• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗଣନାକାରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ନିର୍ଦ୍ଦେଶ

FNN WEB by FNN WEB
April 22, 2026
in ଓଡ଼ିଶା, ମୁଖ୍ୟ ଖବର
0
ଗଣନାକାରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ନିର୍ଦ୍ଦେଶ
0
SHARES
1
VIEWS

ଜନଗଣନାକାରୀ ଏବଂ ସାଧାରଣଲୋକଙ୍କ ସୁରକ୍ଷା ଆମର ପ୍ରାଥମିକତା : ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର : ପ୍ରଥମ ପର୍ଯ୍ୟାୟ ଜନଗଣନା ପରିପ୍ରେକ୍ଷୀରେ ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ସମସ୍ତ ପ୍ରତିକୂଳ ପରିସ୍ଥିତିକୁ ଦୃଷ୍ଟିରେ ରଖି ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ଜନଗଣନା କାର୍ଯ୍ୟରେ ନିୟୋଜିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେଇ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l

ସମ୍ପ୍ରତି ରାଜ୍ୟରେ ୨୦୨୭ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ୧୬ ଏପ୍ରିଲ ୨୦୨୬ରୁ ୧୫ ମଇ ୨୦୨୬ ପର୍ଯ୍ୟନ୍ତ ଆବାସ ଗଣନା ଚାଲୁରହିଛି l ଏହି ପରିପ୍ରେକ୍ଷୀରେ ଜନଗଣନାରେ ନିୟୋଜିତ ଅଧିକାରୀ ଏବଂ କର୍ମଚାରୀମାନେ ଘରକୁ ଘର ବୁଲି ଘରର ଅବସ୍ଥା, ପାରିବାରିକ ସୁବିଧା ଏବଂ ପରିବାର ସମ୍ବନ୍ଧିତ ବିଭିନ୍ନ ତଥ୍ୟ ସଂଗ୍ରହ କରୁଛନ୍ତି l ତେବେ,ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସାମ୍ନାକୁ ଆସିଥିବା କିଛି ଘଟଣା ସମ୍ପର୍କରେ ରାଜ୍ୟସରକାର ଚିନ୍ତାପ୍ରକଟ କରିବା ସହ ବିହିତ ପଦକ୍ଷେପ ଗ୍ରହଣ ନିମନ୍ତେ ସଜାଗ ରହିଛନ୍ତି l ଏ ସଂକ୍ରାନ୍ତରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରମୁଖ ଜନଗଣନା ଅଧିକାରୀ ତଥା ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ ଅଫିସରମାନଙ୍କୁ ଚିଠି ଲେଖିଛନ୍ତି l ବିଶେଷ ଭାବେ ଗ୍ରୀଷ୍ମପ୍ରବାହ ତଥା ପ୍ରଚଣ୍ଡ ତାତିଜନିତ ସମସ୍ୟାର ମୁକାବିଲା, କାର୍ଯ୍ୟ ସମୟରେ ରହିଥିବା ବିଭିନ୍ନ ବିପଦ ଗୁଡ଼ିକୁ ଚିହ୍ନଟ କରିବା ସହ ଜନଗଣନାକାରୀଙ୍କୁ ନିୟମିତ ଭାବେ ଟ୍ରାକ୍ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି l ଏହାବ୍ୟତୀତ ଜନଗଣନା କାର୍ଯ୍ୟରେ ନିୟୋଜିତ ସମସ୍ତ ଗଣନାକାରୀଙ୍କୁ ସେମାନଙ୍କ ସୁରକ୍ଷା ସମ୍ଵନ୍ଧରେ ସଚେତନ କରାଇବା ପାଇଁ ପରାମର୍ଶ ଦିଆଯାଇଛି ; ଯାହା ଫଳରେ ନିର୍ଦ୍ଧାରିତ ସମୟ ମଧ୍ୟରେ ସୁରୁଖୁରୁରେ ଏବଂ ନିର୍ଭୁଲ ଭାବେ ତଥ୍ୟ ସଂଗ୍ରହ କାର୍ଯ୍ୟ ସମ୍ପନ୍ନ ହୋଇପାରିବ l

