• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

FNN WEB by FNN WEB
May 6, 2026
in ଓଡ଼ିଶା, ମୁଖ୍ୟ ଖବର
0
ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
0
SHARES
4
VIEWS

ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ସହ ଶିଶୁକୁ ସହାୟତା ଦାବି
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ଜଣେ ଗର୍ଭବତୀ ମହିଳାଙ୍କୁ ଅମାନୁଷିକ ଭାବେ ହତ୍ୟା କରାଯିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନିଜ ନିର୍ବାଚନମଣ୍ଡଳୀରେ ଜଣେ ଗର୍ଭବତୀ ମହିଳା ନ୍ୟାୟ ପାଇବା ପାଇଁ ନିଜର ୩ବର୍ଷର କୁନି ଝିଅ ସହ ବସିଥିବାବେଳେ ତାଙ୍କୁ ନିର୍ମମ ହତ୍ୟା କରାଯିବା ଘଟଣାରେ ପୁଲିସର ନିଷ୍କ୍ରିୟତାକୁ ନେଇ ନବୀନ ପ୍ରଶ୍ନ ଉଠାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୋଷୀମାନଙ୍କୁ କଠୋର ଦଣ୍ଡ ଦେବା ସହ ଭବିଷ୍ୟତରେ ଯେଭଳି ଏପରି ଘଟଣାର ପୁନରାବୃତ୍ତି ନହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ମଧ୍ୟ କହିଛନ୍ତି।

ନବୀନ ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ, ଜଣେ ଗର୍ଭବତୀ ମହିଳା ନିଜ ପ୍ରେମିକଙ୍କ ଘର ସାମ୍ନାରେ ୩ବର୍ଷର କୁନି ଝିଅଙ୍କୁ ଧରି ଧାରଣାରେ ବସିଥିବାବେଳେ ସମ୍ପୃକ୍ତ ପ୍ରେମିକଙ୍କ ସାନଭାଇ ତାଙ୍କୁ ଅମାନୁଷିକ ଭାବେ ହତ୍ୟା କରିଥିଲା। ଗଣମାଧ୍ୟମ ଓ ସୋସିଆଲ ମିଡ଼ିଆରେ ପ୍ରସାରିତ ଭିଡିଓରେ ମୃତ ମା’ ପାଖରେ କୁନି ଝିଅଟିର କାନ୍ଦୁଥିବା ଦୃଶ୍ୟ ସମଗ୍ର ରାଜ୍ୟବାସୀଙ୍କ ବିବେକକୁ ଦୋହଲାଇ ଦେଇଛି। ଏହି ସମ୍ବେଦନଶୀଳ ଘଟଣାରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ଗୃହ ବିଭାଗ ଦାୟିତ୍ୱରେ ଥିବାରୁ ଏହି ଜଘନ୍ୟ କାଣ୍ଡରେ ଜଡ଼ିତ ସମସ୍ତ ଅଭିଯୁକ୍ତଙ୍କୁ ଯଥାଶୀଘ୍ର ଗିରଫ କରିବା ସହ ପୁଲିସର କାର୍ଯ୍ୟାନୁଷ୍ଠାନ ଉପରେ ପ୍ରଶ୍ନ ମଧ୍ୟ ଉଠାଇଛନ୍ତି। ମହିଳାଜଣକ ଯେତେବେଳେ ନ୍ୟାୟ ପାଇଁ ଧାରଣାରେ ବସିଥିଲେ, ପୁଲିସ୍ କାହିଁକି କୌଣସି ପ୍ରତିକାରମୂଳକ ପଦକ୍ଷେପ ନେଲାନାହିଁ, ତା’ର ତଦନ୍ତ କରାଯାଉ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି। ଏହାସହିତ ମା’କୁ ହରାଇଥିବା ସେହି ଅସହାୟ ୩ ବର୍ଷର କୁନି ଝିଅକୁ ତୁରନ୍ତ ସରକାରୀ ସହାୟତା, କ୍ଷତିପୂରଣ ଓ ଥଇଥାନ କରିବା ପାଇଁ ମଧ୍ୟ ଶ୍ରୀ ପଟ୍ଟନାୟକ ଦାବି କରିଛନ୍ତି।

ଅନ୍ୟପକ୍ଷରେ ବିରୋଧୀ ଦଳ ନେତାଙ୍କ ଚିଠି ଉପରେ ପ୍ରତିକ୍ରିୟା ରଖି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ,ହିଞ୍ଜିଳିରେ ଘଟିଥିବା ଏହି ଅମାନୁଷିକ କାଣ୍ଡ ଅତ୍ୟନ୍ତ ହୃଦୟ ବିଦାରକ। ସରକାର ଏହାକୁ ଅତି ଗମ୍ଭୀରତାର ସହ ନେଇଛନ୍ତି । ବିରୋଧୀ ଦଳ ନେତା ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବାର କୌଣସି ଆବଶ୍ୟକତା ନାହିଁ। ସରକାର ଏହି ଘଟଣାରେ ନିଶ୍ଚିତ ଭାବେ ଉଚିତ୍ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବେ ଓ ମୃତ ମହିଳାଙ୍କ ତିନି ବର୍ଷର ଶିଶୁ କନ୍ୟାର ଯତ୍ନ ନେବା ପାଇଁ ଯାହା କରାଯିବା କଥା ତାହା ସରକାର ନିଶ୍ଚିତ ଭାବେ କରିବେ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି।

Previous Post

ସହରାଞ୍ଚଳର ୮୦ ପ୍ରତିଶତ ଲୋକଙ୍କୁ ମିଳିବ ‘ଛାତ’, ରାଉରକେଲାରୁ ଆରମ୍ଭ ହେବ ଯୋଜନା

Next Post

ଶିଳ୍ପ ସମୃଦ୍ଧ ହେବ ଓଡ଼ିଶା, ପୁଞ୍ଜିନିବେଶର ହେବ ପେଣ୍ଠସ୍ଥଳୀ

FNN WEB

FNN WEB

Next Post
ଶିଳ୍ପ ସମୃଦ୍ଧ ହେବ ଓଡ଼ିଶା, ପୁଞ୍ଜିନିବେଶର ହେବ ପେଣ୍ଠସ୍ଥଳୀ

ଶିଳ୍ପ ସମୃଦ୍ଧ ହେବ ଓଡ଼ିଶା, ପୁଞ୍ଜିନିବେଶର ହେବ ପେଣ୍ଠସ୍ଥଳୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.