• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ହର୍ ଘର୍ ଜଳ’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ରୋଡମ୍ୟାପ ପ୍ରସ୍ତୁତ : ମୁଖ୍ୟମନ୍ତ୍ରୀ

FNN WEB by FNN WEB
March 24, 2026
in ଓଡ଼ିଶା, ମୁଖ୍ୟ ଖବର
0
‘ହର୍ ଘର୍ ଜଳ’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ରୋଡମ୍ୟାପ ପ୍ରସ୍ତୁତ : ମୁଖ୍ୟମନ୍ତ୍ରୀ
0
SHARES
2
VIEWS

୨୦୨୮ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ ଜଳ ଜୀବନ ମିଶନ ୨.୦
ଡିଜିଟାଲ୍ ମନିଟରିଂ ଓ ଜନସାଧାରଣଙ୍କ ଭାଗିଦାରୀକୁ ଗୁରୁତ୍ୱ

ଭୁବନେଶ୍ୱର : ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ନୂଆଦିଲ୍ଲୀ ରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ସି.ଆର୍ ପାଟିଲ ଏବଂ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ବି. ସୋମନ୍ନା ଉପସ୍ଥିତ ଥିଲେ । ଏହି ଅବସରରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ପାଇଁ ଜଳ ଜୀବନ ମିଶନ ଆରମ୍ଭ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଧନ୍ୟବାଦ ଜଣାଇ କହିଥିଲେ ଯେ, ଦେଶର ୭୭.୩ ପ୍ରତିଶତ ପରିବାରକୁ ଏପର୍ଯ୍ୟନ୍ତ ଟ୍ୟାପ୍ ସଂଯୋଗ ମିଳିଛି। କେନ୍ଦ୍ର କ୍ୟାବିନେଟ ଦ୍ୱାରା ଏହି ମିଶନର ସମ୍ପ୍ରସାରଣ ୨୦୨୮ ପର୍ଯ୍ୟନ୍ତ ଅନୁମୋଦନ ମିଳିଥିବା ଓ ‘ହର ଘର ଜଳ’ ଲକ୍ଷ୍ୟ ପୂରଣ ପାଇଁ ଏହା ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ଜଳ ଜୀବନ ମିଶନ 2.0 ଅନୁଯାୟୀ ରାଜ୍ୟ ସରକାର ଏକ ସ୍ପଷ୍ଟ ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି। Operation & Maintenance Policy ମାଧ୍ୟମରେ ଜନସାଧାରଣଙ୍କ ଭାଗୀଦାରି, ଆର୍ଥିକ ସ୍ଥିରତା ଓ ସଠିକ୍ ରକ୍ଷଣାବେକ୍ଷଣ ଉପରେ ଜୋର ଦିଆଯାଉଛି। ସୁଜଳମ୍ ଭାରତ ପ୍ଲାଟଫର୍ମ ମାଧ୍ୟମରେ ପ୍ରାୟ ୫,୦୦୦ ଗ୍ରାମୀଣ ପାଇପ୍ ଜଳ ଯୋଜନାର ID ପ୍ରସ୍ତୁତ କରାଯାଇଛି ଓ ସମସ୍ତ ଯୋଜନାର ବିତ୍ତୀୟ ସମନ୍ୱୟ ସମ୍ପନ୍ନ ହୋଇଛି। ଓଡିଶାରେ ପ୍ରତ୍ୟେକ ବ୍ୟକ୍ତି ପାଇଁ ଦିନକୁ ୭୦ ଲିଟର ପାନୀୟ ଜଳ ବ୍ୟବସ୍ଥା କରାଯାଇଥିବା ବେଳେ, ଏହି ମିଶନରେ ରାଜ୍ୟ ସରକାର ପ୍ରାୟ ୪୦ ପ୍ରତିଶତ ଅର୍ଥ ଖର୍ଚ୍ଚ କରୁଛନ୍ତି। ବସୁଧା ହେଲ୍ପଲାଇନ୍, ହ୍ୱାଟ୍ସଆପ୍ ସେବା ଓ ଡିଜିଟାଲ୍ ଗ୍ରୀଭାନ୍ସ ପ୍ଲାଟଫର୍ମ ମାଧ୍ୟମରେ ସିଟିଜେନ୍-ସେଣ୍ଟ୍ରିକ୍ ସେବାକୁ ଶକ୍ତିଶାଳୀ କରାଯାଇଛି।

ଗ୍ରାମସ୍ତରରେ Village Water & Sanitation Committee (VWSC) ମାଧ୍ୟମରେ ଜନସାଧାରଣଙ୍କ ଭାଗୀଦାରି ବୃଦ୍ଧି ପାଇଛି ଓ ୩୦ଟି ଜିଲ୍ଲାରୁ ୨୫ଟି ଜିଲ୍ଲାରେ “ଜଳ ଅର୍ପଣ ଦିବସ” ସଫଳତାର ସହିତ ପାଳନ ହୋଇଛି। ବାକି ସବୁ ଜିଲ୍ଲାରେ ମଧ୍ୟ ଶୀଘ୍ର କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ମିଶନ ମହିଳାମାନଙ୍କ ଜୀବନରେ ଏକ ବଡ଼ ପରିବର୍ତ୍ତନ ଆଣିଛି, କାରଣ ବର୍ତ୍ତମାନ ସମୟରେ ସେମାନଙ୍କୁ ପାଣି ପାଇଁ ଦୂରକୁ ଯିବାକୁ ପଡୁନାହିଁ। ଓଡିଶାରେ ଜଳ ଶକ୍ତି ଅଭିଯାନ ଏକ ଜନଆନ୍ଦୋଳନର ରୂପ ନେଇଛି। ଏହା ଅନ୍ତର୍ଗତ ୨.୨୧ ଲକ୍ଷ ଜଳ ସଂରକ୍ଷଣ ଓ ବର୍ଷାଜଳ ସଂଗ୍ରହ ଷ୍ଟ୍ରକ୍ଚର, ୪୩ ହଜାରରୁ ଅଧିକ ଜଳାଶୟ ପୁନରୁଦ୍ଧାର, ୪୨ ହଜାର ଭୂଗର୍ଭ ଜଳ ପୁନର୍ଭରଣ ଓ ୨ ଲକ୍ଷରୁ ଅଧିକ ୱାଟରଶେଡ୍ କାର୍ଯ୍ୟ ସମ୍ପନ୍ନ ହୋଇଛି। ସେହିପରି ୨ କୋଟିରୁ ଅଧିକ ଗଛ ରୋପଣ କରାଯାଇଛି।

ଏହି ଅବସରରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ସି. ଆର ପାଟିଲ କହିଥିଲେ ଯେ 2024 ମସିହାରୁ ଆରମ୍ଭ ହୋଇଥିବା ଏହି ଯୋଜନା 2026-2028 ପର୍ଯ୍ୟନ୍ତ ଜଳ ଜୀବନ ମିଶନ 2.0 ମାଧ୍ୟମରେ ସମ୍ପ୍ରସାରିତ କରାଗଲା | ଏହି ମିଶନ ମହିଳାଙ୍କ ଜୀବନରେ ସୁଧାର ଆଣିବ | ଓଡ଼ିଶାରେ ଯେଉଁଠାରେ ପାଣିର ଅଭାବ ରହିଛି ସେଠାରେ ପାଣିର ଉପଲବ୍ଧତାକୁ ସୁନିଶ୍ଚିତ କରିବା ଏହି ମିଶନ |ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, କେନ୍ଦ୍ର ପାନୀୟ ଜଳ ଓ ସ୍ୱଚ୍ଛତା ବିଭାଗ ସଚିବ ଶ୍ରୀ ଅଶୋକ ମୀନା ,ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର , ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ କୁମାର ମିଶ୍ର, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର-ତଥା -ସଚିବ ଶ୍ରୀ ଗିରିଶ ଏସ୍.ଏନ୍ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Next Post

ଯକ୍ଷ୍ମା ରୋଗକୁ ସମ୍ପୂର୍ଣ୍ଣ ମୂଳୋତ୍ପାଟନ ପାଇଁ ଜନ ଭାଗୀଦାରି ଆବଶ୍ୟକ : ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଯକ୍ଷ୍ମା ରୋଗକୁ ସମ୍ପୂର୍ଣ୍ଣ ମୂଳୋତ୍ପାଟନ ପାଇଁ ଜନ ଭାଗୀଦାରି ଆବଶ୍ୟକ : ମୁଖ୍ୟମନ୍ତ୍ରୀ

ଯକ୍ଷ୍ମା ରୋଗକୁ ସମ୍ପୂର୍ଣ୍ଣ ମୂଳୋତ୍ପାଟନ ପାଇଁ ଜନ ଭାଗୀଦାରି ଆବଶ୍ୟକ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.