• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅନୁଗୋଳ ଆଠମଲ୍ଲିକରେ ୨୦୪ କୋଟି ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

FNN WEB by FNN WEB
March 31, 2026
in ଓଡ଼ିଶା, ମୁଖ୍ୟ ଖବର
0
ଅନୁଗୋଳ ଆଠମଲ୍ଲିକରେ ୨୦୪ କୋଟି ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ
0
SHARES
0
VIEWS

ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ସହ ସ୍ୱାସ୍ଥ୍ୟ ପ୍ରଦାନ ହେଉ ‘ଓଡ଼ିଶା ଦିବସ’ର ମୂଳ ସଂକଳ୍ପ :ଧର୍ମେନ୍ଦ୍ର ପ୍ରଧାନ

ଅନୁଗୋଳ/ଆଠମଲ୍ଲିକ: ୧୯୩୬ ଏପ୍ରିଲ ୧ରେ ଭାଷାଭିତ୍ତିକ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୨୦୩୬ରେ ଆମେ ଓଡ଼ିଶା ଗଠନର ଶତବାର୍ଷିକୀ ପାଳନ କରିବା । ଏହି ସମୟ ମଧ୍ୟରେ ‘ବିକଶିତ ଭାରତ’ ଓ ‘ବିକଶିତ ଓଡ଼ିଶା’ର ସ୍ୱପ୍ନ ସେତେବେଳେ ସାକାର ହେବ, ଯେତେବେଳେ ଆମ ଓଡ଼ିଆ ପିଲାମାନେ ସୁସ୍ଥ ରହିବା ସହ ଉତ୍ତମ ଶିକ୍ଷା ପାଇବେ । ଏହି ଲକ୍ଷ୍ୟ ପୂରଣ ପାଇଁ ଆମ ସମସ୍ତଙ୍କର ଦାୟିତ୍ୱ ରହିଛି ବୋଲି ‘ଉତ୍କଳ ଦିବସ’ର ଗୋଟିଏ ଦିନର ଅବ୍ୟବହିତ ପୂର୍ବରୁ ଆଠମଲ୍ଲିକରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ମଙ୍ଗଳବାର ଆଠମଲ୍ଲିକର ସର୍ବାଙ୍ଗୀନ ବିକାଶ ପାଇଁ ପ୍ରାୟ ୨୦୪ କୋଟି ୩୨ ଲକ୍ଷ ଟଙ୍କାରୁ ଅଧିକ ବ୍ୟୟରେ ବିଭିନ୍ନ ଜନହିତକର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, , ଆଠମଲ୍ଲିକ ହେଉଛି ଅପାର ସମ୍ଭାବନାର ଅଞ୍ଚଳ । ଡବଲ ଇଞ୍ଜିନ ସରକାର ଏଠାକାର ଗରିବ ଓ ମଧ୍ୟବିତ୍ତ ପରିବାରଙ୍କ ସହାୟତା ପାଇଁ ଆବାସ ଯୋଜନାରେ ଶହ ଶହ ନୂଆ ପକ୍କାଘର ନିର୍ମାଣର ଲକ୍ଷ୍ୟ ରଖିଛନ୍ତି । ଏଥିପାଇଁ ଜିଲ୍ଲାପାଳଙ୍କୁ ଏକ ଆଧୁନିକ ହାଉସିଂ ପ୍ରୋଜେକ୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି, ଯାହାଦ୍ୱାରା ଅଞ୍ଚଳର ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଲୋକମାନେ ଉପକୃତ ହୋଇପାରିବେ ।

​​​​​​​ଆଠମଲ୍ଲିକ ଏକ କୃଷି ପ୍ରଧାନ ଅଞ୍ଚଳ ହୋଇଥିବାରୁ ଏଠାରେ ଚିନାବାଦାମ, ଡାଲି ଜାତୀୟ ଶସ୍ୟ, ପନିପରିବା ସହିତ ଆମ୍ବ, ପଣସ, ଲିଚୁ ଓ ଲେମ୍ବୁ ଭଳି ଫଳ ବହୁ ପରିମାଣରେ ଉତ୍ପାଦିତ ହେଉଛି । ଏହି କୃଷିଜାତ ଦ୍ରବ୍ୟଗୁଡ଼ିକର ସଠିକ୍ ବିକ୍ରୟ ପାଇଁ ଏକ ବ୍ୟବସାୟିକ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ଜିଲ୍ଲାପାଳ ଏବଂ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ଅଞ୍ଚଳରେ ରହୁଥିବା ଲୋକମାନଙ୍କର ସମସ୍ୟା ଓ ସେମାନଙ୍କ ମନରେ ଥିବା ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ଆସନ୍ତା ଏପ୍ରିଲ ମାସରେ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ, ଯେଉଁଠାରେ ସ୍ଥାନୀୟ ଲୋକଙ୍କ ଅଭିଯୋଗ ଶୁଣାଯିବା ସହ ସମାଧାନର ବାଟ ବାହାର କରାଯାଇ ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ ।

ସୂଚନାଯୋଗ୍ୟ, ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ ସମୁଦାୟ ୨୦୪.୩୨ କୋଟି ଟଙ୍କାର ୯୧ଟି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଏଥିମଧ୍ୟରୁ ୧୮୩.୮୫ କୋଟି ଟଙ୍କା ବ୍ୟୟରେ ୬୨ଟି ପ୍ରକଳ୍ପର ଶିଳାନ୍ୟାସ କରାଯାଇଥିବା ବେଳେ ୨୦.୪୭ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୨୯ଟି ପ୍ରକଳ୍ପର ଲୋକାର୍ପଣ କରାଯାଇଛି । ଶ୍ରୀ ପ୍ରଧାନ ଏହି ଗସ୍ତକାଳରେ ଆଠମଲ୍ଲିକ ସ୍ଥିତ ଶ୍ରୀ ରଘୁନାଥ ମନ୍ଦିର ଓ ଅଇଡ଼ା ଓଲଥ ସ୍ଥିତ ଶ୍ରୀରାମ ମନ୍ଦିର ଦର୍ଶନ କରିଥିଲେ ।

Previous Post

ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ଉପସ୍ଥିତିରେ ପାରାଦ୍ୱୀପ ବିଜେପିର ମହା ମିଶ୍ରଣ ପର୍ବ

Next Post

ହାଇକୋର୍ଟ ନିକଟରେ ବାଇକ୍-ସ୍କର୍ପିଓ ଜଳିବା ଘଟଣା: ମହିଳା ଅଟକ

FNN WEB

FNN WEB

Next Post
ହାଇକୋର୍ଟ ନିକଟରେ ବାଇକ୍-ସ୍କର୍ପିଓ ଜଳିବା ଘଟଣା: ମହିଳା ଅଟକ

ହାଇକୋର୍ଟ ନିକଟରେ ବାଇକ୍-ସ୍କର୍ପିଓ ଜଳିବା ଘଟଣା: ମହିଳା ଅଟକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.