• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସୋମବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୫ ଲୋକସଭା, ୩୫ ବିଧାନସଭା ଆସନରେ ମତଦାନ କରିବେ ଭୋଟର

FNN WEB by FNN WEB
May 18, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ସୋମବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୫ ଲୋକସଭା, ୩୫ ବିଧାନସଭା ଆସନରେ ମତଦାନ କରିବେ ଭୋଟର
0
SHARES
5
VIEWS


ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଆଜି ସଂଧ୍ୟାରେ ଶେଷ ହୋଇଛି। ଆସନ୍ତା ୨୦ ତାରିଖରେ ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ମତଦାନ କରାଯିବ। ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ଲୋକସଭା ଆସନ ଓ ଏସବୁ ଆସନ ଅଧୀନସ୍ଥ ବିଧାନସଭା ଆସନରେ ଭୋଟ୍ ପଡ଼ିବ ।

ନିର୍ବାଚନ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଭାବେ ସ୍ୱଚ୍ଛ, ଅବାଧ ଏବଂ ନିରପେକ୍ଷ ଭାବେ ପରିଚାଳିତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି। ଶ୍ରୀ ଧଳଙ୍କ ସୂଚନା ଅନୁଯାୟୀ ଦେଶରେ ପଞ୍ଚମ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ ଗୋଟି ଲୋକସଭା କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା କ୍ଷେତ୍ର ପାଇଁ ଆସନ୍ତା ୨୦ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ମୋଟ ୭୯,୬୯,୮୮୭ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦,୩୩,୯୯୨ଜଣ ପୁରୁଷ, ୩୯,୩୫,୦୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ଏମାନଙ୍କ ମଧ୍ୟରେ ୨,୧୩,୧୨୯ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୧୬,୯୮,୫୧୬ ଜଣ ଯୁବ ମତଦାତା ରହିଛନ୍ତି।

ସେହିପରି ସାମଗ୍ରିକ ଭାବେ ୫୫,୮୮୨ ଜଣ ୮୫ ବର୍ଷରୁ ଉଦ୍ଧ୍ୱର୍ ମତଦାତା, ୧୮୧୨ ଜଣ ୧୦୦ ବର୍ଷ ବୟସରୁ ଉଦ୍ଧ୍ୱର୍ ମତଦାତା ଏବଂ ୧,୦୭,୮୨୩ ଜଣ ଭିନ୍ନକ୍ଷମ ମତଦାତା ରହିଛନ୍ତି। ମତଦାନ ପାଇଁ ୯୧୪୮ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି। ଅର୍ଥାତ୍‌ ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୯୧୬୨ ମତଦାନ କେନ୍ଦ୍ର ରହିଛି। ୯୧୪୮ ମତଦାନ କେନ୍ଦ୍ର ମଧ୍ୟରୁ ୧୦୯୦ଟି ସହରାଞ୍ଚଳ ଓ ୮୦୫୮ଟି ଗ୍ରାମାଞ୍ଚଳରେ ରହିଛି । ଏହା ମଧ୍ୟରେ ୧୦୪୧ଟି ‘ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’, ୨୫ଟି ‘ସଂପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’ ରହିଛି। ଏହି ପର୍ଯ୍ୟାୟରେ ମୋଟ ୧୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ବୁଥ୍‌) ରହିଥିବା ବେଳେ ନିର୍ବାଚନ ପରିଚାଳନା ପାଇଁ ପ୍ରାୟ ୬୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି ବୋଲି ଶ୍ରୀ ଧଳ ସୂଚନା ଦେଇଛନ୍ତି।

ସେହିପରି ମତଦାନ ପ୍ରରିପେକ୍ଷୀରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି। ମୋଟ ମତଦାନ କେନ୍ଦ୍ର ମଧ୍ୟରୁ ପ୍ରାୟ ୨୦ ପ୍ରତିଶତ ସମ୍ବେଦନଶୀଳ(କ୍ରିଟିକାଲ) ପୁଲିଂ ଷ୍ଟେସନ ଭାବରେ ଚିହ୍ନଟ କରାଯାଇଛି। ୯୧୬୨ ମତଦାନ କେନ୍ଦ୍ର ମଧ୍ୟରୁ ୧୬୮୯ଟି ମତଦାନ କେନ୍ଦ୍ରରେ ଅପରାହ୍ନ ୪ଟା ସୁଦ୍ଧା ଭୋଟଗ୍ରହଣ ସରିବ। ସେହିପରି ୫ଟା ସୁଦ୍ଧା ୯୩୩ କେନ୍ଦ୍ରରେ ମତଦାନ ସରିବାକୁ ଥିବାବେଳେ ସନ୍ଧ୍ୟା ୬ଟା ସୁଦ୍ଧା ୬୫୪୦ଟି କେନ୍ଦ୍ରରେ ଭୋଟଗ୍ରହଣ ସରିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଣାଇଛନ୍ତି। ସଂପୂର୍ଣ୍ଣ ସୁରକ୍ଷିତ ପରିବେଶ ମଧ୍ୟରେ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଠାରେ ୧୦୨ କମ୍ପାନୀ ସିଏପିଏଫ୍‌ (ସେଣ୍ଟ୍ରାଲ ଆର୍ମଡ୍‌୍‌ ପୋଲିସ ଫୋର୍ସ) ନିୟୋଜିତ ହେବେ। କନ୍ଧମାଳରେ ସର୍ବାଧିକ ୨୨ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହେବାକୁ ଥିବାବେଳେ ଗଞ୍ଜାମରେ ୨୦ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହେବ।

Previous Post

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିଜେପି ନେତାଙ୍କ ମୁଣ୍ଡ କାମ କରୁନି: ପାଣ୍ଡିଆନ

Next Post

ଛତିଶଗଡ଼ର କଓ୍ଵାର୍ଧାରେ ପିକ୍‌ ଅପ୍‌ ଗାଡ଼ି ଓଲଟି ପଡ଼ିବାରୁ ୧୭ ମୃତ

FNN WEB

FNN WEB

Next Post
ଛତିଶଗଡ଼ର କଓ୍ଵାର୍ଧାରେ ପିକ୍‌ ଅପ୍‌ ଗାଡ଼ି ଓଲଟି ପଡ଼ିବାରୁ ୧୭ ମୃତ

ଛତିଶଗଡ଼ର କଓ୍ଵାର୍ଧାରେ ପିକ୍‌ ଅପ୍‌ ଗାଡ଼ି ଓଲଟି ପଡ଼ିବାରୁ ୧୭ ମୃତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.