସେ ପ୍ରଶ୍ନ କରିଛନ୍ତି । ତୃତୀୟ ପଏଣ୍ଟରେ ନବୀନ ମଣ୍ଡିଗୁଡିକର ଅବ୍ୟବସ୍ଥା ପ୍ରସଙ୍ଗ ଉଠାଇଛନ୍ତି ।

ଧାନ ମଣ୍ଡି ମାନଙ୍କରେ ସଂଗ୍ରହ ପ୍ରକ୍ରିୟା ଆଶ୍ଚର୍ଯ୍ୟଜନକ ଭାବରେ ମନ୍ଥର ଗତିରେ ଚାଲିଛି । ତେଣୁ ଧାନକୁ କାକର ଓ ଚୋରିରୁ ରକ୍ଷା କରିବା ପାଇଁ ଚାଷୀ ମାନଙ୍କୁ ରାତିସାରା ଜଗି ରହିବାକୁ ପଡୁଛି । ମଣ୍ଡି ଗୁଡିକରେ ସର୍ବନିମ୍ନ ସୁବିଧାର ଅଭାବ, ଟୋକନ ବ୍ୟବସ୍ଥାରେ ବିଫଳତା ଏବଂ ପ୍ରାପ୍ୟ ପ୍ରଦାନରେ ଅହେତୁକ ବିଳମ୍ବ ଆଦି ସମସ୍ୟା ଚାଷୀ ମାନଙ୍କୁ ଆନ୍ଦୋଳନାତ୍ମକ ମାର୍ଗ ବାଛିବାକୁ ବାଧ୍ୟ କରୁଛି । ବିଜେପି ନିର୍ବାଚନୀ ଇସ୍ଥାହାରର ଦୁଇ ନମ୍ବର ପଏଣ୍ଟରେ ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ପ୍ରାପ୍ୟ ଦେବା ପାଇଁ କୁହା ଯାଇଥିଲା । କିନ୍ତୁ ଅଧିକାଂଶ କ୍ଷେତ୍ରରେ ଚାଷୀ ମାନଙ୍କୁ ସେମାନଙ୍କର ହକ୍‌ ପାଇବାକୁ ଏକ ସପ୍ତାହରୁ ଅଧିକ ସମୟ ଲାଗୁଛି। ଏହା ବିଜେପିର ନିର୍ବାଚନ ପ୍ରତିଶ୍ରୁତି ପାଳନରେ ବିଫଳତା ନୁହେ କି ବୋଲି ନବୀନ ପ୍ରଶ୍ନ କରିଛନ୍ତି । ଅଭାବୀ ବିକ୍ରିକୁ ନେଇ ସେ ଚତୁର୍ଥ ପଏଣ୍ଟରେ ସେ ଅଭାବୀ ବିକ୍ରି ପ୍ରସଙ୍ଗ ଉଠାଇ ଚାଷୀମାନେ କିପରି ଅସାଧୁ ବ୍ୟବସାୟୀ ଓ ମିଲର ମାନଙ୍କ ଶୋଷଣର ଶିକାର ହେଉଛନ୍ତି ବୋଲି ଉଦବେଗ ପ୍ରକାଶ କରିଛନ୍ତି । ଚାଷୀକୁ ତାର ଋଣ ପରିଶୋଧ କରିବା ପାଇଁ ବାଧ୍ୟ ହୋଇ ସର୍ବନିମ୍ନ ସହାୟକ ମୂଲ୍ୟଠାରୁ ବହୁତ କମ୍‌ ଦରରେ ଧାନ ବିକିବାକୁ ପଡୁଛି । ଓଡିଶାର ଚାଷୀ କାହାର ଦୟା ଚାହାନ୍ତି ନାହିଁ । ସେମାନେ ବିଜେପିର ନିର୍ବାଚନ ପ୍ରତିଶୃତି ମୁତାବକ ସେମାନଙ୍କ ହକ୍ ଚାହାନ୍ତି ବୋଲି ନବୀନ ଦାବି କରିଛନ୍ତି ।

ମଣ୍ଡି ସମସ୍ୟାର ସମାଧାନ ଲାଗି ନବୀନ ପଦକ୍ଷେପ ନେବାକୁ ଦାବି କରିଛନ୍ତି । ପ୍ରଥମେ କଟନୀ ଛଟନୀ ବନ୍ଦ କରିବା ପାଇଁ ତୁରନ୍ତ ମଣ୍ଡି ଗୁଡିକରେ ସ୍ପେଶାଲ ସ୍କ୍ୱାଡ ନିୟୋଜିତ କରାଯାଉ ଏବଂ ଦୋଷୀ ମିଲ୍‌ ମାଲିକ ଓ ସରକାରୀ ଅଫିସରଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । ଦ୍ବିତୀୟରେ ଇନପୁଟ୍‌ ସବ୍‌ସିଡି ପ୍ରଦାନ ପାଇଁ ରଖାଯାଇଥିବା ଚାଷୀ ପିଛା ସର୍ବାଧିକ ୧୫୦ କ୍ୱିଣ୍ଟାଲ ସିଲିଙ୍ଗ ସର୍ତ୍ତ ତୁରନ୍ତ ପ୍ରତ୍ୟାହାର କରାଯାଉ ଏବଂ ରେଜେଷ୍ଟ୍ରିଭୁକ୍ତ ସବୁ ଚାଷୀଙ୍କ ଠାରୁ ସବୁ ଧାନ କିଣାଯାଉ। ତୃତୀୟରେ, ବିଜେପିର ନିର୍ବାଚନ ପ୍ରତିଶୃତି ଅନୁଯାୟୀ ସବୁ ଚାଷୀଙ୍କୁ ଧାନ ସଂଗ୍ରହର ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରାଯାଉ । ଚତୁର୍ଥରେ, ୭୨ ଘଣ୍ଟା ମଧ୍ୟରେ ମଣ୍ଡି ଗୁଡିକରେ ଖୋଲାରେ ପଡିଥିବା ସବୁ ଧାନ ଗୁଡିକୁ ଶତ ପ୍ରତିଶତ ଉଠାଯିବାକୁ ନବୀନ ଦାବି କରିଛନ୍ତି ।

Previous Post

କିଟ୍‍ ରେ ଓଡ଼ିଶା ଅର୍ଥନୈତିକ ସଂଘର ୫୮ତମ ବାର୍ଷିକ ସମ୍ମିଳନୀ ଉଦ୍‍ଯାପିତ

Next Post

ଲିଙ୍ଗରାଜଙ୍କ ଜାଗର ଯାତ୍ରା ନେଇ ସମୀକ୍ଷା: ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନ ଉପରେ ଗୁରୁତ୍ୱ

FNN WEB

FNN WEB

Next Post
ଲିଙ୍ଗରାଜଙ୍କ ଜାଗର ଯାତ୍ରା ନେଇ ସମୀକ୍ଷା: ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନ ଉପରେ ଗୁରୁତ୍ୱ

ଲିଙ୍ଗରାଜଙ୍କ ଜାଗର ଯାତ୍ରା ନେଇ ସମୀକ୍ଷା: ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନ ଉପରେ ଗୁରୁତ୍ୱ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.