• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସହରାଞ୍ଚଳରେ ପିଏନଜି ବାଧ୍ୟତାମୂଳକ : ଯୋଗାଣ ମନ୍ତ୍ରୀ

FNN WEB by FNN WEB
April 2, 2026
in ଓଡ଼ିଶା, ମୁଖ୍ୟ ଖବର
0
ସହରାଞ୍ଚଳରେ ପିଏନଜି ବାଧ୍ୟତାମୂଳକ : ଯୋଗାଣ ମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର : ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସରକାରୀ ଉଦ୍ୟୋଗ ମନ୍ତ୍ରୀ ଡ଼ଃ କୃଷ୍ଣଚନ୍ଦ୍ର ମହାପାତ୍ର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂ, ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ, ବିଭାଗୀୟ ଅଧିକାରୀ, ବିଭିନ୍ନ ତୈଳ ଓ ଗ୍ୟାସ୍ କମ୍ପାନୀର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।

ଖାଦ୍ୟଯୋଗଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ଯେ ସାମ୍ପ୍ରତିକ ପରିସ୍ଥିତିରେ ଗ୍ୟାସ୍‌ କଳାବଜାରୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଗ୍ୟାସ ଯୋଗାଣ ଅନିୟମିତତା ରୋକିବାକୁ ଗ୍ରାହକଙ୍କ ନିମନ୍ତେ ବାୟୋମେଟ୍ରିକ(ଆଙ୍ଗୁଠି ଚି଼ହ୍ନ ଓ ଆଇରିଶ ସ୍କାନ) ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଏଜେନ୍ସିଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ପିଏନ୍‌ଜି(ପାଇପ୍ଡ଼ ନେଚୁରାଲ ଗ୍ୟାସ୍) ସଂଯୋଗ ପାଇବେ, ସେମାନଙ୍କୁ ଏଲ୍‌ପିଜି ସଂଯୋଗୀକରଣରୁ ବାଦ୍ କରିବାକୁ କଡାକଡି ଭାବେ ନିର୍ଦ୍ଦେଶ ଦିଆଯାଇଛି। ପିଏନ୍‌ଜି ଗ୍ୟାସ୍‌ ଯୋଗାଣ ନିମନ୍ତେ ପାଇପ୍ ଲାଇନ ସଂଯୋଗ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନ ହୁଏ ଏବଂ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ତୈଳ ଓ ଗ୍ୟାସ୍ କମ୍ପାନୀମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ଏହି ବୈଠକରେ ନଗର ଉନ୍ନୟନ ମନ୍ତ୍ରୀ ଡ଼ଃ ମହାପାତ୍ର ପିଏନଜି ବ୍ୟବହାର ଉପରେ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି ଯେ ସହରାଞ୍ଚଳରେ ଏଲ୍‌ପିଜି ଉପରେ ନିର୍ଭରଶୀଳତା କମାଇବା ପାଇଁ ସମସ୍ତ ସରକାରୀ ଓ ବ୍ୟବସାୟିକ ପ୍ରତିଷ୍ଠାନକୁ ତୁରନ୍ତ ପିଏନଜି ସଂଯୋଗ ନେବାକୁ ପରାମର୍ଶ ଦିଆଯାଇଛି। ଏଥିପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତୁରନ୍ତ ଅନୁମତି ପ୍ରଦାନ କରିବ। ଆଗାମୀ ରଥଯାତ୍ରାକୁ ନଜରରେ ରଖି ପୁରୀ ସହରରେ ପିଏନଜି ସଂଯୋଗ ପ୍ରାଧାନ୍ୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଖାଦ୍ୟ ଯୋଗାଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ସିଂ ଏଜେନ୍ସିଗୁଡ଼ିକୁ ଡିଏସି(ଡେଲିଭରି ଅଥେଣ୍ଟିକେସନ କୋଡ) ବ୍ୟବସ୍ଥାକୁ ଶତପ୍ରତିଶତ କଡ଼ାକଡ଼ି କରିବା ଏବଂ ବାୟୋମେଟ୍ରିକ ବ୍ୟବସ୍ଥାକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା କି ଗ୍ରାହକମାନେ “ଘୋଷ୍ଟ ଡେଲିଭରି” (ମିଥ୍ୟା ମେସେଜ୍)ର ଶିକାର ହେବେନି। ସେହିପରି ପାଇପ ଲାଇନ ଯୋଗେ ସହରର ବିଭିନ୍ନ ଗୃହ, ଶିଳ୍ପାଞ୍ଚଳ ଓ ପ୍ରତିଷ୍ଠାନକୁ ବାଣିଜ୍ୟିକ ସିଟି ଗ୍ୟାସ୍‌ ବିତରଣ ବ୍ୟବସ୍ଥା ସୁଦୃଢ଼ କରିବାକୁ ସେ ବୈଠକରେ କହିଥିଲେ। ଜନସାଧାରଣ ଆଦୌ ଭୟଭୀତ ହେବାର ଆବଶ୍ୟକତା ନାହିଁ। ସରକାର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଜରିଆରେ ସ୍ଥିତି ଉପରେ ନଜର ରଖିଥିବା ସେ ସୂଚନା ଦେଇଛନ୍ତି।

ତୈଳ ଓ ଗ୍ୟାସ୍ କମ୍ପାନୀ ଅଧିକାରୀମାନେ ଜଣାଇଥିଲେ ଯେ ସେମାନେ ପ୍ରତିଦିନର ତଥ୍ୟ ଉପସ୍ଥାପନ କରୁଛନ୍ତି। କେତେ ଗ୍ୟାସ୍ ମହଜୁଦ ଅଛି ସେ ବିଷୟରେ ଯୋଗାଣ ବିଭାଗକୁ ତଥ୍ୟ ଦେଉଛନ୍ତି। ପାଞ୍ଚ ଦିନର ଗ୍ୟାସ୍‌ ଷ୍ଟକ ରହୁଛି। ବିଦ୍ୟାଳୟ, ଅଙ୍ଗନୱାଡି, ଆହାରକେନ୍ଦ୍ର ଓ ଡାକ୍ତରଖାନା ପରି ସରକାରୀ ଅନୁଷ୍ଠାନଗୁଡିକୁ ଅଗ୍ରାଧିକାର ଭିତ୍ତିରେ ଗ୍ୟାସ୍‌ ଯୋଗାଇ ଦିଆଯାଉଛି।

Previous Post

ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ , ସକାଳ ସାଢେ ୬ ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ହେବ ପାଠପଢା

Next Post

ରାଜପଥ ସମ୍ପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର

FNN WEB

FNN WEB

Next Post
ରାଜପଥ ସମ୍ପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର

ରାଜପଥ ସମ୍ପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.