• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସଂଗଠିତ ଅପରାଧକୁ ନିୟନ୍ତ୍ରଣ କର: ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 14, 2026
in ଓଡ଼ିଶା, ମୁଖ୍ୟ ଖବର
0
ସଂଗଠିତ ଅପରାଧକୁ ନିୟନ୍ତ୍ରଣ କର: ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁଣି ଥରେ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ବରିଷ୍ଠ ଅଧଇକାରୀ, ଜିଲ୍ଲାପାଳ ଓ ଏସ୍‌ପିମାନେ ଏଥିରେ ସାମିଲ ହୋଇଥିଲେ। ରାଜ୍ୟ ପୁଲିସ ଏଭଳି ପଦକ୍ଷେପ ନେଉ ଯାହା ଦ୍ୱାରା ପୁଲିସ ସାଧାରଣ ଲୋକଙ୍କ ବିଶ୍ୱାସଭାଜନ ହେବା ସହିତ ଅପରାଧୀମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସଂଗଠିତ ଅପରାଧକୁ ନେଇ ଉଦ୍‌ବେଗ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଏପରି ଅପରାଧକୁ ସମ୍ପୂର୍ଣ୍ଣ ଭାବେ ନିର୍ମୂଳ କରିବାକୁ ପଡ଼ିବ। ରାଜ୍ୟରେ ଯେପରି ନକ୍ସଲ ଅପରାଧକୁ ଦମନ କରାଯାଇଛି, ସେହିପରି ବାଲି ମାଫିଆମାନଙ୍କୁ ମଧ୍ୟ ସମ୍ପୂର୍ଣ୍ଣ ଭାବରେ ଦମନ କରିବାକୁ ହେବ। ଯେକୌଣସି ସ୍ଥାନରେ ଅପରାଧୀକ ତତ୍ତ୍ୱ ବିରୋଧରେ ପୁଲିସ ଆଇନ ଅନୁଯାୟୀ ଆଗୁଆ ପଦକ୍ଷେପ ନେଇ ଅପରାଧ ସମ୍ଭାବନାକୁ କମ୍ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଶ୍ରୀ ମାଝୀ କହିଥିଲେ, ଜିଲ୍ଲା ସ୍ତରରେ ପ୍ରଶାସନିକ ଅଧିକାରୀ ଓ ପୁଲିସ ଅଧିକାରୀମାନେ ମିଳିତ ଭାବେ ଗୋଟିଏ ଟିମ୍ ଭାବେ କାମ କରିବା ଆବଶ୍ୟକ। ପୁଲିସ ସହିତ ଜିଲ୍ଲାର ଅନ୍ୟ ପ୍ରଶାସନିକ ଅଧିକାରୀମାନଙ୍କ ମଧ୍ୟରେ ସମନ୍ୱୟ ରହିଲେ ଅପରାଧ ନିୟନ୍ତ୍ରଣରେ ଅଧିକ ସଫଳତା ଆସିପାରିବ ବୋଲି ସେ କହିଥିଲେ। ଯେ କୌଣସି ଅପରାଧିକ କାର୍ଯ୍ୟକଳାପରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନେ ପୁଲିସ ପ୍ରଶାସନ ପାଇଁ ଖୁବ୍ ସହାୟକ ହୋଇପାରିବେ। ବିଭିନ୍ନ ଯୋଜନା ଓ ପ୍ରକଳ୍ପର ସଫଳତା ପାଇଁ ଯେପରି ଟିମ୍‌ ସ୍ପିରିଟ୍‌ରେ କାମ କରାଯାଉଛି, ସେହିଭଳି ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ମଧ୍ୟ ଟିମ୍‌ ସ୍ପିରିଟ୍ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ପୁଲିସ ସମ୍ପୂର୍ଣ୍ଣ ଭାବେ ଆଗୁଆ ପଦକ୍ଷେପ ନେବା ଅତ୍ୟନ୍ତ ଜରୁରୀ। ବିଭିନ୍ନ ଅଞ୍ଚଳର ଅପରାଧ ସମ୍ପର୍କରେ ତଥ୍ୟ ସଂଗ୍ରହ କରି କ୍ରାଇମ୍‌ ମ୍ୟାପିଙ୍ଗ୍ କରିବା ଜରୁରୀ। ଏହା ସହିତ ଗୁଇନ୍ଦା ତଥ୍ୟ ସଂଗ୍ରହ ଉପରେ ମଧ୍ୟ ଗୁରୁତ୍ୱ ଦେବା ଆବଶ୍ୟକ। ସାଧାରଣ ଲୋକଙ୍କ ସହିତ ବନ୍ଧୁ ଭଳି ସୁସମ୍ପର୍କ ରକ୍ଷା କରିପାରିଲେ ପୁଲିସକୁ ସୂଚନା ମିଳିବା ସହଜ ହେବ। ଏହା ଦ୍ୱାରା ପୁଲିସକୁ ମଧ୍ୟ ଅନେକ ସ୍ଥଳରେ ଆଗୁଆ ପଦକ୍ଷେପ ନେବା ପାଇଁ ସୁବିଧା ହେବ। ପୁଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଭାବେ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବ୍ୟାପକ ପାଟ୍ରୋଲିଂ ବ୍ୟବସ୍ଥା ଦ୍ୱାରା ଅପରାଧୀଙ୍କ ମଧ୍ୟରେ ଭୟ ସୃଷ୍ଟି ହେବା ସହିତ ସାଧାରଣ ଜନତାଙ୍କ ମଧ୍ୟରେ ଆସ୍ଥା ମଧ୍ୟ ସୃଷ୍ଟି ହୋଇପାରିବ।

ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନେ ଜିଲ୍ଲାସ୍ତରରେ ନିୟମିତ ଭାବେ ଜିଲ୍ଲାର ଆଇନ କାନୁନ ପରିସ୍ଥିତି ସମୀକ୍ଷା କରି ପୁଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ପଠାନ୍ତୁ । ବିଭିନ୍ନ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିୟମିତ ଭାବେ ଅବଗତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ। ପୁଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ପୁଲିସ ପ୍ରଶାସନ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ଏବଂ ବରିଷ୍ଠ ପ୍ରଶାସନିକ ଓ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ନିରାଡମ୍ବର ହେବ ସରକାରଙ୍କ ୧୦ ଦିନିଆ ୨ ବର୍ଷ ପୂର୍ତ୍ତି ଉତ୍ସବ

Next Post

ପଦ୍ମଶ୍ରୀ ପାଇଁ ମନୋନୀତ ବ୍ୟକ୍ତିତ୍ୱ, ସିଭିଲ ସର୍ଭିସର ସଫଳ ପରୀକ୍ଷାର୍ଥୀ ଓ ପିତାମାତାଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.