• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସମୃଦ୍ଧ ଓଡ଼ିଶା ଗଠନରେ ମାର୍ଗଦର୍ଶନ ପାଇଁ ବିଚାରବିମର୍ଷ ଆବଶ୍ୟକ : ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 28, 2026
in ଓଡ଼ିଶା, ମୁଖ୍ୟ ଖବର
0
ସମୃଦ୍ଧ ଓଡ଼ିଶା ଗଠନରେ ମାର୍ଗଦର୍ଶନ ପାଇଁ ବିଚାରବିମର୍ଷ ଆବଶ୍ୟକ : ମୁଖ୍ୟମନ୍ତ୍ରୀ
0
SHARES
3
VIEWS

୨୦ ମାସରେ ଅଭିବୃଦ୍ଧି ହାର ୭.୯%
୨୦ ଲକ୍ଷ କୋଟିର ପୁଞ୍ଜି ଆକର୍ଷଣ
୧୦୯ ଟି ପ୍ରକଳ୍ପରେ ୧.୭୬ ଲକ୍ଷ ନିଯୁକ୍ତି ସୃଷ୍ଟି
ପ୍ରଥମ ଥର ପାଇଁ ୩ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିବ ରାଜ୍ୟ ବଜେଟ

ଭୁବନେଶ୍ୱର : ଗତ ୨୦ ମାସ ଧରି ରାଜ୍ୟ ସରକାର “ବିକଶିତ ଓଡ଼ିଶା- ବିକଶିତ ଭାରତ” ଦୃଷ୍ଟିକୋଣକୁ ଅର୍ଥନୈତିକ ଅଭିବୃଦ୍ଧି, ସାମାଜିକ ପରିବର୍ତ୍ତନ, ଭିତ୍ତିଭୂମି ସଂପ୍ରସାରଣ ଓ ସାଂସ୍କୃତିକ ପୁନରୁତ୍ଥାନ ମାଧ୍ୟମରେ ରୂପାୟନ କରିବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନସନ ସେଣ୍ଟର ଠାରେ ଆୟୋଜିତ “ବିକାଶ ମନ୍ଥନ 1.0 : ଗଭର୍ଣ୍ଣାନ୍‌ସ ଇନ୍ ଆକ୍ସନ୍” କାର୍ଯ୍ୟକ୍ରମର ଉଦ୍‌ଯାପନୀରେ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଦୃଢ଼ ନେତୃତ୍ୱ, ସ୍ପଷ୍ଟ ନୀତି ଓ ସାମୂହିକ ସଙ୍କଳ୍ପ ଦ୍ୱାରା ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଦୟ ହୋଇପାରିଛି। ଏଭଳି କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିବାରୁ ଏହାର ସହଆୟୋଜକ Odisha Centre for Integrated Development (OCID) ର ଉଚ୍ଚ ପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ । ସେ କହିଥିଲେ ଯେ, ସମୃଦ୍ଧ ଓଡ଼ିଶା ଗଠନରେ ସ୍ପଷ୍ଟ ମାର୍ଗଦର୍ଶନ ପାଇଁ ଏଭଳି ବିଚାରବିମର୍ଷ ଅତ୍ୟନ୍ତ ଜରୁରୀ ।

ଚଳିତ ବର୍ଷ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ୭.୯ ପ୍ରତିଶତ ରହିଛି, ଯାହା ଜାତୀୟ ହାରଠାରୁ ଅଧିକ। ଗତ ୨୦ ମାସରେ ରାଜ୍ୟକୁ ପ୍ରାୟ ୨୦ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆକର୍ଷଣ କରାଯାଇଛି। ୨ ଲକ୍ଷ ୪୦ ହଜାର କୋଟି ଟଙ୍କାର ୧୦୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସହ ଉଦ୍‌ଘାଟନ ହୋଇଥିବା ବେଳେ ପ୍ରାୟ ୧ ଲକ୍ଷ ୭୬ ହଜାର ନିଯୁକ୍ତି ସୃଷ୍ଟି ହୋଇଛି। ସେ କହିଥିଲେ ଯେ Ease of Doing Business କ୍ଷେତ୍ରରେ ଓଡ଼ିଶା ଜାତୀୟ ସ୍ତରରେ ସ୍ୱୀକୃତି ପାଇଛି। ଇଲେକ୍ଟ୍ରୋନିକ୍ସ, କୃତ୍ତିମ ବୁଦ୍ଧିମତ୍ତା, Global Capability Centers ଓ ସେମିକଣ୍ଡକ୍ଟର କ୍ଷେତ୍ରରେ ନୂତନ ନୀତି ପ୍ରସ୍ତୁତ କରାଯାଇଛି। ଓଡ଼ିଶାକୁ ଏକ ଡିଜିଟାଲ ଓ ଶିଳ୍ପ ଶକ୍ତିକେନ୍ଦ୍ରରେ ପରିଣତ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ରାଜ୍ୟର ବଜେଟ ପ୍ରଥମଥର ପାଇଁ ୩ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିବାକୁ ଯାଉଛି। ଭିତ୍ତିଭୂମି ଉନ୍ନତି ପାଇଁ ଚଳିତ ବଜେଟରେ ୭୨ ହଜାର ୧୦୦ କୋଟି ଟଙ୍କାର ପ୍ରାବଧାନ କରାଯାଇଛି, ଯାହା GSDP ର ୬.୫ ପ୍ରତିଶତ। ବଡ଼ ରାଜ୍ୟମାନଙ୍କ ମଧ୍ୟରେ ଓଡ଼ିଶାର ଋଣ ହାର ସବୁଠାରୁ କମ୍ ରହିଥିବା ବେଳେ ଏହା ୧୩.୬ ପ୍ରତିଶତ ରହିଛି, ଯାହା FRBM ସୀମାଠାରୁ ଯଥେଷ୍ଟ କମ୍। ସେ ଆହୁରି କହିଥିଲେ ଯେ ‘ସୁଭଦ୍ରା’ ଯୋଜନାରେ ଏକ କୋଟିରୁ ଅଧିକ ମହିଳା ଆର୍ଥିକ ସ୍ୱାଧୀନତା ହାସଲ କରିଥିବା ବେଳେ ପ୍ରାୟ ୧୭ ଲକ୍ଷ ମହିଳା ଲକ୍ଷପତି ଦିଦି ହୋଇପାରିଛନ୍ତି। ଧାନ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କା ପ୍ରଦାନ ଫଳରେ ଚାଷୀମାନଙ୍କର ଭରସା ବଢ଼ିଛି। ୨୦୨୪–୨୫ ମସିହାରେ ରେକର୍ଡ ୯୨.୬୩ ଲକ୍ଷ ମେଟ୍ରିକ ଟନ୍ ଧାନ କିଣାଯାଇଥିବା ବେଳେ ୨୮,୭୧୫ କୋଟି ଟଙ୍କା ପ୍ରଦାନ କରାଯାଇଛି।

