• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା; ସମସ୍ତ ପ୍ରକ୍ରିୟା ଶେଷ କରି ତୁରନ୍ତ କାର୍ଯ୍ୟ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

FNN WEB by FNN WEB
March 20, 2026
in ଓଡ଼ିଶା, ମୁଖ୍ୟ ଖବର
0
ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା; ସମସ୍ତ ପ୍ରକ୍ରିୟା ଶେଷ କରି ତୁରନ୍ତ କାର୍ଯ୍ୟ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
0
SHARES
4
VIEWS

ଭୁବନେଶ୍ୱର: ଲୋକସେବା ଭବନଠାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୧୦କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ଏକର ଅଞ୍ଚଳକୁ ଏହି ପ୍ରକଳ୍ପ ଜରିଆରେ ବିକଶିତ କରାଯିବ। ନ୍ୟାସନାଲ ଗ୍ରୀନ୍ ଟ୍ରିବ୍ୟୁନାଲର ନିର୍ଦ୍ଦେଶ ଅନୁଯାୟୀ ୨୮୪ଏକର ଅଞ୍ଚଳରେ ସବୁଜ ବଳୟ ସୃଷ୍ଟି କରାଯିବ ଏବଂ ଅବଶିଷ୍ଟ ୧୪୨ଏକର ଅଞ୍ଚଳକୁ ପର୍ଯ୍ୟଟନ ଉପଯୋଗୀ କରାଯିବା ସହ ବିଭିନ୍ନ ଯାନିଯାତ୍ରା (Festive Purpose) ପାଇଁ ମଧ୍ୟ ଉପଯୋଗୀ କରାଯିବ । ଏଥିରେ ଓଡ଼ିଶା ହାଟ, ହେରିଟେଜ ଭିଲେଜ, ପିକନିକ୍ ଏରିଆ, ଇଣ୍ଟରପ୍ରିଟେସନ ସେଣ୍ଟର, ଫୁଡ କୋର୍ଟ, ଲନ, ବଗିଚା, ମହାନଦୀ କୂଳ ସ୍ଥିତ ବିଭିନ୍ନ ୱାଟରବଡିର ସୌନ୍ଦର୍ଯ୍ୟକରଣ ଏବଂ ଅନ୍ୟାନ୍ୟ କାର୍ଯ୍ୟ ରହିଛି । ଏ ସବୁ ନିର୍ମାଣ କାର୍ଯ୍ୟରେ ଗ୍ରୀନ ଟ୍ରିବ୍ୟୁନାଲ ଗାଇଡଲାଇନ ପାଳନ କରାଯିବ ।

ଏହି ପ୍ରକଳ୍ପକୁ ପର୍ଯ୍ୟଟକମାନଙ୍କ ପାଇଁ ଏକ ଜାତୀୟସ୍ତରର ଆକର୍ଷଣୀୟ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଗୁରୁତ୍ୱ ଦେଇଥିଲେ। ଏଥିପାଇଁ ଗୁଜରାଟର ସାବରମତୀ ଡିଜାଇନକୁ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ସମସ୍ତ ପ୍ରାରମ୍ଭିକ ପ୍ରକ୍ରିୟା ଯଥାଶୀଘ୍ର ଶେଷ କରି ପ୍ରଥମ ପର୍ଯ୍ୟାୟ କାମ ତୁରନ୍ତ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମହାନଦୀ କୂଳ ସୁରକ୍ଷା ପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ଯେଉଁ ନିର୍ମାଣ କାର୍ଯ୍ୟ ହେଉଛି, ସେହି ପ୍ରକଳ୍ପ ଗୁଡ଼ିକର ମଧ୍ୟ ସୌନ୍ଦର୍ଯ୍ୟକରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ଏହି ପ୍ରକଳ୍ପ ଗୁଡିକ ନଦୀତଟକୁ ସୁରକ୍ଷା ଦେବା ସହିତ ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଆକର୍ଷଣର କେନ୍ଦ୍ର ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟ କାମ ବେଳେ ଧବଳେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ National Law University ନିକଟସ୍ଥ ପଠାକୁ ବିକଶିତ କରିବା ପାଇଁ ପରାମର୍ଶ ଦେଇଥିଲେ । ଅଧିକ ଆକର୍ଷଣୀୟ କରିବା ପାଇଁ ମହାନଦୀ ମଧ୍ୟରେ କ୍ରୁଜ ଚଳାଚଳ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ମତ ଦେଇଥଲେ । ଏ ସବୁ ସୌନ୍ଦର୍ଯ୍ୟକରଣ କାମ ପାଇଁ ଆବଶ୍ୟକ ହେଲେ ଅଧିକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ ।

ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ, ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜିବ ମିଶ୍ର, ନିର୍ଦ୍ଦେଶକ ପୌର ପ୍ରଶାସନ ଅରିନ୍ଦମ ଡାକୁଆ, କଟକ ମହାନଗର ନିଗମ ଆୟୁକ୍ତ କିରଣଦୀପ୍ କୌର ସହୋତା ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ରାଜ୍ୟରେ ଚାଲିଛି ଗୁଜୁରାଟୀ ଓଡ଼ିଆ ଅସ୍ମିତା ସରକାର:ବିଜେଡି

Next Post

‘ପଖାଳ ପରବ’ ପାଳିତ: ପଖାଳ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ

FNN WEB

FNN WEB

Next Post
‘ପଖାଳ ପରବ’ ପାଳିତ: ପଖାଳ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ

'ପଖାଳ ପରବ' ପାଳିତ: ପଖାଳ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.