• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 13, 2026
in ଓଡ଼ିଶା, ମୁଖ୍ୟ ଖବର
0
ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
0
SHARES
5
VIEWS

ନବରଙ୍ଗପୁର ସମେତ ଭଦ୍ରକ, ବାରିପଦା, ସମ୍ବଲପୁର, ଏବଂ ବ୍ରହ୍ମପୁର ଠାରୁ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ
ଆସନ୍ତା ୪ ବର୍ଷରେ ଏହି ଯୋଜନାରେ ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଜଗତର ନାଥ, ତେଣୁ ତାଙ୍କ ଦର୍ଶନ ପାଇଁ କୌଣସି ବାଧା ରହିବା ଉଚିତ ନୁହେଁ। ପ୍ରତିଟି ଓଡିଆ ଯେପରି ଜୀବନରେ ଅନ୍ତତଃ ଥରେ ସମ୍ମାନର ସହ ମହାପ୍ରଭୁଙ୍କ ଦର୍ଶନ ପାଇବେ, ଏହି ଚିନ୍ତାଧାରା ରଖି ଆମ ସରକାର ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କରିଛନ୍ତି ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ ଏବଂ ସରକାରୀ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଯେଉଁ ଦିନ ପ୍ରତିଟି ଗରିବ ଲୋକ ବିନା କୌଣସି ବାଧାରେ ମହାପ୍ରଭୁଙ୍କ ଚକାନୟନ ସହ ଆଖି ମିଳାଇ ପାରିବ ଏବଂ ଶ୍ରଦ୍ଧାରେ ଲୁହ ଝରାଇବ, ସେହିଦିନ ହିଁ ମୋର ମୁଖ୍ୟମନ୍ତ୍ରୀ ପଦ ସାର୍ଥକ ହେବ ଏବଂ ମୋ ପାଇଁ ସେହି ଭକ୍ତର ସନ୍ତୋଷ ହିଁ ହେବ ସର୍ବଶ୍ରେଷ୍ଠ ପୁରସ୍କାର।

ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟର ନବରଙ୍ଗପୁର, ଭଦ୍ରକ, ବାରିପଦା, ସମ୍ବଲପୁର, ଏବଂ ବ୍ରହ୍ମପୁରଠାରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ ହୋଇଛି। ୫ଟି ଜିଲ୍ଲାରୁ ପ୍ରାୟ ୫୦୦ ଶ୍ରଦ୍ଧାଳୁ ତୀର୍ଥଯାତ୍ରୀ ଏସ୍କଟ ଅଫିସରଙ୍କ ସହିତ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି। ଏହି ଯୋଜନାରେ ଚଳିତ ବର୍ଷ ରାଜ୍ୟର ୫ ହଜାର ହିତାଧିକାରୀ ଏବଂ ଆସନ୍ତା ୪ ବର୍ଷ ମଧ୍ୟରେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀଙ୍କୁ ମହାପ୍ରଭୁଙ୍କ ଦର୍ଶନ କରାଇବାର ଲକ୍ଷ୍ୟ ରହିଛି। ଆର୍ଥିକ ଦୁର୍ବଳ ଶ୍ରେଣୀର ୬୦ ରୁ ୭୫ ବର୍ଷ ବୟସ ସୀମା ମଧ୍ୟରେ ଥିବା ବରିଷ୍ଠ ନାଗରିକ ଓ ୭୫ ବର୍ଷ ବୟସ ମଧ୍ୟରେ ଥିବା ସମସ୍ତ ବିଧବା ମା’ ମାନଙ୍କୁ ଏହି ଯୋଜନାରେ ସାମିଲ କରାଯାଉଛି। ଯୋଜନାର ହିତାଧିକାରୀମାନଙ୍କୁ ଏସି ବସରେ ଯାତାୟତ ସହ ପୁରୀ ବୃନ୍ଦାବତୀ ନିବାସରେ ରହଣି ଓ ମହାପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି।

