• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

FNN WEB by FNN WEB
March 5, 2026
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ
0
SHARES
1
VIEWS

ଭୁବନେଶ୍ୱର : ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ । ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ ବୈପ୍ଳବିକ ଜୀବନଶୈଳୀ ଦ୍ୱାରା ଉତ୍କଳ ଜନନୀର ‘ବୀରପ୍ରସବିନୀ’ ନାମକୁ ସେ ଯଥାର୍ଥରେ ପ୍ରତିପାଦିତ କରିପାରିଛନ୍ତି । ଜାତିର ମୁକ୍ତିଦାତା ସାଜି ଧରାପୃଷ୍ଠରେ ଅବତରଣ କରିଥିବା ଏହି ଯଶସ୍ୱୀ ଯୋଗଜନ୍ମା । ତାଙ୍କ ଜୀବଦ୍ଦଶାରେ ସେବା, ତ୍ୟାଗ, ପରୋପକାର ଓ ନିଷ୍ଠା ପରି ମାନବୀୟ ଗୁଣଗୁଡ଼ିକ ସେ ଆପଣାର କରିପାରିଥିଲେ । ଅପର ପକ୍ଷରେ ତାଙ୍କ ଭିତରେ ଦୁଃସାହସିକତା ତଥା ନିର୍ଭୀକତା ପରି ତେଜୋଦୀପ୍ତ ଗୁଣାବଳୀର ସମାହାର ସହଜାତ ଥିଲା । ଏହି ସ୍ୱାଧୀନତା ସଂଗ୍ରାମୀ, ଦୁଃସାହସିକ ବୈମାନିକ, ଲୋକପି୍ରୟ ରାଜନୀତିଜ୍ଞ ଓ ସମାଜସେବକ ଭାବରେ ନିଜ ଭୂମିକାର ସଫଳ ସଂପାଦନ କରିବା ସହିତ ସୁପ୍ତ ଓଡ଼ିଆ ମନରେ ଜାତିପ୍ରେମର ବହ୍ନି ପ୍ରଜ୍ୱଳନ କରିବାରେ ସକ୍ଷମ ହୋଇପାରିଥିଲେ । ନିଜ ସମୟର ଓଡ଼ିଶାକୁ ଅତୀତର କଳିଙ୍ଗ ଓ ନିଜକୁ ଖାରବେଳଙ୍କ ଦାୟାଦ ରୂପେ ପରିଚୟ ପ୍ରଦାନ କରି ଏକ ସମୃଦ୍ଧ ଓଡ଼ିଶା ଗଠନ ନିମନ୍ତେ ସେ ସର୍ବଦା ଚେଷ୍ଟାରତ ଥିଲେ । ବାସ୍ତବରେ ଓଡ଼ିଆ ଜାତିର ଦୁଃଖଦୁର୍ଦ୍ଦଶା ସେ ସହ୍ୟ କରିପାରୁ ନଥିଲେ । ମାଟିର ମୂର୍ତ୍ତିକାର ଓ ଝଡ଼ର ଇଗଲ ଏହି ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ତଥା ଆଦର୍ଶ ପୁରୁଷଙ୍କ ଜୀବନୀ ଏକ ଇତିହାସ ସଦୃଶ ।

ଆଜି ବିଧାନସଭା ପରିସରରେ ପ୍ରବାଦପୁରୁଷ ମହାନ ଜନନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ଉତ୍ସବ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର, ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀମତୀ ପ୍ରମିଳା ମଲ୍ଲିକ, ଶ୍ରୀ ଭାସ୍କର ଚନ୍ଦ୍ର ମଢ଼େଇ, ଶ୍ରୀ ସରୋଜ ପାଢ଼ୀ, ଶ୍ରୀ ପ୍ରତାପ ଚନ୍ଦ୍ର ନାୟକ, ପୂର୍ବତନ ବିଧାୟକ ଶ୍ରୀ ଅରବିନ୍ଦ ଢାଲି, ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ, ଉତ୍କଳ ସମ୍ମିଳନୀର ବରିଷ୍ଠ କର୍ମକର୍ତ୍ତାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Previous Post

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

FNN WEB

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.