• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦୁଝରବାସୀଙ୍କୁ ୧୩୩୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
April 29, 2026
in ଓଡ଼ିଶା, ମୁଖ୍ୟ ଖବର
0
କେନ୍ଦୁଝରବାସୀଙ୍କୁ ୧୩୩୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଭୁବନେଶ୍ୱର : କେନ୍ଦୁଝର ଜିଲ୍ଲାର ସାମଗ୍ରିକ ବିକାଶ ଓ ଗମନାଗମନ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଠାରେ ଏକାଧିକ ମହତ୍ତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଆୟୋଜିତ ବିକାଶ ସମାବେଶରେ ଜିଲ୍ଲାର ସାମଗ୍ରିକ ପ୍ରଗତି ପାଇଁ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ପ୍ରାୟ ୧,୩୩୦ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ମୋଟ ୧୮୭ଟି ପ୍ରକଳ୍ପର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ ଓ ନୂତନ ଘୋଷଣା କରାଯାଇଛି। ଜିଲ୍ଲାବାସୀଙ୍କୁ ସ୍ମାର୍ଟ ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଯୋଗାଇଦେବା ପାଇଁ ୨୫ଟି ଅତ୍ୟାଧୁନିକ ଇ-ବସ ସହିତ ୧୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ‘ଆମ ବସ’ ଡିପୋର ଲୋକାର୍ପଣ କରାଯାଇଛି।

ସୂଚନାଯୋଗ୍ୟଯେ, ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ପ୍ରାୟ ୭୦୫ କୋଟି ଟଙ୍କାର ୬୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ, ପ୍ରାୟ ୨୫୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ୨୪ଟି ପ୍ରକଳ୍ପକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି। ଏହା ବ୍ୟତୀତ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆଉ ୧୦୧ଟି ନୂତନ ପ୍ରକଳ୍ପ ପାଇଁ ପ୍ରାୟ ୩୭୫ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି, ଯାହା କେନ୍ଦୁଝରର ବିକାଶ ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବ।

ଏହି ନୂତନ ଇ-ବସ ସେବାର ସବୁଠାରୁ ବଡ଼ ବିଶେଷତ୍ୱ ହେଉଛି ଏହାର ସୁଲଭ ଭଡା। ମାତ୍ର ୫ ଟଙ୍କାରୁ ବସ ଭଡା ଆରମ୍ଭ ହେଉଥିବାରୁ ଏହା ଦୈନନ୍ଦିନ ଯାତ୍ରା କରୁଥିବା ନିମ୍ନ ଓ ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କ ପାଇଁ ବେଶ୍ ସହାୟକ ହେବ। ସମସ୍ତ ବସ ସମ୍ପୂର୍ଣ୍ଣ ଭାବେ ଏସି (AC) ହୋଇଥିବା ବେଳେ ଯାତ୍ରୀଙ୍କ ସୁରକ୍ଷାକୁ ଏଥିରେ ସର୍ବାଧିକ ପ୍ରାଧାନ୍ୟ ଦିଆଯାଇଛି। ପ୍ରତିଟି ବସ୍ରେ ସିସିଟିଭି କ୍ୟାମେରା, ପ୍ୟାନିକ୍ ବଟନ ଏବଂ ଜିପିଏସ (GPS) ବ୍ୟବସ୍ଥା ରହିଛି, ଯାହାଦ୍ୱାରା ଯାତ୍ରୀମାନେ ବିଶେଷ କରି ମହିଳାମାନେ ନିର୍ଭୟରେ ଯାତ୍ରା କରିପାରିବେ।

​କେବଳ ପରିବହନ ନୁହେଁ, ବରଂ ମହିଳା ସଶକ୍ତିକରଣ କ୍ଷେତ୍ରରେ ମଧ୍ୟ ଏହି ପ୍ରକଳ୍ପ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହୋଇଛି। ଏହି ଯୋଜନା ମାଧ୍ୟମରେ ପ୍ରାୟ ୧୫୦ ଜଣ ନିଯୁକ୍ତି ପାଇଥିବା ବେଳେ ସେମାନଙ୍କ ମଧ୍ୟରେ ୩୦ ଜଣ ମହିଳା ଗାଇଡ୍ ଏବଂ ୨ ଜଣ ମହିଳା ଡ୍ରାଇଭର ସାମିଲ ଅଛନ୍ତି। ମହିଳାମାନଙ୍କୁ ଏଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରାଯିବା ରାଜ୍ୟ ସରକାରଙ୍କ ‘ମହିଳା ଶକ୍ତି’ ଅଭିଯାନକୁ ଆହୁରି ସୁଦୃଢ଼ କରିଛି। ସାମଗ୍ରିକ ଭାବେ, ଏହି ଇ-ବସ ସେବା ସହରୀ ପରିବହନ ବ୍ୟବସ୍ଥାରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ । କେନ୍ଦୁଝରବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝର ଜିଲ୍ଲା ରାଜ୍ୟକୁ ଅନେକ କିଛି ଦେଇଛି, କିନ୍ତୁ ବିଗତ ଦିନରେ ଏହି ଜିଲ୍ଲା ଅବହେଳିତ ହୋଇ ରହିଥିଲା। ସେ ସ୍ପଷ୍ଟ କରିଛନ୍ତି ଯେ ଆମ ସରକାର ଆସିବା ପରେ କେନ୍ଦୁଝରର ବିକାଶ ତ୍ୱରାନ୍ୱିତ ହୋଇଛି। ଜିଲ୍ଲାରେ ଏକ ମେଗାଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ ଶୀଘ୍ର ଏହାର ଶିଳାନ୍ୟାସ କରାଯାଇ କେନ୍ଦୁଝରକୁ ଦେଶର ଏକ ଶ୍ରେଷ୍ଠ ଶିଳ୍ପ ସମୃଦ୍ଧ ଜିଲ୍ଲା ଭାବେ ଗଢି ତୋଳାଯିବ।

