• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ସୁଭଦ୍ରା’ ଯୋଜନାକୁ କେନ୍ଦ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀଙ୍କ ପ୍ରଶଂସା

FNN WEB by FNN WEB
February 25, 2026
in ଓଡ଼ିଶା, ମୁଖ୍ୟ ଖବର
0
‘ସୁଭଦ୍ରା’ ଯୋଜନାକୁ କେନ୍ଦ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀଙ୍କ ପ୍ରଶଂସା
0
SHARES
12
VIEWS

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପ-ମୁଖ୍ୟମନ୍ତ୍ରୀ ତଥା ବିଭାଗୀୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏଥିରେ ଅଧ୍ୟକ୍ଷତା କରିଥିଲେ।

ବୈଠକରେ କେନ୍ଦ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ରାଜ୍ୟ ସରକାରଙ୍କ ପ୍ରମୁଖ ‘ସୁଭଦ୍ରା’ ଯୋଜନାର ଉଚ୍ଚ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ, “ଯେତେବେଳେ ସରକାରୀ ସହାୟତା ସିଧାସଳଖ ମହିଳାଙ୍କ ବ୍ୟାଙ୍କ ଖାତାକୁ ଯାଏ, ତାହା ସେମାନଙ୍କ ଆର୍ଥିକ ସ୍ୱାଧୀନତା ଓ ସଶକ୍ତିକରଣକୁ ସୁନିଶ୍ଚିତ କରିଥାଏ।” ଏଥି ସହ ସେ ଅଙ୍ଗନୱାଡି କେନ୍ଦ୍ର ମାନଙ୍କରେ ‘ତିଥି ଭୋଜନ’ ଆୟୋଜନ ତଥା ପୋଷଣ ଦିବସ ଅଥବା ପୋଷଣ ସପ୍ତାହ ପାଳନ କରିବା ପାଇଁ ପରାମର୍ଶ ଦେଇଛନ୍ତି । ସେ ନାଗରିକ ଏବଂ ସରକାରଙ୍କ ମଧ୍ୟରେ ସମନ୍ୱିତ ପ୍ରୟାସ ରାଜ୍ୟରୁ ଅପପୁଷ୍ଟି ନିର୍ମୂଳ କରିବାରେ ଯଥେଷ୍ଟ ସହାୟକ ହୋଇପାରିବ ବୋଲି ମତ ପ୍ରକାଶ କରିଛନ୍ତି । ଓଡ଼ିଶାର ଗ୍ରାମାଞ୍ଚଳରେ ସରକାରଙ୍କର ବିଭିନ୍ନ ଯୋଜନାର ସକରାତ୍ମକ ପ୍ରଭାବ ଦେଖି ସେ ସନ୍ତୋଷ ପ୍ରକାଶ କରିବା ସହ କେନ୍ଦ୍ର-ରାଜ୍ୟ ସମନ୍ୱୟ ମାଧ୍ୟମରେ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ।

​​​​​​​ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ତାଙ୍କ ଉଦ୍‌ବୋଧନରେ କହିଥିଲେ ଯେ, ମହିଳାଙ୍କ ସାମଗ୍ରିକ ସଶକ୍ତିକରଣ ଓ ଶିଶୁଙ୍କ ସୁରକ୍ଷିତ ଭବିଷ୍ୟତ ରାଜ୍ୟ ସରକାରଙ୍କ ପ୍ରଥମ ପ୍ରାଥମିକତା। ଆସନ୍ତା ୮ ମାର୍ଚ୍ଚ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଜମା ହେବାକୁ ଯାଉଥିବାରୁ, ଏହାର ସମୟୋପଯୋଗୀ ଓ ପାରଦର୍ଶୀ ବିତରଣ ପାଇଁ ବିଭାଗ କାମ କରୁଛି। ଏହା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ୱୟରେ ଚାଲିଥିବା ଯୋଜନାଗୁଡ଼ିକ ମାଧ୍ୟମରେ ମହିଳା ଓ ଶିଶୁଙ୍କ ଜୀବନମାନ ଉନ୍ନତ କରିବା ଦିଗରେ ଓଡ଼ିଶା ଆଗୁଆ ହେଉଛି ବୋଲି ସେ ମତ ରଖିଥିଲେ ।

ବୈଠକରେ ପୋଷଣ, ସୁରକ୍ଷା ଓ ଶିକ୍ଷା , ଏହି ତିନି ମୂଳ ମାର୍ଗରେ ଶିଶୁ ଓ ମହିଳାଙ୍କ ବିକାଶ ପାଇଁ ଚାଲିଥିବା କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ବିସ୍ତୃତ ସମୀକ୍ଷା ହୋଇଥିଲା। ମିଶନ ବାତ୍ସଲ୍ୟ, ଆଶୀର୍ବାଦ, ଯଶୋଦା ଏବଂ ବେଟି ବଚାଓ ବେଟି ପଢ଼ାଓ ପରି ଯୋଜନାର ପ୍ରଭାବ ଉପରେ ଅଧିକାରୀମାନେ ତଥ୍ୟ ଉପସ୍ଥାପନ କରିଥିଲେ। ଦୂରଗାମୀ ଓ ଜନଜାତି ଅଞ୍ଚଳରେ କାର୍ଯ୍ୟାନ୍ୱୟନ, କୁପୋଷଣ ଓ ଶିଶୁ ବିବାହ ପରି ଆହ୍ୱାନଗୁଡ଼ିକର ମୁକାବିଲା ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି ବୈଠକରେ ବିଭାଗର କମିଶନର ତଥା ଶାସନ ସଚିବ ଡ. ମୃଣାଳିନୀ ଦର୍ସ୍ୱାଲ ଓ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀଙ୍କ ସହ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ସମୀକ୍ଷା ବୈଠକ ମାଧ୍ୟମରେ ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁସ୍ଥ ଓ ସୁରକ୍ଷିତ ଭବିଷ୍ୟତ ପାଇଁ ନୂତନ ଦିଗ ନିର୍ଦ୍ଦେଶ ମିଳିଛି।

Previous Post

ଗ୍ରାମ ପଞ୍ଚାୟତ ସ୍ତରୀୟ ସମନ୍ୱୟ ମେଳା

Next Post

ବଳଦେବ ଜୀଉଙ୍କ ରଥ ନିର୍ମାଣ ଲାଗି କୋଟିଏ ଟଙ୍କାର ସ୍ୱତନ୍ତ୍ର ଅନୁଦାନ

FNN WEB

FNN WEB

Next Post
ବଳଦେବ ଜୀଉଙ୍କ ରଥ ନିର୍ମାଣ ଲାଗି କୋଟିଏ ଟଙ୍କାର ସ୍ୱତନ୍ତ୍ର ଅନୁଦାନ

ବଳଦେବ ଜୀଉଙ୍କ ରଥ ନିର୍ମାଣ ଲାଗି କୋଟିଏ ଟଙ୍କାର ସ୍ୱତନ୍ତ୍ର ଅନୁଦାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.