• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏସସିବିରେ ବଡ଼ ଧରଣର ଅଗ୍ନିକାଣ୍ଡ: ୧୦ ରୋଗୀଙ୍କ ମୃତ୍ୟୁ

FNN WEB by FNN WEB
March 16, 2026
in ଓଡ଼ିଶା, ମୁଖ୍ୟ ଖବର
0
ଏସସିବିରେ ବଡ଼ ଧରଣର ଅଗ୍ନିକାଣ୍ଡ: ୧୦ ରୋଗୀଙ୍କ ମୃତ୍ୟୁ
0
SHARES
0
VIEWS

ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା
ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: କଟକ ଏସସିବି ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ଧୂଆଁରେ ଅଣନିଃଶ୍ବାସୀ ହୋଇ ୧୦ ନିରୀହ ଜୀବନ ଚାଲିଯାଇଛି। ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ତେବେ ଅଗ୍ନିକାଣ୍ଡରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏସ୍‌ସିବି ମେଡିକାଲ ଟ୍ରମା କେଆର୍ ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ଓ ଶୋକ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ୬ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଢ଼ିଛନ୍ତି। ସେପଟେ ଏହି ଘଟଣାରେ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ।

ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବାସହ ଅନ୍ୟ ରୋଗୀ ମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରତ୍ୟେକଙ୍କ ନିକଟତମ ଆତ୍ମୀୟ ଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ମାନଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି। ଆଇସିୟୁରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀ ମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମଧ୍ୟରାତ୍ରୀରେ ଯେତେବେଳେ ଏସ୍‌ସିବିର ରୋଗୀ, ରୋଗୀ ସଂପର୍କୀୟମାନେ ଶୋଇ ପଡ଼ିଥିଲେ, ସେହି ସମୟରେ ଅଗ୍ନିକାଣ୍ଡ ହୋଇଥିଲା। ହଠାତ ଅଗ୍ନିକାଣ୍ଡ ହେବାରୁ ରୋଗୀ ଓ ରୋଗୀମାନେ ଉଠିବା ବେଳକୁ ସ୍ଥିତି ଅଣାୟତ୍ତ ହୋଇଥିଲା। ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଲୋକେ ଏଣେ ତେଣ ଦୌଡିଥିଲେ। ଆଇସିୟୁ ଭିତରେ ଫସି ଯାଇଥିଲେ ରୋଗୀ। ସ୍ଥାନାନ୍ତର ସମୟରେ ୭ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନାନ୍ତର ପରେ ଅନ୍ୟ ୩ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଆଇସିୟୁ ଭିତରୁ ଗୁରୁତର ଅବସ୍ଥାରେ ରୋଗୀଙ୍କୁ ଉଦ୍ଧାର କରାଯାଇଥିଲା। ୨୩ ଜଣ ରୋଗୀଙ୍କୁ ଅନ୍ୟ ଓ୍ୱାର୍ଡକୁ ସ୍ଥାନାନ୍ତର ବେଳେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ମୃତକ ମାନେ ହେଲେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ୍.ଡି ନ୍ୟୁମ, ଗୌରାଙ୍ଗ ବାରିକ, ଏସ. କେ. ଅବଦୁଲ୍ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା ଓ ମେନକା ରାଉତ। ସମସ୍ତଙ୍କ ଶବ ବ୍ୟବଚ୍ଛେଦ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଛି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଅଗ୍ନିକାଣ୍ଡର ଖବର ପାଇଁ ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମବାହିନୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଥିଲେ । ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ତେବେ ଏଠି ପ୍ରଶ୍ନ ଏସିବିବି ଟ୍ରମା ଆଇସିୟୁରେ ନିଆଁ ଲାଗିଲା କେମିତି ? ସର୍ଟସର୍କିଟ୍ ନା ଅନ୍ୟ କାରଣ ? ମେଡିକାଲରେ ଫାୟାର ସେଫଟି ବ୍ୟବସ୍ଥା ଥାଇ ବି କାହିଁକି ନିଆଁକୁ ରୋକା ଯାଇପାରିଲା ନାହିଁ ? ଅଗ୍ନିକାଣ୍ଡ ସମୟରେ ସ୍ପ୍ରିଙ୍କଲର କାମ କରୁଥିଲା ତ ? ଏସବୁ ପ୍ରଶ୍ନ ଭିତରେ ଆରମ୍ଭ ହୋଇଛି କାରଣ ଖୋଜା। ଏହାଛଡ଼ା ସରଜମିନ୍ ତଦନ୍ତ ପାଇଁ ଉନ୍ନୟନ କମିଶନରଙ୍କ ନେତୃତ୍ବରେ ଏକ ୬ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଢିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟଶାସନ ସଚିବଙ୍କୁ ଏମାନେ ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବେ। ତାସହ ଅଗ୍ନିଶମ ବିଭାଗ ଡିଜିଙ୍କୁ ବି ତଦନ୍ତ ରିପୋର୍ଟ ଦେବାକୁ ହୋଇଛି ନିର୍ଦ୍ଦେଶ। କଟକ ବଡ଼ ମେଡିକାଲରେ ନିଆଁ, ନୂଆ ନୁହେଁ। ୨୦୧୮ ଜୁନ୍ ୨୫ରେ କାଜୁଆଲିଟିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି କାହାରି ଜୀବନ ଯାଇନଥିଲେ ବି ସବୁ ଇଲେକ୍ଟ୍ରି ପ୍ଲାନେଲ ଭସ୍ମ ହୋଇଯାଇଥିଲା। ହେଲେ ୨୦୧୬ ଅକ୍ଟୋବର ୧୭ରେ ସମ୍ ହସ୍ପିଟାଲ ଟ୍ରାଜେଡି ସାରା ରାଜ୍ୟକୁ ଦୋହଲାଇ ଦେଇଥିଲା। ସେ ଅଗ୍ନିକାଣ୍ଡରେ ୨୨ ରୋଗୀଙ୍କ ପ୍ରାଣ ଯାଇଥିଲା।

Previous Post

ରାଜ୍ୟସଭା ନିର୍ବାଚନ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ

Next Post

ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ

FNN WEB

FNN WEB

Next Post
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ

ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

March 17, 2026
ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 17, 2026
କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

March 17, 2026
ଘୋଡ଼ା ବେପାରରେ ରହି କ୍ରସ୍‌ ଭୋଟିଂ କରିଥିବା ବିଧାୟକ ବିଜୁ ଲିଗାସୀ କଥା କହିବା ହାସ୍ୟାସ୍ପଦ: ବିଜେଡି

ଘୋଡ଼ା ବେପାରରେ ରହି କ୍ରସ୍‌ ଭୋଟିଂ କରିଥିବା ବିଧାୟକ ବିଜୁ ଲିଗାସୀ କଥା କହିବା ହାସ୍ୟାସ୍ପଦ: ବିଜେଡି

March 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

March 17, 2026
ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.