• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ କାର୍ଯ୍ୟକାରୀ ହେବ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍

FNN WEB by FNN WEB
April 16, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ କାର୍ଯ୍ୟକାରୀ ହେବ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍
0
SHARES
0
VIEWS

ସମନ୍ବିତ ଉପକୂଳ ଓ ସାମୁଦ୍ରିକ ଯୋଜନା କାର୍ଯ୍ୟକାରୀ କରିବାରେ ଏହା ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପର୍ଯ୍ୟାବରଣରେ ସନ୍ତୁଳନ ରକ୍ଷାକରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା ଏମଏସପି । ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟ ମଧ୍ୟରେ ଆଜି ଲୋକସଭା ଭବନରେ ଏକ ରାଜିନାମା ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ପୂଜା ମିଶ୍ର ଓ ଜାତୀୟ ଉପକୂଳ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଆର୍‌.ଏସ୍. କନ୍‌କରା ଏହି ରାଜିନାମାରେ ସ୍ବାକ୍ଷର କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଏହି ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା ଏମଏସପି କାର୍ଯ୍ୟକାରୀ ହେବାଦ୍ବାରା ରାଜ୍ୟର ନୀଳ ଅର୍ଥନୀତିର ଉନ୍ନତି ହେବା ସହିତ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ମଧ୍ୟ ହୋଇପାରିବ। ସ୍ଥାନୀୟ ଉପକୂଳ ଅର୍ଥନୀତିର ଉନ୍ନତି ସହିତ ସାମୁଦ୍ରିକ ଜୀବଜଗତ ସୁରକ୍ଷିତ ରହିବେ। ସମନ୍ବିତ ଉପକୂଳ ଓ ସାମୁଦ୍ରିକ ଯୋଜନା କାର୍ଯ୍ୟକାରୀ କରିବାରେ ଏହି ଏମଏସପି ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

