• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
April 11, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି: ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ଭୁବନେଶ୍ବର: ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ନୁହେଁ, ସେମାନେ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଢ଼ନ୍ତି ଓ ସଠିକ୍ ଜୀବନମାର୍ଗ ଦେଖାନ୍ତି, ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୋଦାପଳସା ସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ୩ କୋଟି ଟଙ୍କା ଅନୁଦାନ ଘୋଷଣା କରିଥିଲେ। ଏହା ସହିତ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ଏହି ବିଦ୍ୟାଳୟକୁ ୭ କୋଟି ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଦ୍ୟାଳୟର ଉନ୍ନତି ପାଇଁ ଆଗାମୀ ଦିନରେ ସମୁଦାୟ ୧୦ କୋଟି ଟଙ୍କା ଯୋଗାଇ ଦିଆଯିବ। ଏହି ଯୋଜନାରେ ବିଦ୍ୟାଳୟକୁ ୭ ଏକର ଜମି ଯୋଗାଇ ଦେବାପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନୂତନ ସରକାର ଗଠନ ପରେ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଗତ ଦେଢ଼ ବର୍ଷରେ ପ୍ରାୟ ୨୦ ହଜାର ଶିକ୍ଷକ ନିଯୁକ୍ତି ହୋଇଥିବା ବେଳେ ଆଗାମୀଦିନରେ ଆହୁରି ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି ଏଥିସହିତ ୧୩ ହଜାର ସ୍କିମାଟିକ୍ ଶିକ୍ଷକଙ୍କୁ ମଧ୍ୟ ନିୟମିତ କରାଯାଇଛି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ୨୦୨୬-୨୭ ଆର୍ଥିକ ବର୍ଷରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୩୧,୯୯୭ କୋଟି ଟଙ୍କାରୁ ଅଧିକ ପ୍ରାବଧାନ ରଖାଯାଇଛି, ଯାହା ମୋଟ ବଜେଟର ୧୦.୩ ପ୍ରତିଶତ। ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ କରି ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି ଏବଂ ପ୍ରଥମ ପର୍ଯ୍ୟାୟରେ ୨,୨୦୦ ପଞ୍ଚାୟତରେ ଏହାର କାମ ଆରମ୍ଭ ହୋଇଛି।

ସେହିପରି ପିଏମ୍ ଶ୍ରୀ ଯୋଜନାରେ ରାଜ୍ୟର ୮୦୦ ବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରାଯାଉଥିବା ସହ ନିପୁଣ ଓଡ଼ିଶା ମିସନ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମୌଳିକ ସ୍ୱାକ୍ଷରତା ଓ ସଂଖ୍ୟାଜ୍ଞାନ ବିକାଶ ଉପରେ ଜୋର ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ତେଲକୋଇ ବିଧାୟକ ଫକିର ମୋହନ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ, କେନ୍ଦୁଝର ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମମିତା ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନଶିକ୍ଷକ ନିଳାମ୍ବର ମହାନ୍ତ ସ୍ବାଗତ ଭାଷଣ ଦେଇଥିବା ବେଳେ ସମାଜସେବୀ ଜଗନ୍ନାଥ ସିଂହ ଧନ୍ୟବାଦ ଜଣାଇଥିଲେ।

Previous Post

ବିଶ୍ବକର୍ମା ପୁରସ୍କାର : ଓଡିଶାର ୧୭ ପ୍ରକଳ୍ପ ପୁରସ୍କୃତ

Next Post

ଅରଡେଇ ପୋଲ କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ : ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଅରଡେଇ ପୋଲ କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ : ମୁଖ୍ୟମନ୍ତ୍ରୀ

ଅରଡେଇ ପୋଲ କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.