• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିରାଡମ୍ବର ହେବ ସରକାରଙ୍କ ୧୦ ଦିନିଆ ୨ ବର୍ଷ ପୂର୍ତ୍ତି ଉତ୍ସବ

FNN WEB by FNN WEB
May 14, 2026
in ଓଡ଼ିଶା, ମୁଖ୍ୟ ଖବର
0
ନିରାଡମ୍ବର ହେବ ସରକାରଙ୍କ ୧୦ ଦିନିଆ ୨ ବର୍ଷ ପୂର୍ତ୍ତି ଉତ୍ସବ
0
SHARES
2
VIEWS

ସରକାରଙ୍କ ଉପଲବ୍ଧି ଲୋକଙ୍କ ପାଖରେ ପହଞ୍ଚାଇବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ଭୁବନେଶ୍ୱର : ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ ପରିସ୍ଥିତି ଦେଇ ଗତି କରୁଛି, ସେଥିପାଇଁ ଏହି ଉତ୍ସବକୁ ନିରାଡମ୍ବର ଭାବେ ପାଳନ କରାଯିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବ୍ୟାପକ ଉତ୍ସବ ପାଳନ ବଦଳରେ ୨ ବର୍ଷର ଉପଲବ୍ଧି ଉପରେ ଅଧିକ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି। ସରକାରଙ୍କ ଏହି ଉପଲବ୍ଧି ହେଉଛି ଲୋକଙ୍କ ପାଇଁ, ତେଣୁ ଏହି ସଫଳତା ଯେପରି ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିବ ସେଥିପାଇଁ କାର୍ଯ୍ୟକ୍ରମ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିପାଇଁ ପ୍ରିଣ୍ଟ, ଇଲୋକ୍ଟ୍ରୋନିକ୍‌ସ, ସାମାଜିକ ଗଣମାଧ୍ୟମରେ ସରକାରଙ୍କ ଉପଲବ୍ଧିର ପ୍ରସାର ସହିତ ପୁସ୍ତିକା ପ୍ରକାଶନ କରାଯିବ।

ଏଥିସହିତ କାର୍ଯ୍ୟକାରୀ ହୋଇଥିବା ପ୍ରତ୍ୟେକ ଜନକଲ୍ୟାଣକାରୀ ଯୋଜନା ମାଧ୍ୟମରେ ସାଧାରଣ ଲୋକ କିଭଳି ଉପକୃତ ହେଉଛନ୍ତି ତାର ଚିତ୍ର ସର୍ବସାଧାରଣକୁ ଆଣିବା ପାଇଁ ବୈଠକରେ ଗୁରୁତ୍ବାରୋପ ହୋଇଥିଲା। ବୈଠକରୁ ଜଣାଯାଇଛି, ଆଗାମୀ ଜୁନ୍ ୧୨ ତାରିଖରେ ରାଜ୍ୟ ସରକାରଙ୍କର ୨ ବର୍ଷ ପୂର୍ତ୍ତି ପାଳନ କରାଯିବ। ଏଥିପାଇଁ ଜୁନ୍ ୧୨ରୁ ୨୧ ପର୍ଯ୍ୟନ୍ତ ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ସଫଳତାକୁ ସନ୍ନିବେଶିତ କରି ଶକ୍ତି ଓଡିଶା, ସମୃଦ୍ଧ କୃଷି ଓଡିଶା, ସୁସ୍ଥ ଓଡିଶା, ନିର୍ମାଣ ଓଡିଶା, ଉତ୍କର୍ଷ ଓଡିଶା, ଜନଶକ୍ତି ଓଡିଶା ଏବଂ କୌଶଳ ଓଡିଶା ଆଦି ଏହି ୭ଟି ଥିମ୍‌ରେ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ । ଏଥିସହିତ ୨୦୨୬ରୁ ୨୦୩୬ ପର୍ଯ୍ୟନ୍ତ ସରକାରଙ୍କ ଲକ୍ଷ୍ୟ ଏବଂ ଆଭିମୁଖ୍ୟ ଗୁଡିକ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ୍ ରହିବ।

ବିଭାଗୀୟ ମନ୍ତ୍ରୀମାନେ ୨ ବର୍ଷ ମଧ୍ୟରେ ନିଜ ନିଜ ବିଭାଗରେ ହାସଲ ହୋଇଥିବା ସଫଳତା ବିଷୟରେ ସାମ୍ବାଦିକ ସମ୍ମିଳନୀ କରିବା ସହିତ ବିଭାଗ ଗୁଡିକର ସଫଳତା ସମ୍ପର୍କିତ ଲିଫଲେଟ୍, ପୁସ୍ତିକା ପ୍ରକାଶନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ମାଧ୍ୟମରେ ରାଜ୍ୟର ସମୃଦ୍ଧି ଓ ସାଧାରଣ ଲୋକଙ୍କ କଲ୍ୟାଣ ପାଇଁ ଆମର ଯେଉଁ ଆଭିମୁଖ୍ୟ ରହିଛି, ତାହା ଲୋକଙ୍କ ପାଖରେ ପହଞ୍ଚାଇବାରେ ଆମେ ସଫଳ ହେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ସଚିବସ୍ତରୀୟ ଅଧିକାରୀ ମାନେ ଯୋଗଦେଇଥିଲେ।

Previous Post

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

Next Post

ସଂଗଠିତ ଅପରାଧକୁ ନିୟନ୍ତ୍ରଣ କର: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ସଂଗଠିତ ଅପରାଧକୁ ନିୟନ୍ତ୍ରଣ କର: ମୁଖ୍ୟମନ୍ତ୍ରୀ

ସଂଗଠିତ ଅପରାଧକୁ ନିୟନ୍ତ୍ରଣ କର: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.