ସୂଚନାଯୋଗ୍ୟ ଯେ, ଭାରତ ସରକାର ଓ ନରୱେ ସରକାରଙ୍କ ମିଳିତ ସହଯୋଗରେ ୨୦୧୯ ମସିହା ଠାରୁ ଦେଶରେ ସହନଶୀଳ ସାମୁଦ୍ରିକ ଯୋଜନା ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଏହା ପୁଡୁଚେରୀ ଓ ଲାକ୍ଷାଦ୍ବୀପରେ କାର୍ଯ୍ୟକାରୀ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ଓଡିଶା ପ୍ରଥମ ରାଜ୍ୟ ଭାବେ ଏହା କାର୍ଯ୍ୟକାରୀ କରୁଛି। ଓଡିଶାର ଉପକୂଳ ଅର୍ଥନୀତି ଏବଂ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାର ଏହି ଯୋଜନାକୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାରେ ଉପକୂଳ ଓ ସାମୁଦ୍ରିକ ଅଞ୍ଚଳ ଜୈବବିବିଧତାରେ ପରିପୂର୍ଣ୍ଣ ଏବଂ ଉପକୂଳ ଅଞ୍ଚଳ ପାଇଁ ପ୍ରଚୁର ପ୍ରାକୃତିକ ସମ୍ବଳ ଯୋଗାଇଥାଏ। ସ୍ଥାନୀୟ ଜୀବିକା, ଅର୍ଥନୈତିକ ଅଭିବୃଦ୍ଧି ଓ ସନ୍ତୁଳିତ ପର୍ଯ୍ୟାବରଣ ପାଇଁ ଏହି ସମ୍ବଳ ଗୁଡିକ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେବେ ବିକାଶ କାର୍ଯ୍ୟକ୍ରମ, ପରିବେଶ ଉପରେ ଏହାର ପ୍ରଭାବ ଏବଂ ବିଭିନ୍ନ କ୍ଷେତ୍ରର କ୍ରମାଗତ ଚାହିଦା ବୃଦ୍ଧି ଯୋଗୁ ସାମୁଦ୍ରିକ ଅଞ୍ଚଳ ଗୁଡିକୁ ବୈଜ୍ଞାନିକ ପଦ୍ଧତିରେ ପରିଚାଳନା କରିବାର ଆବଶ୍ୟକତା ସୃଷ୍ଟି ହୋଇଛି। ଏହି ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା ଏମଏସପି ଏ କ୍ଷେତ୍ରରେ ଏକ ସମୟ ଉପଯୋଗୀ ପଦକ୍ଷେପ। ଏହା ଆମର ମତ୍ସ୍ୟଚାଷ, ପର୍ଯ୍ୟଟନ, ବନ୍ଦର, ସାମୁଦ୍ରିକ ଶକ୍ତି ଆଦି ବିଭିନ୍ନ କ୍ଷେତ୍ରର ଆବଶ୍ୟକତା ପୂରଣ କରିବା ସହିତ ମେରାଇନ୍ ଇକୋସିଷ୍ଟମର ସୁରକ୍ଷାରେ ମଧ୍ୟ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତବର୍ଷ ଅଗଷ୍ଟ ମାସରେ ସାମୁଦ୍ରିକ ପର୍ଯ୍ୟାବରଣର ଓ ସ୍ଥାନୀୟ ଅର୍ଥନୀତିର ଉନ୍ନତି ପାଇଁ ବାୟୋଟେକ୍ନୋଲୋଜିର ବ୍ୟାପକ ପ୍ରୟୋଗ କରିବାକୁ ଓମ୍ବାରିକ୍‍ (ଓଡିଶା ସାମୁଦ୍ରିକ ବାୟୋଟେକ୍ନୋଲୋଜି ଗବେଷଣା ଏବଂ ନବସୃଜନ କରିଡର) ଆରମ୍ଭ କରାଯାଇଥିଲା। ଏହା ଆମର ବର୍ତ୍ତମାନର ଏମଏସପି କାର୍ଯ୍ୟକ୍ରମକୁ ସୁଦୃଢ କରିବ ବୋଲି ସେ କହିଥିଲେ। ସମୃଦ୍ଧ ଓଡିଶା ୨୦୩୬ ଓ ବିକଶିତ ଭାରତ ୨୦୪୭ର ଲକ୍ଷ୍ୟକୁ ସବୁ ଦୃଷ୍ଟିରୁ ପୂରଣ କରିବା ପାଇଁ ଉପକୂଳ ଅର୍ଥନୀତି ଓ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ଏକ ଜରୁରୀ ଆବଶ୍ୟକତା। ତେଣୁ, ଏ କ୍ଷେତ୍ରରେ ନରୱେ ସରକାର ସହଯୋଗ ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ପ୍ରତ୍ୟେକ କ୍ଷେତ୍ରରେ ଓଡିଶାକୁ ଦୃଢ ସମର୍ଥନ ଦେଇଆସିଛନ୍ତି। ଓଡିଶାର ବିକାଶ ପ୍ରତି ତାଙ୍କର ଫୋକସ ଯୋଗୁ ସହନଶୀଳ ସାମୁଦ୍ରିକ ଯୋଜନା ର ଦ୍ବିତୀୟ ପର୍ଯ୍ୟାୟରେ ଓଡିଶା ପ୍ରଥମ ରାଜ୍ୟ ଭାବେ ଏହାକୁ କାର୍ଯ୍ୟକାରୀ କରିବାର ସୁଯୋଗ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟକୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ନିଜର ମତାମତ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଯେ, କେନ୍ଦ୍ର ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟର ନେସନାଲ୍ ସେଣ୍ଟର ଫର୍ କୋଷ୍ଟାଲ ରିସର୍ଚ୍ଚ ବା ଏନସିସିଆର ହେଉଛି ସାମୁଦ୍ରିକ ଗବେଷଣାରେ ଏକ ଅଗ୍ରଣୀ ଅନୁଷ୍ଠାନ। ସାମୁଦ୍ରିକ ଜୀବଜଗତର ସୁରକ୍ଷା, ପରିବେଶ ପରିବର୍ତ୍ତନର ପ୍ରଭାବ ଏବଂ ସାମୁଦ୍ରିକ ସମ୍ବଳର ଉନ୍ନତ ବ୍ୟବହାର ଦିଗରେ ଏହି ସଂସ୍ଥା ଗୁରୁତ୍ବପୂର୍ଣ୍ଣ ଅର୍ଥନୈତିକ ମଡେଲ୍ ପ୍ରସ୍ତୁତକରିଛି। ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏମଏସପି ର ସଫଳତା ପାଇଁ ସମସ୍ତ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କହିଥିଲେ ଯେ, ୨୦୩୬ ଓ ୨୦୪୭ର ପରିକଳ୍ପନାକୁ ସଫଳ କରିବା ପାଇଁ ଏହି ଏମଏସପି ଏକ ମହତ୍ବପୂର୍ଣ୍ଣ ଅଭିଯାନ। ମତ୍ସ୍ୟ, ପର୍ଯ୍ୟଟନ ଏବଂ ସାମୁଦ୍ରିକ ଉତ୍ସ ଗୁଡିକର ସର୍ବାଧିକ ବିନିଯୋଗ ସହିତ ପର୍ଯ୍ୟାବରଣର ସୁରକ୍ଷା ଆମର ଲକ୍ଷ୍ୟ ବୋଲି ସେ କହିଥିଲେ।