ଏଥି ସହିତ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲାବାସୀଙ୍କ ବହୁ ଆକାଂକ୍ଷିତ ମେଡିକାଲ କଲେଜର ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ନବରଙ୍ଗପୁରର ପାତାଲଗୁଡାଠାରେ ୫୦ ଏକରରୁ ଉର୍ଦ୍ଧ୍ୱ ଜାଗା ଉପରେ ପ୍ରତିଷ୍ଠା ହେବାକୁ ଥିବା ଏହି ମେଡିକାଲ କଲେଜ ଓ ହସ୍ପିଟାଲରେ ୧୦୦ ଏମ୍.ବି.ବି.ଏସ୍ ସିଟ ଓ ୪୨୦ଟି ଶଯ୍ୟା ରହିବ। ଏହି ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ପରେ ଜିଲ୍ଲାବାସୀ ଉନ୍ନତ ମାନର ଚିକିତ୍ସା ସୁବିଧା ପାଇଁ ଆଉ ଜିଲ୍ଲା ବାହରକୁ ଯିବେ ନାହିଁ, ସମସ୍ତ ଅତ୍ୟାଧୁନିକ ଚିକିତ୍ସା ଜିଲ୍ଲା ଭିତରେ ହିଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଆସିବାର ମାତ୍ର ୨୦ ମାସ ମଧ୍ୟରେ ଯାଜପୁର, କନ୍ଧମାଳ ଓ ତାଳଚେରରେ ୩ଟି ନୂଆ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। ଏଥି ସହିତ ଆଉ ୪ଟି ମେଡିକାଲ କଲେଜ ଆମର ପ୍ରତିଶ୍ରୁତି ଥିଲା। ଆଜି ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ପାଇଁ ଶୁଭ ଦିଆଗଲା। ଖୁବ୍ ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର ଓ ଭଦ୍ରକରେ ମଧ୍ୟ ମେଡିକାଲ କଲେଜ ସ୍ଥାପନ ହେବ। ରାଜ୍ୟବାସୀଙ୍କୁ ଗୁଣାତ୍ମକମାନର ସ୍ୱାସ୍ଥ୍ୟସେବା ଓ ରାଜ୍ୟରେ ଡାକ୍ତର ଅଭାବ ଦୂର କରିବା ପାଇଁ ଏହା ହେଉଛି ଆମ ସରକାରଙ୍କ ପ୍ରତିବଦ୍ଧତାର ପ୍ରତିଫଳନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲା ପାଇଁ ୪୪୬ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୭୭ଟି ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୬୮ କୋଟି ଟଙ୍କା ମୂଲ୍ୟର ୧୧୨ଟି ପ୍ରକଳ୍ପର ଉଦ୍‍ଘାଟନ ଓ ୩୭୮ କୋଟି ଟଙ୍କା ମୂଲ୍ୟର ୬୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ରହିଛି। ଶିକ୍ଷା, ସ୍ୱାସ୍ଥ୍ୟସେବା, ସଡକ, ସେତୁ, ହଷ୍ଟେଲ, ବନ ସୁରକ୍ଷା ସମିତି, ଅଙ୍ଗନବାଡି କେନ୍ଦ୍ର ଆଦି ଏହି ସବୁ ପ୍ରକଳ୍ପ ଗୁଡିକ ନବରଙ୍ଗପୁରର ବିକାଶ ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ନବରଙ୍ଗପୁର ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ପାଇଁ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଗମନାଗମନ, ମହିଳା ସଶକ୍ତିକରଣ ଓ ଆତ୍ମନିର୍ଭରତା କ୍ଷେତ୍ରରେ ଜିଲ୍ଲା ଯେପରି ଶୀର୍ଷ ସ୍ଥାନରେ ପହଞ୍ଚିବ, ସେ ଦିଗରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ ପଦକ୍ଷେପ ନେଉଛନ୍ତି। ନବରଙ୍ଗପୁର ରାଜ୍ୟ ରାଜଧାନୀ ଠାରୁ ବହୁ ଦୂରରେ ଥିଲେ ମଧ୍ୟ ବିକାଶ କେବେ ଜିଲ୍ଲା ପାଇଁ ଦୂର ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ହିତାଧିକାରୀଙ୍କୁ କିଟ୍ ବ୍ୟାଗ ପ୍ରଦାନ କରିବା ସହିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଓ ସାମାଜିକ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିଥିଲେ। ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ଓ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେ ଯେ, ଜୀବନରେ ସମସ୍ତଙ୍କ ଲକ୍ଷ୍ୟ ଥାଏ ଥରଟିଏ ଶ୍ରୀମନ୍ଦିର ଯାଇ ବାଇଶି ପାହାଚ ଚଢିବା ପାଇଁ। ସାଧାରଣ ଲୋକର ମନର ଭାବନାକୁ ରୂପାନ୍ତରିତ କରି ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ବ୍ୟବସ୍ଥା କରିଛୁ। ଏହି ଯୋଜନା ହେଉଛି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଯୋଜନା। ଜିଲ୍ଲାବାସୀଙ୍କ ପାଇଁ ମେଡିକାଲ କଲେଜ ଲାଇଫ୍ ଲାଇନ୍ ହେବ ବୋଲି ସେ କହିଥିଲେ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଥିଲେ ଯେ, ତିନି ଦଶନ୍ଧି ତଳେ ଓଡିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା । ଆଜି ଡବଲ ଇଞ୍ଜିନ ସରକାରରେ ମାତ୍ର ୧୮ ମାସ ମଧ୍ୟରେ ସବୁ ଜିଲ୍ଲାରେ ଆବଶ୍ୟକତା ଅନୁଯାୟୀ ମେଡିକାଲ କଲେଜ ଖୋଲିବା ପାଇଁ ଆମେ ପଦକ୍ଷେପ ନେଇଛୁ। ୨୦୨୪-୨୫ ରେ ରାଜ୍ୟରେ ୯ଟି ସରକାରୀ ମେଡିକାଲ କଲେଜ ଖୋଲିବା ପାଇଁ ସ୍ଥିରୀକୃତ ହୋଇଛି। ଆମର ଲକ୍ଷ୍ୟ ରାଜ୍ୟବାସୀଙ୍କୁ ଗୁଣାତ୍ମକ ଚିକିତ୍ସା ସୁବିଧା ଯୋଗାଇଦେବା ସହ ରାଜ୍ୟରୁ ଡାକ୍ତର ଅଭାବ ଦୂର କରିବା।

