• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେଡି ନେତାମାନେ ଆପଣଙ୍କୁ ଲୁଟିବାରେ ଲାଗିଛନ୍ତି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

FNN WEB by FNN WEB
May 20, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବିଜେଡି ନେତାମାନେ ଆପଣଙ୍କୁ ଲୁଟିବାରେ ଲାଗିଛନ୍ତି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
0
SHARES
11
VIEWS

କଟକ: ଦିଲ୍ଲୀରେ ତ ସରକାର ଗଢିବ ଏନଡିଏ। ଏଠାରେ ବି ବିଜେପିର ପୂର୍ଣ୍ଣ ବହୁମତର ସରକାର ହେବ। ଜୁନ୍ ୧୦ରେ ଓଡ଼ିଶାରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ନେବା ନିଶ୍ଚିତ। ବିଜେଡିର କଳାଚିଠା ଏବେ ଲୋକଙ୍କ ସାମ୍ନାକୁ ଆସିଛି। କଟକରେ ଆୟୋଜିତ ସାଧାରଣ ସଭାରେ ଏଭଳି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହୁରି କହିଛନ୍ତି, ବିଜେଡିକୁ ୨୫ ବର୍ଷ ଦେଲେ ଆପଣ ଦେଖିଲେ, କଣ ହେଲା। ବିଜେଡିର ଭ୍ରଷ୍ଟାଚାରୀ ରାକେଟକୁ ନେଇ ଲୋକ ଅତିଷ୍ଠ ହେଲେଣି। ଚିଟ୍‌ଫଣ୍ଡ ଦୁର୍ନୀତିରେ ବିଜେଡି ଓଡ଼ିଶା ଲୋକଙ୍କୁ ଧୋକା ଦେଇଛି। ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ମାଫିଆ ଦେଇଛି। କଂଗ୍ରେସ ସରକାର ସମୟରେ ପୁରୁଣା ଖଣି ଉତ୍ତୋଳନ ନୀତିରେ ମାତ୍ର ୫୦୦୦ କୋଟି ମିଳୁଥିଲା । କିନ୍ତୁ ମୋଦୀ ସରକାରରେ ଏହା ୫୦ ହଜାର କୋଟିକୁ ବୃଦ୍ଧି ପାଇଛି। ଡିଏମଏଫ ଜରିଆରେ ୨୬ ହଜାର କୋଟି ଟଙ୍କା ମିଳିଛି। ଏଠାରେ ରାସ୍ତା,ବିଜୁଳି, ହସ୍ପିଟାଲ, ସ୍କୁଲରେ ଅବ୍ୟବସ୍ଥା ରହିଛି। ତେଣୁ ଦିଲ୍ଲୀରୁ ଆସିଥିବା ଟଙ୍କା କୁଆଡେ ଗଲା? ବିଜେଡି ନେତାମାନେ ଆପଣଙ୍କୁ ଲୁଟିବାରେ ଲାଗିଛନ୍ତି। ସେମାନେ କମିସନ୍ ନ ମିଳିବା ଯାଏ ପ୍ରକଳ୍ପ ଅଟକାଇ ରଖୁଛନ୍ତ। ଓଡ଼ିଶାରେ ଚାଲିଥିବା ଏ ଲୁଟତରାଜ ବନ୍ଦ ହେବା ଦରକାର। ଆପଣଙ୍କ ଭୋଟ୍ ବିଜେଡିର ଭ୍ରଷ୍ଟ ସରକାରକୁ ହଟାଇବ। ଆପଣମାନଙ୍କ ଭୋଟ ହିଁ ଏ ଲୁଟତରାଜ ବନ୍ଦ କରିବ। ଆପଣଙ୍କ ଭୋଟ ହିଁ ଓଡ଼ିଶାର ଭାଗ୍ୟ ବଦଳାଇ ପାରିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହୁରି କହିଛନ୍ତି, ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବ୍‌ଜା କରି ବସିଛନ୍ତି। ଜୁନ୍‌ ୧୦ରେ ବିଜେପି ସରକାର ଆସିଲେ ଏ ମାଫିଆର ଅଣ୍ଟା ଭଙ୍ଗାଯିବ। ଏବେ ବିଜେପିକୁ ଦାୟିତ୍ବ ଦିଅନ୍ତୁ। ଆମକୁ ନିବେଶ ଦରକାର। ବିଜେପିର ତାକତ୍ ଅଛି। ଏ କାମ ବିଜେପି କରିପାରିବ। ବିଜେପି ହିଁ ଓଡ଼ିଶାକୁ ଶିଖରରେ ପହଞ୍ଚାଇପାରିବ। ଓଡ଼ିଶାର ସଂସ୍କୃତି ବୁଝୁନଥିବା ଲୋକ କିଭଳି ଏହାର ନେତୃତ୍ବ ନେବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହୁରି କହିଛନ୍ତି, ଏଠାକାର ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି। ରତ୍ନଭଣ୍ଡାର ଚାବି ତାମିଲନାଡୁ କିଏ ନେଇ ଯାଇଛି? ଏଭଳି ଲୋକକୁ କ୍ଷମା କରିବେ ନାହିଁ ଓଡ଼ିଶାବାସୀ। ଏଭଳି ଅବସ୍ଥାରେ ଯାଞ୍ଚ କମିଟି ରିପୋର୍ଟକୁ ଚାପି ଦିଆଯାଇଛି।