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଅଧିକାରୀମାନେ ଜନଗଣନା କରିବେ ନାହିଁ l ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଜନଗଣନା କାର୍ଯ୍ୟ ସ୍ଥଗିତ ରଖିବା ନିମନ୍ତେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ଜନଗଣନାକାରୀଙ୍କ ପ୍ରାଥମିକ ଆବଶ୍ୟକତା ତଦାରଖ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେବା ସହ ସେମାନଙ୍କ ସୁରକ୍ଷା ପାଇଁ ଏସଓପି ଜାରି କରି ଗୃହ ବିଭାଗ ସହ ଆଲୋଚନା କରି ପୋଲିସ ପ୍ରଶାସନକୁ ଦାୟିତ୍ଵ ଦେବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି l ଜନଗଣନା କାର୍ଯ୍ୟରେ ଶିକ୍ଷକ ଶିକ୍ଷୟିତ୍ରୀମାନେ ମୁଖ୍ୟତଃ ନିୟୋଜିତ ହୋଇଥିବାରୁ ବିଦ୍ୟାଳୟରେ ଶିଶୁମାନଙ୍କ ପାଠପଢ଼ା ଏବଂ ମଧ୍ୟାହ୍ନ ଭୋଜନରେ ବ୍ୟାଘାତ ନ ହେବା ପାଇଁ ବ୍ୟବସ୍ଥା କରାଯାଇଛି l ସେହିପରି ଖରାଛୁଟି ସମୟରେ ଅନଲାଇନ୍ ଶିକ୍ଷାଦାନ ବ୍ୟବସ୍ଥା ନିମନ୍ତେ ଆଲୋଚନା କରାଯାଇଛି l ଜନଗଣନା କାର୍ଯ୍ୟରେ ମୃତାହତ ଘଟଣାରେ ଆବଶ୍ୟକସ୍ଥଳେ ବିପର୍ଯ୍ୟୟ ପରିଚାଳନା ପାଣ୍ଠି କିମ୍ବା ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ଅଥବା ରେଡକ୍ରସ୍ ପାଣ୍ଠିରୁ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ମାନ୍ୟବର ମନ୍ତ୍ରୀ ସୂଚନା ଦେଇଛନ୍ତି l ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଏବଂ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ଶ୍ରୀ ନିଖିଲ ପୱନ କଲ୍ୟାଣ ଉପସ୍ଥିତ ଥିଲେ l

Previous Post

ଉନ୍ମୋଚିତ ହେଲା ନୂଆ ଟ୍ୟାଗଲାଇନ୍ ‘ଥିଙ୍କ ଇଣ୍ଡିଆ, ଥିଙ୍କ ଓଡିଶା’ ଏବଂ OMC ପୁରୀ କୋଷ୍ଟାଲ ମାରାଥନ

Next Post

୨୦୪୭ ସୁଦ୍ଧା ଅଣ୍ଡା ଉତ୍ପାଦନରେ ଓଡ଼ିଶାକୁ ଦେଶର ପଞ୍ଚମ ସ୍ଥାନକୁ ନେବା ଆମ ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
୨୦୪୭ ସୁଦ୍ଧା ଅଣ୍ଡା ଉତ୍ପାଦନରେ ଓଡ଼ିଶାକୁ ଦେଶର ପଞ୍ଚମ ସ୍ଥାନକୁ ନେବା ଆମ ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

୨୦୪୭ ସୁଦ୍ଧା ଅଣ୍ଡା ଉତ୍ପାଦନରେ ଓଡ଼ିଶାକୁ ଦେଶର ପଞ୍ଚମ ସ୍ଥାନକୁ ନେବା ଆମ ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.