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଖୁବ୍ ଅଳ୍ପଦିନ ମଧ୍ୟରେ ନବରଙ୍ଗପୁରରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ପଦକ୍ଷେପ ନେଇଥିବାରୁ ଜିଲ୍ଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ, ଯେଉଁ କାମ ଦୀର୍ଘ ବର୍ଷ ଧରି ହୋଇପାରୁ ନଥିଲା, ମାତ୍ର ୧୮ ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ତାହା କରି ଦେଖାଇଦେଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ କେବଳ ସ୍ୱାସ୍ଥ୍ୟସେବା ନୁହେଁ, ଶିକ୍ଷା, ଗମନାଗମନ ଓ କୃଷି ଆଦି ସବୁ କ୍ଷେତ୍ରରେ ବିକାଶ ହେଉଛି।

ଏହି ଅବସରରେ ନବରଙ୍ଗପୁର ସାଂସଦ ଶ୍ରୀ ବଳଭଦ୍ର ମାଝୀ, ରାଜ୍ୟସଭା ସାଂସଦ ମୁଜ୍ଜିବୁଲ୍ଲା ଖାଁ, ନବରଙ୍ଗପୁର ବିଧାୟକ ଶ୍ରୀ ଗୌରୀଶଙ୍କର ମାଝୀ, ଝରିଗାଁ ବିଧାୟକ ଶ୍ରୀ ନରସିଂହ ଭତ୍ରା ଜିଲ୍ଲାବାସୀଙ୍କୁ କଥା ଦେଇ କଥା ରଖିଥିବାରୁ ଏବଂ ଜିଲ୍ଲାବାସୀଙ୍କ ବହୁଦିନର ଦାବୀ ପୂରଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, କୋଟପାଡ ବିଧାୟକ ରୁପୁ ଭତ୍ରା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ

ଶ୍ରୀ ଏନ୍.ବି.ଏସ୍ ରାଜପୁତ, ନବରଙ୍ଗପୁର ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ। ଆଭାସୀ ମାଧ୍ୟମରେ ସମ୍ବଲପୁରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ଛତ୍ରପୁରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ବିଧାୟକ ଶ୍ରୀ କୃଷ୍ଣଚନ୍ଦ୍ର ନାୟକ ଓ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଅଶ୍ୱତୀ ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲବନ୍ତ ସିଂ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ପାରାଦ୍ୱୀପ ଠାରେ ପ୍ରମୁଖ ଶିଳ୍ପ ଓ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ପ୍ରଗତି ସମୀକ୍ଷା

Next Post

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

FNN WEB

FNN WEB

Next Post
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.