• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଓଏମସି’ ଆମ ପ୍ରଗତିର ଯାତ୍ରାକୁ ଅଧିକ ସୁଦୃଢ଼ କରିଛି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 16, 2026
in ଓଡ଼ିଶା, ମୁଖ୍ୟ ଖବର
0
‘ଓଏମସି’ ଆମ ପ୍ରଗତିର ଯାତ୍ରାକୁ ଅଧିକ ସୁଦୃଢ଼ କରିଛି: ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ବାଙ୍ଗୁର କ୍ରୋମାଇଟ୍ ଖଣିରୁ ପ୍ଲାଟିନମ୍ ଗ୍ରୁପ୍ ଏଲିମେଣ୍ଟ ଉତ୍ତୋଳନ ପାଇଁ ପଦକ୍ଷେପ
ଓଏମ୍‌ସିର କାର୍ଯ୍ୟ ପରିସର ଓଡିଶା ବାହାରକୁ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
କାଳିଆପାଣିଠାରେ  ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ଶୁଭାରମ୍ଭ

ଭୁବନେଶ୍ୱର : ବର୍ତ୍ତମାନ ବିଶ୍ବ ବଜାରରେ ଲୁହାପଥର, ବକ୍ସାଇଟ୍, କ୍ରୋମାଇଟ୍ ଭଳି କଞ୍ଚାମାଲ୍‌ର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଓଡିଶା ଖଣି ନିଗମ ଏହି ବର୍ଦ୍ଧିତ ଚାହିଦାକୁ ନିରନ୍ତର ଭାବେ ପୂରଣ କରିବା ସହିତ ରାଜ୍ୟର ଶିଳ୍ପାୟନ ଓ ଅର୍ଥନୈତିକ ବିକାଶ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଶନିବାର ଓଡିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୬୦ ଦଶକରେ ମାତ୍ର ୧ କୋଟି ଟଙ୍କାର ଆର୍ଥିକ କାରବାରରୁ ଯାତ୍ରା ଆରମ୍ଭ କରିଥିବା ଓଏମ୍‌ସି ୨୦୨୫-୨୬ ଆର୍ଥିକ ବର୍ଷରେ ୨୫ ହଜାର କୋଟି ଟଙ୍କାର କାରବାର କରିଛି। ଏଥି ସହିତ ୪୫ ନିୟୁତ ଟନ ଖଣିଜ ଉତ୍ତୋଳନ ଜରିଆରେ ସର୍ବକାଳୀନ ରେକର୍ଡ ସୃଷ୍ଟି କରି ଦେଶର ଏକ ଅଗ୍ରଣୀ ଖଣି ସଂସ୍ଥା ଭାବେ ପ୍ରତିଷ୍ଠା ହାସଲ କରିଛି। ଏବେ ସମୟ ଆସିଛି, ଓଡିଶା ଖଣି ନିଗମ ତାର କାର୍ଯ୍ୟ ପରିସରକୁ ଆହୁରି ବ୍ୟାପକ କରି ଦେଶର ଅନ୍ୟାନ୍ୟ ରାଜ୍ୟରେ ଖଣି ଭିତ୍ତିକ କାର୍ଯ୍ୟକଳାପ ଆରମ୍ଭ କରିବା । ଓଡିଶା ଖଣି ନିଗମ ପାଖରେ ପ୍ରଚୁର କଞ୍ଚାମାଲ ଉପଲବ୍ଧ ଅଛି। ଖଣି ଭିତ୍ତିକ କାର୍ଯ୍ୟକଳାପ ସହିତ ଶିଳ୍ପାୟନ ପ୍ରତି ଦୃଷ୍ଟିଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଦୀର୍ଘ ସାତ ଦଶନ୍ଧିରୁ ଅଧିକ ସମୟ ଧରି ଓଏମ୍‌ସି କେବଳ ଏକ ବ୍ୟବସାୟିକ ସଂସ୍ଥା ଭାବେ ନୁହେଁ, ବରଂ ଓଡିଶାର ଅର୍ଥନୈତିକ ବିକାଶର ଏକ ପ୍ରମୁଖ ସ୍ତମ୍ଭ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ନିଗମ ତାର ଲାଭାଂଶର ଏକ ସିଂହଭାଗ ରାଜ୍ୟ ସରକାରଙ୍କୁ ନିୟମିତ ଭାବେ ପ୍ରଦାନ କରିଆସୁଛି। ରାଜ୍ୟରେ ମୂଲ୍ୟବାନ୍ ଖଣିଜ ସମ୍ପଦକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରି ଓଏମ୍‌ସି ଆଜି ରାଜ୍ୟ ଓ ଦେଶର ସମୃଦ୍ଧିରେ ଅତୁଳନୀୟ ଅବଦାନ ରଖୁଛି। କେନ୍ଦୁଝର ଜିଲ୍ଲାର ବାଙ୍ଗୁର କ୍ରୋମାଇଟ୍ ଖଣିରୁ ପ୍ଲାଟିନମ୍ ଗ୍ରୁପ୍ ଏଲିମେଣ୍ଟ ଉତ୍ତୋଳନ କରିବାରେ ଓଏମ୍‌ସି ଏହାର ପାଇଲଟ୍ ପ୍ଲାଣ୍ଟର ସଫଳ ପରୀକ୍ଷଣ କରିଛି। ଏହାଦ୍ବାରା ଓଡିଶାରେ କ୍ଲିନ୍ ଏନର୍ଜି, ଇଲୋକ୍ଟ୍ରୋନିକ୍‌ସ ଓ ଆଧୁନିକ ମୋଟର ଗାଡି ନିର୍ମାଣ ପାଇଁ ମୌଳିକ ଧାତୁ ଯୋଗାଇ ଦେବାରେ ଓଏମ୍‌ସି ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ୨୦୩୬ ସମୃଦ୍ଧ ଓଡିଶା ପରିକଳ୍ପନାକୁ ସାକାର କରିବାରେ ଓଏମ୍‌ସିର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ପରିବେଶ ସୁରକ୍ଷା, ସୁରକ୍ଷିତ ଖଣି ପରିଚାଳନା ଏବଂ ଖଣି ଅଞ୍ଚଳର ସାମଗ୍ରିକ ବିକାଶ ଦିଗରେ ଓଏମ୍‌ସି ନିରନ୍ତର ଉଦ୍ୟମ ଜାରି ରଖିଛି। ସିଏସଆର୍ ପଦକ୍ଷେପ ମାଧ୍ୟମରେ ଖଣି ଅଞ୍ଚଳ ଗୁଡିକରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ, ମହିଳା ସଶକ୍ତିକରଣ, କ୍ରୀଡା, ଭିତ୍ତିଭୂମି ବିକାଶ ଦିଗରେ ଅନେକ କାର୍ଯ୍ୟକ୍ରମ ଜରିଆରେ ସ୍ଥାନୀୟ ଅଞ୍ଚଳରେ ସକରାତ୍ମକ ପରିବର୍ତ୍ତନ ଆଣିଛି। ମେସିନ୍ ସହିତ ସ୍ଥାନୀୟ ବାସିନ୍ଦାଙ୍କୁ ଖଣି କ୍ଷେତ୍ରରେ ଅଧିକ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଗମକୁ ପରାମର୍ଶ ଦେଇଥିଲେ। ଏହାଦ୍ବାରା ସ୍ଥାନୀୟ ବାସିନ୍ଦାଙ୍କର ଜୀବନ ଜୀବିକା ଆହୁରି ସୁଦୃଢ ହେବ ବୋଲି ସେ ମତ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କାଳିଆପାଣି ଠାରେ ନବନିର୍ମିତ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ, ଖଣି ଅଞ୍ଚଳ ବାସୀଙ୍କ ପାଇଁ ୮ଟି ଅତ୍ୟାଧୁନିକ Basic Life Support Ambulance, ସମନ୍ବିତ ପରିଚାଳନା ଓ ଅନୁଧ୍ୟାନ କେନ୍ଦ୍ର ଏବଂ ଓ-ସ୍ବାସ୍ଥ୍ୟ ନାମକ ଏକ ଡିଜିଟାଲ୍ ସ୍ବାସ୍ଥ୍ୟ ପରିଚାଳନା ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ। ଏଥି ସହିତ ଶ୍ରେଷ୍ଠ ପ୍ରଦର୍ଶନକାରୀ ଖଣି ଓ ରିଜିଅନ୍‌ କୁ ପୁରସ୍କୃତ କରିଥିଲେ।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡି.କେ ସିଂହ ଓଡିଶାରେ ଶିଳ୍ପ କ୍ଷେତ୍ରର ଅଭିବୃଦ୍ଧି ଦିଗରେ ଓଏମ୍‌ସିର ଅତୁଳନୀୟ ଯୋଗଦାନ ରହିଛି ବୋଲି ଉଲ୍ଲେଖ କରି ଓଏମ୍‌ସି ଦ୍ବାରା ପରିଚାଳିତ ଖଣି ଖାଦାନ ଗୁଡିକ କିଭଳି ରାଜ୍ୟ ଓ ଦେଶର ବିକାଶ କ୍ଷେତ୍ରରେ ଅଧିକ ଉପଯୋଗୀ ହେବ ସେଥିପ୍ରତି ଦୃଷ୍ଟି ଦେବା ପାଇଁ କହିଥିଲେ। ଓଡିଶା ଖଣି ନିଗମର ଅଧ୍ୟକ୍ଷ ଗିରିଶ୍ ଏସ୍‌.ଏନ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ପରିଚାଳନା ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାମଲ ଧନ୍ୟବାଦ ଦେଇଥିଲେ।

Previous Post

ପୁରୀରେ କବି କୃଷ୍ଣ ଜଗଦ୍ଦେବଙ୍କ ପୁସ୍ତକ ‘କବିତା କୁସୁମାଞ୍ଜଳି’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

Next Post

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ରାହୁଲ ଗାନ୍ଧୀ: ନିଟ୍ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.