• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆସିଲା ତୃତୀୟ ପର୍ଯ୍ୟାୟ ଏଡିଆର ରିପୋର୍ଟ: ସବୁଠୁ ଧନୀ ପ୍ରାର୍ଥୀ ସନାତନ ମହାକୁଡ଼, ଗରିବ ପ୍ରାର୍ଥୀ କୈଳାସ ଚନ୍ଦ୍ର ନାୟକ

FNN WEB by FNN WEB
May 18, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଆସିଲା ତୃତୀୟ ପର୍ଯ୍ୟାୟ ଏଡିଆର ରିପୋର୍ଟ: ସବୁଠୁ ଧନୀ ପ୍ରାର୍ଥୀ ସନାତନ ମହାକୁଡ଼, ଗରିବ ପ୍ରାର୍ଥୀ କୈଳାସ ଚନ୍ଦ୍ର ନାୟକ
0
SHARES
14
VIEWS

ଭୁବନେଶ୍ବର: ଆସିଲା ତୃତୀୟ ପର୍ଯ୍ୟାୟ ଏଡିଆର ରିପୋର୍ଟ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନମଣ୍ଡଳି ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା ଇଲେକ୍ସନ ୱାଚ । ୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୦ ଜଣ ଅର୍ଥାତ୍ ୨୬%ଙ୍କ ନାମରେ ରହିଛି ଅପରାଧିକ ମାମଲା ।

୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା । ୪ ଜଣଙ୍କ ନାମରେ ହତ୍ୟା ମାମଲା ରହିଛି । ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ଥିବା ବେଳେ ୨୮ ଜଣଙ୍କ ନାମରେ ମହିଳା ବିରୋଧୀ ମାମଲା ଅଛି । ଏମିତିକି ଜଣଙ୍କ ନାମରେ ଦୁଷ୍କର୍ମ ମାମଲା ବି ଅଛି ବୋଲି ଏଡିଆର ରିପୋର୍ଟରେ ଉଲ୍ଲେଖ ରହିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ଥିବାବେଳେ କେନ୍ଦୁଝର ଚମ୍ପୁଆର ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ ।

ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ଵାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ଯ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ ହୋଇଥିବା ବେଳେ ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ BJP ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ।

ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ କଟକ ବଡମ୍ବାରୁ ସମୃଦ୍ଧ ଓଡ଼ିଶା ପକ୍ଷରୁ ବିଧାୟକ ପ୍ରାର୍ଥୀ କୈଳାସ ଚନ୍ଦ୍ର ନାୟକ ସବୁଠୁ ଗରିବ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ମାତ୍ର ୧ ହଜାର ଟଙ୍କା । ସେହିପରି ପୁରୀ ବ୍ରହ୍ମଗିରି ସ୍ୱାଧୀନ ପ୍ରାର୍ଥୀ ସୁକାନ୍ତ ଘଡେଇ ଓ ଖୋର୍ଦ୍ଧା ଭୁବନେଶ୍ଵର ଉତ୍ତର ସିପିଆଇ-ଏମଏଲ ପ୍ରାର୍ଥୀ ଗୋପୀନାଥ ନାୟକଙ୍କ ସମ୍ପତ୍ତି ମୂଲ୍ୟ ମାତ୍ର ୨ ହଜାର ଟଙ୍କା ବୋଲି ଜଣାପଡିଛି । ତୃତୀୟ ପର୍ଯ୍ୟାୟର ୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୨ ଜଣ ପ୍ରାର୍ଥୀ ସ୍କୁଲ ହତା ମାଡ଼ି ନଥିବା ବେଳେ ଅନ୍ୟ ଦୁଇ ଜଣ ପଞ୍ଚମ ବି ପାସ କରି ନାହାନ୍ତି । ୧୧ ଜଣ ପ୍ରାର୍ଥୀ ପଞ୍ଚମ ପାସ କରିଥିବା ନେଇ ସତ୍ୟପାଠ ଦାଖଲ କରିଥିବା ବେଳେ ୩୨ ଜଣ ଅଷ୍ଟମ ପାସ, ୪୯ ଜଣ ଦଶମ, ୮୬ ଜଣ ସ୍ନାତକ, ୬ ଜଣ ଡକ୍ଟରେଟ୍ କରିଛନ୍ତି । ସତ୍ୟପାଠ ବିଶ୍ଳେଷଣ ହୋଇଥିବା ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୩୩୭ ଜଣ ପୁରୁଷ ହୋଇଥିବା ବେଳେ ୪୪ ଜଣ ମହିଳା । ସେହିପରି ଜଣେ ପ୍ରାର୍ଥୀଙ୍କ ବୟସ ୮୦ ବର୍ଷରୁ ଅଧିକ ଥିବା ବେଳେ ୪୧ରୁ ୫୦ ବର୍ଷ ବୟସ ବର୍ଗରେ ଅଛନ୍ତି ସର୍ବାଧିକ ୧୨୯ ଜଣ ।

Previous Post

ବିଜେପିରୁ ବିଜୟ, ଶାରଦା, ରାକେଶ ବହିଷ୍କୃତ

Next Post

୪୫୦୦ କୋଟି ନୁହେଁ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଖର୍ଚ୍ଚ ହୋଇଛି ୩୨୫ କୋଟି : ବିଜେଡି

FNN WEB

FNN WEB

Next Post
୪୫୦୦ କୋଟି ନୁହେଁ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଖର୍ଚ୍ଚ ହୋଇଛି ୩୨୫ କୋଟି : ବିଜେଡି

୪୫୦୦ କୋଟି ନୁହେଁ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଖର୍ଚ୍ଚ ହୋଇଛି ୩୨୫ କୋଟି : ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.