• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓ୍ବାଟକୋର ଐତିହାସିକ ସଫଳତା: ସମସ୍ତ ୨୯ ସହରାଞ୍ଚଳରେ ୧୦୦% ଜଳ ଯୋଗାଣ ସୁନିଶ୍ଚିତ

FNN WEB by FNN WEB
May 9, 2026
in ଓଡ଼ିଶା, ମୁଖ୍ୟ ଖବର
0
ଓ୍ବାଟକୋର ଐତିହାସିକ ସଫଳତା: ସମସ୍ତ ୨୯ ସହରାଞ୍ଚଳରେ ୧୦୦% ଜଳ ଯୋଗାଣ ସୁନିଶ୍ଚିତ
0
SHARES
0
VIEWS

୨୦୨୬-୨୭ରେ ଜଳ ଓ ସ୍ୱେରେଜ୍ ଭିତ୍ତିଭୂମି ପାଇଁ ବୃହତ୍ ପୁଞ୍ଜିନିବେଶ

ଭୁବନେଶ୍ୱର : ଓଡ଼ିଶା ଜଳ ନିଗମ (WATCO) ସହରାଞ୍ଚଳ ନାଗରିକ ସେବା କ୍ଷେତ୍ରରେ ଏକ ଐତିହାସିକ ମାଇଲଷ୍ଟୋନ୍ ଅର୍ଜନ କରିଛି। ନିଗମ ନିଜ ଅଧୀନରେ ଥିବା ସମସ୍ତ ୨୯ଟି ସହରାଞ୍ଚଳରେ ଶତପ୍ରତିଶତ ଘରୋଇ ପାଇପ୍ ଜଳ ସଂଯୋଗ ସୁନିଶ୍ଚିତ କରି ସାର୍ବଜନୀନ ଜଳ ଯୋଗାଣ ଲକ୍ଷ୍ୟ ପୂରଣ କରିଛି। ଏହି ସଫଳତା ସହ ରାଜ୍ୟର ସହରାଞ୍ଚଳ ଜଳ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ସ୍ଥାନ ସୁଦୃଢ଼ କରିଛି। ନିକଟରେ ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଓ୍ବାଟକୋର ଏହି ସଫଳତା ସହିତ ଆଗାମୀ ଜଳ ଓ ସ୍ୱେରେଜ୍ ଭିତ୍ତିଭୂମି ବିକାଶ ରୋଡମ୍ୟାପ୍ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା।

୨୦୨୬ ମାର୍ଚ୍ଚ ସୁଦ୍ଧା ଓ୍ବାଟକୋ ପ୍ରାୟ ୭,୬୩,୦୮୨ଟି ଘରୋଇ ସଂଯୋଗ ମାଧ୍ୟମରେ ୪.୯୧ ନିୟୁତରୁ ଅଧିକ ସହରବାସୀଙ୍କୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇ ଆସୁଛି। “ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍” ଅଭିଯାନ ଏହି ପ୍ରୟାସକୁ ଅଧିକ ଗତିଶୀଳ କରିଛି। ବର୍ତ୍ତମାନ ୧୧ଟି ସହରାଞ୍ଚଳରେ ୨୪x୭ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସଫଳତାର ସହ ଚାଲିଥିବାବେଳେ, ଅନ୍ୟ ୧୭ଟି ସହରରେ ଏହାର ସମ୍ପ୍ରସାରଣ କାର୍ଯ୍ୟ ଜୋରଦାର ଭାବେ ଅଗ୍ରସର ହେଉଛି। ଓ୍ବାଟକୋର ବର୍ତ୍ତମାନ ମୋଟ ଜଳ ଯୋଗାଣ କ୍ଷମତା ୯୮୮.୮୯ ଏମ୍ ଏଲ୍ ଡିରେ ପହଞ୍ଚିଥିବାବେଳେ ସହରାଞ୍ଚଳର ବର୍ତ୍ତମାନ ଚାହିଦା ୭୦୦.୬୭ ଏମ୍ ଏଲ୍ ଡି ରହିଛି। ଏହି ଅତିରିକ୍ତ କ୍ଷମତା ଆଗାମୀ ଦିନରେ ରାଜ୍ୟର ଦୀର୍ଘମିଆଦି ଜଳ ସୁରକ୍ଷାକୁ ଆହୁରି ସୁଦୃଢ଼ କରିବ। ୨୦୨୫-୨୬ ଆର୍ଥିକ ବର୍ଷରେ ଓ୍ବାଟକୋ ନିଜର ୯୧୨ କୋଟି ଟଙ୍କାର ବଜେଟକୁ ଶତପ୍ରତିଶତ ବ୍ୟୟ କରିଥିବା ସହିତ ଅମୃତ ଏବଂ ଓଏମବିଏଡିସି (OMBADC) ପରି ଯୋଜନା ମାଧ୍ୟମରେ ଅତିରିକ୍ତ ୫୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରି ଜଳ ଭିତ୍ତିଭୂମିକୁ ସୁଦୃଢ଼ କରିଛି। ଏହି ଧାରାକୁ ଜାରି ରଖି ୨୦୨୬-୨୭ ପାଇଁ ୯୨୦ କୋଟି ଟଙ୍କାର ଏକ ମହତ୍ବଙ୍କାକ୍ଷୀ କାର୍ଯ୍ୟଯୋଜନା ପ୍ରସ୍ତୁତ ହୋଇଛି, ଯେଉଁଥିରେ ସ୍ୱେରେଜ୍ ଭିତ୍ତିଭୂମି ବିକାଶ ପାଇଁ ୨୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

