• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଶ୍ଚିମବଙ୍ଗରେ ବିଜେପି ସରକାର, ଶୁଭେନ୍ଦୁ ଶାସନ ଆରମ୍ଭ

FNN WEB by FNN WEB
May 9, 2026
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
ପଶ୍ଚିମବଙ୍ଗରେ ବିଜେପି ସରକାର, ଶୁଭେନ୍ଦୁ ଶାସନ ଆରମ୍ଭ
0
SHARES
0
VIEWS

କୋଲକାତା: ଶୁଭେନ୍ଦୁ ଅଧିକାରୀ ଶନିବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଆର.ଏନ. ରବି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହା ସହିତ ଶୁଭେନ୍ଦୁ ଅଧିକାରୀ ହୋଇଯାଇଛନ୍ତି ପଶ୍ଚିମବଙ୍ଗର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ। କଂଗ୍ରେସ, ବାମ ଓ ତୃଣମୂଳ କଂଗ୍ରେସ ପରେ ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗରେ ଶାସନ ଭାର ସମ୍ଭାଳିଛି ବିଜେପି। କୋଲାକାତାର ପ୍ରସିଦ୍ଧ ବ୍ରିଗେଡ ପ୍ୟାରେଡ ଗ୍ରାଉଣ୍ଡରେ ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ଦିଲୀପ ଘୋଷ, ଅଗ୍ନିମିତ୍ର ପଲ, ନିଶିଥ ପ୍ରାମାଣିକ, ଅଶୋକ କୀର୍ତ୍ତନିଆ ଓ ଖୁଦିରାମ ଟୁଡୁ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରିମଣ୍ଡଳର ବହୁ ମନ୍ତ୍ରୀ, ଏନ୍‌ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତୀନ ନବୀନ ପ୍ରମୁଖ ଉପସ୍ଥିତ ରହିଥିଲେ। ଆଜି ହେଉଛି ନୋବେଲ ବିଜେତା ରବୀନ୍ଦ୍ରନାଥ ଟାଗୋରଙ୍କ ଜନ୍ମ ଦିନ। ସେଥିପାଇଁ ଆଜିର ଦିନଟିକୁ ଶପଥ ଗ୍ରହଣ ପାଇଁ ବାଛିଥିଲା ବିଜେପି। କୁହାଯାଉଛି, ବିଜେପିକୁ ଟିଏମ୍‌ସି ଉତ୍ତର ଭାରତର ଦଳ କହିଆସୁଥିବା ବେଳେ ଏହା ପଶ୍ଚିମବଙ୍ଗର ସଂସ୍କୃତି ଓ ପରମ୍ପରାକୁ ସମ୍ମାନ ଦେବ ନାହିଁ ପ୍ରଚାର କରିଥିଲା। ସେଥିପାଇଁ ବିଜେପି ଆଜିର ଦିନଟିକୁ ଶପଥ ଗ୍ରହଣ ପାଇଁ ବାଛିଥିଲା। ସେହିପରି ଶପଥ ଗ୍ରହଣ ଉତ୍ସବରେ ୨୦ଟି ଷ୍ଟଲରେ ବିଭିନ୍ନ ପ୍ରକାର ମିଠା ସହିତ ଝାଲମୁଢ଼ି ରଖାଯାଇଥିଲା।

ଏହି ଶପଥ ଗ୍ରହଣ ଉତ୍ସବରେ ବିଜେପିର ବରିଷ୍ଠ ନେତା ୯୮ ବର୍ଷୀୟ ମାଖନଲାଲ ସରକାର ଉପସ୍ଥିତ ରହିଥିଲେ। ପଶ୍ଚିମବଙ୍ଗରେ ବିଜେପିରେ ସେ ହେଉଛନ୍ତି ସବୁଠୁ ବୟସ୍କ କର୍ମୀ। ସେ ଦଳ ପାଇଁ ତୃଣମୂଳ ସ୍ତରରେ କାମ କରିଥିଲେ। ୧୯୫୨ରେ ଶ୍ୟାମା ପ୍ରସାଦ ମୁଖାର୍ଜୀ କଶ୍ମୀରରେ ତ୍ରିରଙ୍ଗା ଉଡ଼ାଇବା ପାଇଁ ଯେଉଁ ଆନ୍ଦୋଳନ କରିଥିଲେ ସେଥିରେ ମାଖନଲାଲ ସରକାର ସାମିଲ ହୋଇ ଗିରଫ ହୋଇଥିଲେ। ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏକ ଶାଲ ଦେଇ ତାଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ତାଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିଲେ।

ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓ ମିଥୁନ୍ ଚକ୍ରବର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଆସାମର ହେବାକୁ ଯାଉଥିବା ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍ ଓ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସୈନୀ ପ୍ରମୁଖ ଶପଥ ଗ୍ରହଣ ଉତ୍ସବରେ ସାମିଲ ଥିଲେ।

Previous Post

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ ବିଜୟ

Next Post

ଯୁବକଙ୍କୁ ପିଟି ପିଟି ହତ୍ୟା ଘଟଣା : ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

FNN WEB

FNN WEB

Next Post
ଯୁବକଙ୍କୁ ପିଟି ପିଟି ହତ୍ୟା ଘଟଣା : ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

ଯୁବକଙ୍କୁ ପିଟି ପିଟି ହତ୍ୟା ଘଟଣା : ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.