ଏହି ବିଶାଳ ପଦକ୍ଷେପ ଜିଲ୍ଲାର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ସାଧାରଣ ଜନତାଙ୍କ ଜୀବନଶୈଳୀରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି। ​ଏହି ପ୍ରକଳ୍ପର ଅନ୍ୟତମ ବିଶେଷତ୍ୱ ହେଉଛି ନାରୀ ଶକ୍ତିର ସହଭାଗିତା। ଏହି ବସ୍ ସେବାରେ ମହିଳାମାନେ ସାରଥୀ (ଡ୍ରାଇଭର) ଏବଂ ଗାଇଡ୍ ଭାବେ ନିଯୁକ୍ତି ପାଇ ନିଜର ଦକ୍ଷତା ପ୍ରତିପାଦନ କରିବେ। ମାତ୍ର ୫ ଟଙ୍କାରୁ ଆରମ୍ଭ ହେଉଥିବା ଟିକେଟ ମୂଲ୍ୟ ଏବଂ ଡିଜିଟାଲ ପେମେଣ୍ଟ ସୁବିଧା ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କ ପାଇଁ ବେଶ ସହାୟକ ହେବ। ପରିବେଶ ଦୃଷ୍ଟିକୋଣରୁ ଏହି ଇ-ବସ୍ ସେବା ବାର୍ଷିକ ପ୍ରାୟ ୩୩୦ ରୁ ୩୯୦ ଟନ୍ କାର୍ବନ ନିର୍ଗମନ ହ୍ରାସ କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଗାମୀ ଦିନରେ ଏହି ସେବାକୁ ରାଜ୍ୟର ଅନ୍ୟ ସହରଗୁଡ଼ିକୁ ସମ୍ପ୍ରସାରିତ କରାଯିବ ଏବଂ ଉତ୍ତମ ରକ୍ଷଣାବେକ୍ଷଣ ପାଇଁ ପ୍ରାୟ ୨୩୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏହି ପଦକ୍ଷେପ ଓଡ଼ିଶାକୁ “ଗ୍ରୀନ୍ ମୋବିଲିଟି” କ୍ଷେତ୍ରରେ ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା କରିବ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ନିବେଦନ କରି କହିଛନ୍ତି ଯେ, ଆସନ୍ତା ୧୦ ବର୍ଷ ହେଉଛି ଓଡ଼ିଶା ପାଇଁ ସଂକଳ୍ପର ଦଶକ। ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ କେନ୍ଦୁଝରର ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲାର ୬ ଜଣ ହିତାଧିକାରୀଙ୍କୁ ମୋଟ ୫,୭୫,୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ଏଥିରେ କେନ୍ଦୁଝରର ହେମନ୍ତ ମହାନ୍ତଙ୍କୁ ବିବାହ ସହାୟତା ବାବଦରେ ୫୦,୦୦୦ ଟଙ୍କା ଏବଂ ଲବଙ୍ଗ ମହାନ୍ତଙ୍କୁ ମୃତ୍ୟୁକାଳୀନ ସହାୟତା ଭାବେ ୩,୦୫,୦୦୦ ଟଙ୍କା ହସ୍ତାନ୍ତର କରାଯାଇଛି। ସେହିପରି ‘ଉଦ୍ୟମୀ’ ଯୋଜନାରେ ଚମ୍ପୁଆର ମା’ ମଙ୍ଗଳା ଏସଏଚଜି, ଯୋଡ଼ାର ବନିତା ନାଏକ ଏବଂ ଝୁମ୍ପୁରାର କେଦାର ଚନ୍ଦ୍ର ନାଏକଙ୍କୁ ୬୦,୦୦୦ ଟଙ୍କା ଲେଖାଏଁ ଏବଂ ନୀଲମ ମହାକୁଡ଼ଙ୍କୁ ୪୦,୦୦୦ ଟଙ୍କାର ଆର୍ଥିକ ରାଶି ପ୍ରଦାନ କରାଯାଇଛି। ସମାରୋହରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଡକ୍ଟର ଫକୀର ମୋହନ ନାଏକ, ସାଂସଦ ଶ୍ରୀ ଅନନ୍ତ ନାଏକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମମିତା ନାଏକ ଏବଂ ଜିଲ୍ଲାପାଳ ଶ୍ରୀ ଵିଶାଲ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ବ୍ୟାଙ୍କକୁ ମୃତ ଭଉଣୀଙ୍କ କଙ୍କାଳ ଧରି ଯିବା ଘଟଣା: ଭାଇ ଜିତୁ ମଣ୍ଡାଙ୍କୁ ଭେଟିଲା ବିଜେଡି ପ୍ରତିନିଧି ଟିମ୍‌

Next Post

ଭୁବନେଶ୍ୱରରେ “ପ୍ରଶାସନ ପାଇଁ ପ୍ରଶାସନିକ ତଥ୍ୟର ସାମଞ୍ଜସ୍ୟ” ଉପରେ ଜାତୀୟ ବିଚାରବିମର୍ଶ ସମ୍ମିଳନୀ ଅନୁଷ୍ଠିତ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.