ଗତ ଏକ ବର୍ଷ ମଧ୍ୟରେ ଓ୍ବାଟକୋ ୩ଟି ନୂତନ ଜଳ ବିଶୋଧନ ପ୍ଲାଣ୍ଟ ଓ ୫୮ଟି ଉଚ୍ଚକ୍ଷମତାସମ୍ପନ୍ନ ଜଳାଶୟ ନିର୍ମାଣ କରିଛି। ବର୍ତ୍ତମାନ ରାଜ୍ୟରେ ପ୍ରାୟ ୨,୬୫୮.୪୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାର୍ଯ୍ୟାନ୍ବୟନ ଅବସ୍ଥାରେ ରହିଛି। ଏଥିରେ ଭୁବନେଶ୍ୱର ପାଇଁ ୧୩୦ ଏମ୍ ଏଲ୍ ଡି କ୍ଷମତା ବିଶିଷ୍ଟ ବୃହତ୍ ଜଳ ବିଶୋଧନ ପ୍ଲାଣ୍ଟ ଏବଂ ସହରର ବସ୍ତି ଓ ଅଣ-ବସ୍ତି ଅଞ୍ଚଳରେ ସ୍ୱେରେଜ୍ ନେଟୱାର୍କ ସମ୍ପ୍ରସାରଣ ପରି ପ୍ରକଳ୍ପ ଅନ୍ତର୍ଭୁକ୍ତ ଅଛି। ଆଗାମୀ ପର୍ଯ୍ୟାୟରେ ଓ୍ବାଟକୋ ୬,୧୨୯ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବୃହତ୍ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛି। ସେଥିରେ ସମ୍ବଲପୁର ପାଇଁ ୧,୬୮୨ କୋଟି ଟଙ୍କା ଓ ବାରିପଦା ପାଇଁ ୮୩୦.୯୭ କୋଟି ଟଙ୍କାର ସ୍ୱେରେଜ୍ ପ୍ରକଳ୍ପ ବିଶେଷ ଗୁରୁତ୍ୱ ବହନ କରୁଛି।

ଡିଜିଟାଲ୍ ଓ ସ୍ମାର୍ଟ ଜଳ ପରିଚାଳନାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଭୁବନେଶ୍ୱର, ପୁରୀ, କଟକ, ରାଉରକେଲା ଓ ବ୍ରହ୍ମପୁରରେ ୫୦ ହଜାର ସ୍ମାର୍ଟ ୱାଟର ମିଟର ସ୍ଥାପନ କାର୍ଯ୍ୟ ଚାଲିଛି। ଏହାଦ୍ୱାରା ବିଲିଂ ବ୍ୟବସ୍ଥା, ଜଳ ବ୍ୟବହାର ନିରୀକ୍ଷଣ ଓ ସମ୍ବଳ ପରିଚାଳନାରେ ଆଧୁନିକତା ଆସିବ। ଜଳର ଗୁଣବତ୍ତା ଓ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଓ୍ବାଟକୋ ରାଜ୍ୟରେ ୧୪ଟି ଆଧୁନିକ ପରୀକ୍ଷାଗାର ପରିଚାଳନା କରୁଛି। ଏହା ସହ ଆଇଆଇଟି ଭୁବନେଶ୍ୱର ସହ ବୈଷୟିକ ସହଯୋଗ ମାଧ୍ୟମରେ ଜଳ ପରିଚାଳନାରେ ନୂତନ ପ୍ରଯୁକ୍ତିର ପ୍ରୟୋଗକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଓ୍ବାଟକୋର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦେବବ୍ରତ ମହାନ୍ତି କହିଛନ୍ତି ଯେ, ଆଧୁନିକ ପ୍ରଯୁକ୍ତି, ଦୃଢ଼ ଭିତ୍ତିଭୂମି ଏବଂ ସୁସ୍ଥିର ପରିଚାଳନା ବ୍ୟବସ୍ଥା ମାଧ୍ୟମରେ ଓଡ଼ିଶାର ସହରାଞ୍ଚଳରେ ବିଶ୍ୱସ୍ତରୀୟ ନାଗରିକ ସେବା ପ୍ରଦାନ ପାଇଁ ଓ୍ବାଟକୋ ନିରନ୍ତର କାର୍ଯ୍ୟ କରୁଛି।

Previous Post

ଯୁବକଙ୍କୁ ପିଟି ପିଟି ହତ୍ୟା ଘଟଣା : ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

Next Post

ରାଜ୍ୟସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

FNN WEB

FNN WEB

Next Post
ରାଜ୍ୟସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ରାଜ୍ୟସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.