ପ୍ରଥମେ ଓଡ଼ିଆରେ ଜନସଭାକୁ ସମ୍ବୋଧନ କରିବା ସହ କହିଛନ୍ତି, ‘ମା କଟକଚଣ୍ଡୀ, ମା ଭଗବତୀ, ମହାପ୍ରଭୁ ନୀଳମାଧବଙ୍କ ଏହି ପବିତ୍ର ମାଟିରେ ପହଞ୍ଚି ମୋ ଜୀବନ ଧନ୍ୟ ହୋଇଛି । ଜନସଭାରେ ଏତେ ସଂଖ୍ୟକ ପ୍ରଶଂସକଙ୍କୁ ଦେଖିବା ପରେ ସେ ନିଶ୍ଚିତ ଯେ, ୨୫ ବର୍ଷ ପରେ ଓଡ଼ିଶା ନୂଆ ଇତିହାସ ରଚିବାକୁ ଯାଉଛି । ଓଡ଼ିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଏହାସହ କଟକବାସୀଙ୍କ ଆଶୀର୍ବାଦରୁ ତୃତୀୟଥର ପାଇଁ ଜୁନ୍ ୧୦ରେ ମୋଦୀ ପୁଣି ଦିଲ୍ଲୀରେ ଶପଥ ନେବ, ଏହା ଧାର୍ଯ୍ୟ’। ଏହାପରେ କଟକର ଗାରିମା ବଖାଣିଛନ୍ତି ମୋଦୀ। କଟକ ଆଧୁନିକ ଶିକ୍ଷାର ନଗରୀ, ବିକଶିତ ଭାରତର ସାମର୍ଥ୍ୟ ବଢ଼ାଇବ କଟକ।

ଏହି ଜନସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ବିଜେପିର କଟକ ଲୋକସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଓ କଟକ ବାରବାଟୀର ବିଜେପି ବିଧାୟକ ପ୍ରାର୍ଥୀ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମଞ୍ଚରେ ଉପସ୍ଥିତ ଥିଲେ। ଶେଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେପି ପ୍ରାର୍ଥୀମାନଙ୍କୁ ବିଜୟୀ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ଓଡ଼ିଶା ବିଜେପି ମା’ ମାନଙ୍କ ପାଇଁ ଯେଉଁ ଗ୍ୟାରେଣ୍ଟି ଆଣିଛି ତାହାକୁ ନେଇ ଦେଶରେ ଚର୍ଚ୍ଚା ହେଉଛି। ମୋଦୀଙ୍କ ଗ୍ୟାରେଣ୍ଟି ହେଉଛି ଦେଶର ୩ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି ଭାବେ ସୃଷ୍ଟି କରିବେ । ଆଶା ଓ ଅଙ୍ଗନବାଡି କର୍ମୀଙ୍କ ପାଇଁ ୧୨୦୦୦ ଟଙ୍କାର ଦରମା ମିଳିବ । ଆୟୁଷ୍ମାନ ଯୋଜନା ଲାଗୁ ହେଲେ କଟକର ସମସ୍ତ ବୟସ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବ ବିଜେପି । ଜି-୨୦ ସମ୍ମିଳନୀରେ ଦେଶ ବିଦେଶରୁ ଆସିଥିବା ବଡ଼ ବଡ଼ ନେତାଙ୍କୁ କୋଣାର୍କ ଚକ୍ର ସାମ୍ନାରେ ଛିଡ଼ା କରାଇ ଏହାର ଗୌରବ ବୃଦ୍ଧି କରିଛି ମୋଦୀ ସରକାର।

Previous Post

ବଡ଼ଦାଣ୍ଡରେ ମୋଦୀଙ୍କ ମେଗା ରୋଡ ସୋ’’

Next Post

ଅନୁଗୁଳରେ ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

FNN WEB

FNN WEB

Next Post
ଅନୁଗୁଳରେ ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ଅନୁଗୁଳରେ ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.