ଶିକ୍ଷା କ୍ଷେତ୍ରରେ ୪୫ ହଜାର ଶିଶୁବାଟିକା ଖୋଲାଯାଇଥିବା ବେଳେ ୨୦ ହଜାରରୁ ଅଧିକ ଶିକ୍ଷକ ପଦବୀ ପୂରଣ କରାଯାଇଛି। ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୧୨ ହଜାର କୋଟି ଟଙ୍କା ବ୍ୟୟରେ ୨୨୦୦ଟି ବିଦ୍ୟାଳୟ ସ୍ଥାପନ କରାଯାଉଛି। ସ୍ୱାସ୍ଥ୍ୟ କ୍ଷେତ୍ରରେ ୨୦୨୬–୨୭ ବର୍ଷ ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ପ୍ରସ୍ତାବ ରହିଛି। ଆୟୁଷ୍ମାନ ଭାରତ–ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୧.୦୩ କୋଟି ପରିବାରର ୩.୪୭ କୋଟି ଲୋକ ଉପକୃତ ହେଉଛନ୍ତି।

ସେ ଉଲ୍ଲେଖ କରିଥିଲେ ଯେ ରାଜ୍ୟର ସମସ୍ତ ଗ୍ରାମକୁ ୨୦୨୭ ମାର୍ଚ୍ଚ ସୁଦ୍ଧା ପାଇପ ପାଣି ଯୋଗାଇବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଭୁବନେଶ୍ୱର–କଟକ–ପୁରୀ–ପାରାଦୀପ ଇକୋନୋମିକ ରିଜିଅନ (BCPPER) ର ଅର୍ଥନୀତିକୁ ୨୦୪୭ ସୁଦ୍ଧା ୫୦୦ ବିଲିଅନ ଡଲାର କରିବା ପାଇଁ ଲକ୍ଷ୍ୟ ରହିଛି। ସାଂସ୍କୃତିକ କ୍ଷେତ୍ରରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପାଇଁ କର୍ପସ ପାଣ୍ଠି ଗଠନ, ଐତିହ୍ୟ ଗ୍ରାମ ସୁରକ୍ଷା ଓ ବାଲିଯାତ୍ରାକୁ ବିଶ୍ୱସ୍ତରରେ ପ୍ରଚାର କରାଯାଉଛି। ୪୮ ବର୍ଷ ପରେ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି କରାଯାଉଛି ବୋଲି ସେ ଉଲ୍ଲେଖ କରିଥିଲେ। ଏହି ଦୁଇଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀରେ ୫୦୦ରୁ ଅଧିକ ନୀତି ନିର୍ଦ୍ଧାରକ, ଅଧିକାରୀ ଓ ବିଶେଷଜ୍ଞ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ତଥା ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ କୁମାର ସିଂ ଦେଓ ପ୍ରମୁଖ ଉପସ୍ଥିତ ଥିଲେ । ଓସିଆଇଡି ସଂଗଠନ ସଚିବ ଶ୍ରୀ ରାଣା ପୃଥ୍ୱୀରାଜ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଦଳ ବିରୋଧରେ କହିବା ମହଙ୍ଗା ପଡିଲା, ବିଜେଡିରୁ ପ୍ରଭାତ ବିଶ୍ବାଳ ବହିଷ୍କୃତ

Next Post

ଅଲେଖ ଧର୍ମର ୧୫୦ ତମ ବାଲ୍ୟଲୀଳା ମହୋତ୍ସବ-୨୦୨୬,ବଡ଼ଆଗୁଳ ଠାରେ ଅନୁଷ୍ଠିତ

FNN WEB

FNN WEB

Next Post
ଅଲେଖ ଧର୍ମର ୧୫୦ ତମ ବାଲ୍ୟଲୀଳା ମହୋତ୍ସବ-୨୦୨୬,ବଡ଼ଆଗୁଳ ଠାରେ ଅନୁଷ୍ଠିତ

ଅଲେଖ ଧର୍ମର ୧୫୦ ତମ ବାଲ୍ୟଲୀଳା ମହୋତ୍ସବ-୨୦୨୬,ବଡ଼ଆଗୁଳ ଠାରେ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.