• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ନାରୀଶକ୍ତି ବନ୍ଦନ’ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
April 17, 2026
in ଓଡ଼ିଶା, ମୁଖ୍ୟ ଖବର
0
‘ନାରୀଶକ୍ତି ବନ୍ଦନ’ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
0
SHARES
5
VIEWS

ମହିଳାଙ୍କ ପାଇଁ ୧.୨୨ଲକ୍ଷ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା

ଭୁବନେଶ୍ବର : ନାରୀ କେବଳ ପରିବାରର ନୁହେଁ, ସମାଜ ଓ ଜାତିର ମୂଳ ଶକ୍ତି ଭାବେ ପରିଚିତ। ନାରୀଶକ୍ତିର ବିଶାଳ ସମାଗମ ଭବିଷ୍ୟତ ଓଡ଼ିଶାର ଉନ୍ନତି ପାଇଁ ଏକ ସକାରାତ୍ମକ ସଙ୍କେତ ବୋଲି ଅନୁଗୋଳରେ ଆୟୋଜିତ ‘ନାରୀଶକ୍ତି ବନ୍ଦନ’ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ପଞ୍ଚାୟତରୁ ସଂସଦ ପର୍ଯ୍ୟନ୍ତ ନେତୃତ୍ୱ ନେବାକୁ ଆହ୍ୱାନ କରି କହିଥିଲେ ଯେ, ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ସମସ୍ତେ ସମର୍ଥନ କରିବା ଆବଶ୍ୟକ । ସେ କହିଥିଲେ ଯେ, ନାରୀଙ୍କ ଉନ୍ନତି ବିନା ଦେଶର ସମ୍ପୂର୍ଣ୍ଣ ବିକାଶ ସମ୍ଭବ ନୁହେଁ ଓ ନାରୀ ସଶକ୍ତିକରଣ ହେଉଛି ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତର ମୂଳ ଆଧାର । ନାରୀ ଶକ୍ତି ବନ୍ଦନ ବିଲକୁ ବିରୋଧ ଅର୍ଥ ନାରୀ ଶକ୍ତିର ଅସମ୍ମାନ । ଏହାର ବିରୋଧ ହେଉଛି ନାରୀ ସଶକ୍ତିକରଣର ବିରୋଧ। ଏହାକୁ ନାରୀ ସମାଜ କେବେ କ୍ଷମା ଦେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଭାରତୀୟ ସଂସ୍କୃତିରେ ନାରୀଙ୍କ ସମ୍ମାନ ଓ ପୂଜାର ପରମ୍ପରାକୁ ଉଲ୍ଲେଖ କରି କହିଥିଲେ ଯେ “ୟତ୍ର ନାର୍ଯ୍ୟସ୍ତୁ ପୂଜ୍ୟନ୍ତେ, ରମନ୍ତେ ତତ୍ର ଦେବତାଃ” ବାକ୍ୟ ଆମ ସମାଜର ମୂଲ୍ୟବୋଧକୁ ପ୍ରକାଶ କରେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଦୂର ଦୃଷ୍ଟି ‘ମହିଳାଙ୍କ ନେତୃତ୍ୱରେ ବିକାଶ’ ଆଜି ଦେଶର ମହିଳାମାନଙ୍କୁ ନୂଆ ଦିଗ ଦେଉଛି । ମହିଳାମାନେ ଆଜି ଶିକ୍ଷା, ସୁରକ୍ଷା, ବିଜ୍ଞାନ, କ୍ରୀଡ଼ା ଓ ପ୍ରଶାସନ ସମେତ ପ୍ରତ୍ୟେକ କ୍ଷେତ୍ରରେ ନିଜ ସାମର୍ଥ୍ୟ ପ୍ରମାଣ କରୁଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସେ ନାରୀଶକ୍ତିର ପ୍ରେରଣାଦାୟୀ ପ୍ରତୀକ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ମହିଳା ସଶକ୍ତିକରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରି କହିଥିଲେ ଯେ, “ସୁଭଦ୍ରା” ଯୋଜନା ମାଧ୍ୟମରେ ମହିଳାଙ୍କୁ ଆର୍ଥିକ ସ୍ୱାଧୀନତା ଦେବା, “ଲକ୍ଷପତି ଦିଦି” ପରି ଉଦ୍ୟମ ମାଧ୍ୟମରେ ଆତ୍ମ ନିର୍ଭରତା ବୃଦ୍ଧି କରିବା ଓ “ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା” ମାଧ୍ୟମରେ ଅଭାବୀ ପରିବାରଙ୍କୁ ସହାୟତା ଯୋଗାଇ ଦିଆଯାଉଛି ବୋଲି କହିଥିଲେ । ସୁଭଦ୍ରା ହିତାଧିକାରୀ ବଅଁରପାଳ ବ୍ଲକର ଅଧିବାସୀ ତିଳୋତ୍ତମା ସାମନ୍ତଙ୍କ ସହ ବାର୍ତ୍ତାଳାପ କରି ସୁଭଦ୍ରା ଯୋଜନାରୁ ଗୋପାଳନ କରି କିପରି ଆତ୍ମନିର୍ଭର ହୋଇପାରିଛନ୍ତି ସେ ବିଷୟରେ ଆଲୋଚନା କରିଥିଲେ ।

ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଅନୁଗୋଳ ଜିଲ୍ଲାରେ ୯୦ହଜାରରୁ ଅଧିକ ଲକ୍ଷପତି ଦିଦି ଥିବାବେଳେ ସମଗ୍ର ରାଜ୍ୟରେ ୧୭ଲକ୍ଷରୁ ଅଧିକ ଲକ୍ଷ ପତି ଦିଦି ଅଛନ୍ତି ବୋଲି ପ୍ରକାଶ କରିଥିଲେ । ଏହାଛଡ଼ା “ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା”ରେ ୩୮୮ ଜଣ କନ୍ୟାଙ୍କ ବିବାହ ପାଇଁ ୧.୭୧ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଛି ଏବଂ ଆଗାମୀ ବର୍ଷ ପାଇଁ ୧୧.୮୩କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ବୋଲି କହିଥିଲେ । ସେ ଆହୁରି କହିଥିଲେ ଯେ, ଚଳିତ ବଜେଟରେ ମହିଳାଙ୍କ ପାଇଁ ୧.୨୨ଲକ୍ଷ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ଓ ଗତ ବର୍ଷ ତୁଳନାରେ ଜେଣ୍ଡର ବଜେଟିଂରେ ୩୦ପ୍ରତିଶତ ବୃଦ୍ଧି କରାଯାଇଛି । ଏହା ମହିଳାଙ୍କ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟୋଗିତାକୁ ଆହୁରି ଶକ୍ତିଶାଳୀ କରିବ । ଏହି ଅବସରରେ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଜୋନ ୨୮ଜିଲ୍ଲା ପରିଷଦ ମୀରା ଗଡ଼ନାୟକ, ଏନଏସି ଭାଇସ୍ ଚେୟାରମ୍ୟାନ୍ ଅନୁପମା ସାହୁ, ଅନୁଗୋଳ ଜିଲ୍ଲାପାଳ ଅବ୍ଦାଲ୍ ମୁହମ୍ମଦ୍ ଅଖ୍ତର ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ସଂସଦରେ ଫେଲ ମାରିଲା ମହିଳା ସଂରକ୍ଷଣ ବିଲ୍

Next Post

ଓଡ଼ିଶାର ପ୍ରାଚୀନ ପୋଥି ଓ ପାଣ୍ଡୁଲିପି ଆଦି ସଂରକ୍ଷଣରେ ସମସ୍ତେ ସହଯୋଗ କରନ୍ତୁ

FNN WEB

FNN WEB

Next Post
ଓଡ଼ିଶାର ପ୍ରାଚୀନ ପୋଥି ଓ ପାଣ୍ଡୁଲିପି ଆଦି ସଂରକ୍ଷଣରେ ସମସ୍ତେ ସହଯୋଗ କରନ୍ତୁ

ଓଡ଼ିଶାର ପ୍ରାଚୀନ ପୋଥି ଓ ପାଣ୍ଡୁଲିପି ଆଦି ସଂରକ୍ଷଣରେ ସମସ୍ତେ ସହଯୋଗ କରନ୍ତୁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.