କେନ୍ଦ୍ର ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଭିଜନ ୨୦୪୭ ପାଇଁ ଦେଶକୁ ସମସ୍ତ କ୍ଷେତ୍ରରେ ଅଭିବୃଦ୍ଧି ହାସଲ କରିବାକୁ ପଡିବ। ତା ସହିତ ପରିବେଶ ପରିବର୍ତ୍ତନର ଆହ୍ବାନକୁ ମଧ୍ୟ ମୁକାବିଲା କରିବାକୁ ହେବ। ଆମର ବ୍ଲୁ-ଇକୋନୋମି ଯେପରି ସଷ୍ଟେନେବଲ୍ (ଦୀର୍ଘସ୍ଥାୟୀ) ହେବ, ସେଥିପାଇଁ ଏହି MSP ସହାୟକ ହେବ ବୋଲି ସେ ମତ ଦେଇଥିଲେ। ରୟାଲ ନରୱେଜିଆନ୍ ଏମ୍ବାସୀର ଡେପୁଟି ଆମ୍ବାସାଡର ମିଷ୍ଟର ଅର୍‌ଭିନ୍ ଗାଡ୍‌ଗିଲ କହିଲେ ଯେ, ଓଡିଶାର ଏକ ସାମୁଦ୍ରିକ ବାଣିଜ୍ୟ ଐତିହ୍ୟ ରହିଛି। ଏହାର ଏକ ଦୀର୍ଘ ଉପକୂଳ ରହିଛି। ତେଣୁ ସାମୁଦ୍ରିକ ଅର୍ଥନୀତି ତଥା ପର୍ଯ୍ୟାବରଣର ସୁରକ୍ଷା ପାଇଁ ଓଡିଶାର ଏହି ଉଦ୍ୟମରେ ନରୱେ ସରକାର ସମ୍ପୂର୍ଣ୍ଣ ସହାୟତା ଯୋଗାଇଦେବେ। ଟେକ୍ନୋଲୋଜି ଭିତ୍ତିକ ସମ୍ବଳ ପରିଚାଳନା ଜରିଆରେ ଓଡିଶାର ଲୋକଙ୍କ ଦୀର୍ଘକାଳୀନ ବିକାଶ ଲକ୍ଷ୍ୟ ପୂରଣ କରିବା ପାଇଁ ଉଦ୍ୟମ କରାଯିବ ବୋଲି ସେ କହିଥିଲେ। ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ବିଭାଗର ଉଚ୍ଚପଦସ୍ଥ ଅଧିକାରୀଗଣ, ନରୱେ ସରକାରଙ୍କ ଅଧିକାରୀଗଣ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

ସିବିଏସ୍‌ଇ ଟପ୍ପର ଟିନା ଓ ଆଲିଶାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Next Post

ପାରାଦୀପରେ ବିଜୁ ପଟନାୟକ ଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଓ ‘ପ୍ରବାଦ ପୁରୁଷ ଦିବସ’ ପାଳିତ

FNN WEB

FNN WEB

Next Post
ପାରାଦୀପରେ ବିଜୁ ପଟନାୟକ ଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଓ ‘ପ୍ରବାଦ ପୁରୁଷ ଦିବସ’ ପାଳିତ

ପାରାଦୀପରେ ବିଜୁ ପଟନାୟକ ଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଓ 'ପ୍ରବାଦ ପୁରୁଷ ଦିବସ' ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.