• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
March 10, 2026
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ମୁଖ୍ୟମନ୍ତ୍ରୀ ବୁଲି ଦେଖିଲେ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ

ଆଉ ଦୁଇ ଦିନ ବଢିଲା ପ୍ରଦର୍ଶନୀ, ୧୨ ତାରିଖ ଯାଏଁ ଚାଲିବ

ନାଗରିକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପର ଶ୍ରେଷ୍ଠ ପ୍ରମାଣ ହେଉଛି ଭାରତୀୟ ନ୍ୟାୟ ସଂହିତା

ନୂଆ ଆଇନ ଲାଗୁ ହେଲା ପରେ ଅପରାଧ ନିୟନ୍ତ୍ରଣ ଢାଞ୍ଚାରେ ଉପନିବେଶବାଦୀ ଯୁଗର ଅବସାନ ଘଟିଛି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରର ୟୁନିଟ୍-୩ ସ୍ଥିତ ଇଡ୍‌‌କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ବୁଲି ଦେଖିବା ସହିତ ଏହି ପ୍ରଦର୍ଶନୀକୁ ଆଉ ଦୁଇ ଦିନ ବଢାଇବା ପାଇଁ ଘୋଷଣା କରିଛନ୍ତି। ସୂଚନାଥାଉକି, ଆଜି ସମାପ୍ତ ହେବାକୁ ଯାଉଥିବା ଏହି ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ଦୁଇ ଦିନ ଅର୍ଥାତ ଚଳିତ ମାସ ବାର ତାରିଖ ପର୍ଯ୍ୟନ୍ତ ବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ୬ ତାରିଖ ଦିନ ଏଠାରେ ଭାରତୀୟ ନ୍ୟାୟ ସଂହିତା ସମ୍ପର୍କିତ ଏହି ପ୍ରଦର୍ଶନୀ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ଗସ୍ତ ସମୟରେ ଉଦ୍‌ଘାଟିତ ହୋଇଥିଲା । ଓଡ଼ିଶା ପୋଲିସ ଦ୍ଵାରା ଆୟୋଜିତ ଏହି ପ୍ରଦର୍ଶନୀରେ ସଚେତନତା ବାର୍ତ୍ତାବାହୀ ଏକ ପଥପ୍ରାନ୍ତ ନାଟକକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହିତ ଉକ୍ତ ପ୍ରଦର୍ଶନୀରେ ପ୍ରଦର୍ଶିତ ଗୃହ ବିଭାଗର ବିଭିନ୍ନ ଷ୍ଟଲ ଅତି ଉଚ୍ଚକୋଟିର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ନାଗରିକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା ପାଇଁ ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କର ଯେଉଁ ସଂକଳ୍ପ ରହିଛି, ତାହାର ଶ୍ରେଷ୍ଠ ପ୍ରମାଣ ହେଉଛି ଏହି ଭାରତୀୟ ନ୍ୟାୟ ସଂହିତା। ଏହି ପ୍ରଦର୍ଶନୀ ସାଧାରଣ ଲୋକଙ୍କୁ ଏହି ନୂଆ ଆଇନର କାର୍ଯ୍ୟକାରୀତା ଓ ଏହାର ପ୍ରଭାବ ସମ୍ପର୍କରେ ସଚେତନ କରିବାରେ ଏକ ଉତ୍ତମ ପଦକ୍ଷେପ । ଏହି ନୂଆ ଆଇନ ଲାଗୁ ହେଲା ପରେ ଭାରତ ବର୍ଷର ଅପରାଧ ନିୟନ୍ତ୍ରଣ ଢାଞ୍ଚାରେ ଉପନିବେଶବାଦୀ ଯୁଗର ଅବସାନ ଘଟିଛି ଏବଂ ସ୍ୱାଧୀନ ଭାରତର ଆଭିମୂଖ୍ୟକୁ ନେଇ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଛି । ନୂଆ ଆଇନ ଲାଗୁ ହେଲା ପରେ ଭାରତ ବର୍ଷର ଅପରାଧ ନିୟନ୍ତ୍ରଣ ଢାଞ୍ଚାରେ ଉପନିବେଶବାଦୀ ଯୁଗର ଅବସାନ ଘଟିଛି ଏବଂ ସ୍ୱାଧୀନ ଭାରତର ଆଭିମୂଖ୍ୟକୁ ନେଇ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଛି ।

ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ପରଠାରୁ 2025 ଶେଷ ପର୍ଯ୍ୟନ୍ତ, ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର 87.6% ବୃଦ୍ଧି ପାଇଛି। ଏହା ଏକ ବିରାଟ ସଫଳତା । ଏହି ଆଇନ ଦ୍ଵାରା ତଦନ୍ତ ଠାରୁ ବିଚାର ପର୍ଯ୍ୟନ୍ତ ପ୍ରାୟ ସବୁ ଷ୍ଟେପ୍ ରେ ଉନ୍ନତି ଆସିଛି। ୨୦୨୫ ରେ ଜିରୋ FIR ସଂଖ୍ୟା ୧୬୬ ପ୍ରତିଶତ ବୃଦ୍ଧି ପାଇଛି। ଏହି ଆଇନ ବ୍ୟତୀତ ଆମେ ପୋଲିସକୁ ଦକ୍ଷ କରିବା ପାଇଁ ଅନେକ ପଦକ୍ଷେପ ମଧ୍ୟ ନେଉଛୁ। National Forensic Science University ଏବଂ Central Forensic Science Laboratory ପାଇଁ ଶିଳାନ୍ୟାସ କରାଯାଇଛି। ଆଧୁନିକ ଟେକ୍ନୋଲୋଜିରେ ପୋଲିସକୁ ପାରଙ୍ଗମ କରିବା ପାଇଁ IIT Bhubaneswar ସହିତ MoU ହୋଇଛି। ପୋଲିସ୍ କୁ ବିଭିନ୍ନ ଆଧୁନିକ କୌଶଳ ସମ୍ପର୍କରେ ପ୍ରଶିକ୍ଷଣ ଦେବା ପାଇଁ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ସହ ମଧ୍ୟ MoU ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ସମସ୍ତ ଉଚ୍ଚ ପଦସ୍ତ ଅଧିକାରୀ ଉପସ୍ଥିତ ଥିବା ବେଳେ ବିଭିନ୍ନ ସ୍କୁଲ ଏବଂ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ।

Previous Post

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

FNN WEB

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

March 10, 2026
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

March 10, 2026
ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

March 10, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

March 10, 2026
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.