• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା ସହିତ ପୂର୍ବ ଭାରତର ୫ଟି ରାଜ୍ୟର କୃଷି ବିକାଶରେ ଆସିବ ବଡ଼ ବିପ୍ଳବ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 19, 2026
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶା ସହିତ ପୂର୍ବ ଭାରତର ୫ଟି ରାଜ୍ୟର କୃଷି ବିକାଶରେ ଆସିବ ବଡ଼ ବିପ୍ଳବ: ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର: ପୂର୍ବ ଭାରତର କୃଷି ବିକାଶ ଓ କୃଷକଙ୍କ କଲ୍ୟାଣ ପାଇଁ ଭୁବନେଶ୍ୱରଠାରେ ଆଜି ‘ପୂର୍ବାଞ୍ଚଳ କ୍ଷେତ୍ରୀୟ କୃଷି ସମ୍ମିଳନୀ -୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା, ବିହାର, ଛତିଶଗଡ଼, ଝାରଖଣ୍ଡ ଓ ପଶ୍ଚିମବଙ୍ଗର କୃଷି ବିକାଶ ପାଇଁ ପ୍ରସ୍ତୁତ ହେବ ରୋଡ ମ୍ୟାପ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ଭାରତରେ କୃଷିର ଭବିଷ୍ୟତ ଓ ଚାଷୀଙ୍କ ସାମାଜିକ-ଆର୍ଥିକ ଉନ୍ନତି ପାଇଁ ଏକ ବ୍ୟାପକ ରୋଡମ୍ୟାପ୍‌ ସଂପର୍କରେ ଆଲୋଚନା କରିବା ସହ ରାଜ୍ୟ ସରକାରଙ୍କ କ୍ରାନ୍ତିକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ସୂଚନା ଦେଇଛନ୍ତି।କୃଷି ସମ୍ମିଳନୀରେ ଯୋଗଦେଇ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓଡ଼ିଶାର ଚାଷୀ ଓ କୃଷି ବିକାଶର ଭୂୟସୀ ପ୍ରଶଂସା କରିଛନ୍ତି।

ଚଳିତ ବର୍ଷ ଧାନ କ୍ରୟ କ୍ଷେତ୍ରରେ ଓଡ଼ିଶା ସରକାର ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି। କୃଷକମାନଙ୍କ ସମ୍ମାନରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କୃଷକ ହେଉଛି ଆମର ଅନ୍ନଦାତା ଏବଂ ଯଦି ଏହି ଧରାପୃଷ୍ଠରେ କେହି ଦ୍ୱିତୀୟ ଭଗବାନ ଥାଏ, ତେବେ ସେ ହେଉଛି ଜଣେ କୃଷକ। ପୂର୍ବ ଭାରତର ଉର୍ବର ଭୂମି, ପ୍ରଚୁର ଜଳସମ୍ପଦ ଏବଂ ଅନୁକୂଳ ଜଳବାୟୁ ଆଗାମୀ ଦିନରେ ଏହି ଅଞ୍ଚଳର ଚାଷୀଙ୍କ ବିକାଶ ପାଇଁ ନିଶ୍ଚିତ ରୂପେ ଏକ ଶକ୍ତିଶାଳୀ ଇନ୍ଧନ ସାଜିବ ବୋଲି ଶ୍ରୀ ଚୌହାନ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ବର୍ତ୍ତମାନର ବିଶ୍ୱସ୍ତରୀୟ ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ପ୍ରାକୃତିକ ଚାଷ ବା ‘ନେଚୁରାଲ୍ ଫାର୍ମିଂ’ ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେବାକୁ ଆହ୍ୱାନ କରିଛନ୍ତି। ସେ ସମ୍ମିଳନୀରେ ଉପସ୍ଥିତ ସମସ୍ତ ପ୍ରତିନିଧି ଓ ଚାଷୀଙ୍କୁ ଅନୁରୋଧ କରି କହିଛନ୍ତି ଯେ, ପ୍ରତ୍ୟେକ କୃଷକ ନିଜ ଚାଷ ଜମିର ଅତିକମରେ ପାଞ୍ଚ ଭାଗରୁ ଭାଗେ (୨୦ ପ୍ରତିଶତ) ଜମିରେ ନିଶ୍ଚିତ ଭାବେ ପ୍ରାକୃତିକ ଚାଷ କରିବା ଆବଶ୍ୟକ। ଏହାଦ୍ୱାରା ରାସାୟନିକ ସାରର ଆବଶ୍ୟକତା ଧୀରେ ଧୀରେ ହ୍ରାସ ପାଇବ ଏବଂ ମାଟିର ଉର୍ବରତା ବଜାୟ ରହିବ। ଏଥିସହ ନକଲି ସାର ଓ କୀଟନାଶକ କାରବାର କରୁଥିବା ଅସାଧୁ ବ୍ୟକ୍ତିଙ୍କ ବିରୋଧରେ କେନ୍ଦ୍ର ସରକାର ଅତ୍ୟନ୍ତ କଠୋର ଆଭିମୁଖ୍ୟ ଗ୍ରହଣ କରିବେ ଏବଂ ଆଗାମୀ ଦିନରେ କୃଷକଙ୍କ ସୁରକ୍ଷା ପାଇଁ ଏକ ନୂଆ ‘ପେଷ୍ଟିସାଇଡ୍ ଆକ୍ଟ’ ଅଣାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ଅଭିଭାଷଣରେ ମାଟିର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇ କହିଛନ୍ତି, ଯେ ଆମକୁ ପ୍ରାକୃତିକ କୃଷିକୁ ଆପଣାଇବାକୁ ହେବ। ଅଧିକରୁ ଅଧିକ ରାସାୟନିକ ସାର ଏବଂ କୀଟନାଶକର ଉପଯୋଗ ଦ୍ୱାରା ଆମ ମାଟି ଧୀରେ ଧୀରେ ବିଷାକ୍ତ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପ୍ରକାଶ କରିଛନ୍ତି ଯେ, ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତିରେ ବର୍ତ୍ତମାନ ଓଡ଼ିଶାର ଜୈବିକ ଚାଉଳ ବ୍ୟବହାର କରାଯାଉଛି। ଏହା ଓଡ଼ିଶାବାସୀଙ୍କ ପାଇଁ ବଡ଼ ଗୌରବର ବିଷୟ ଏବଂ ଆଗାମୀ ଦିନରେ କେମିତି ପୂର୍ବ ପ୍ରାନ୍ତରେ ଅଧିକରୁ ଅଧିକ ଜୈବିକ ଚାଷ ହୋଇପାରିବ, ସେଥିପାଇଁ ବ୍ୟାପକ ଗବେଷଣା କରିବାକୁ ସେ କୃଷି ବୈଜ୍ଞାନିକମାନଙ୍କୁ ଆହ୍ୱାନ ଦେଇଛନ୍ତି।ଏହାସହ ବିଲୁପ୍ତ ହୋଇଯାଉଥିବା ସ୍ଥାନୀୟ କିସମର ପାରମ୍ପରିକ ଖାଦ୍ୟ ଶସ୍ୟ (Forgotten Foods) ଗୁଡ଼ିକର ପୁନରୁଦ୍ଧାର ପାଇଁ ବ୍ଲକ ସ୍ତରରେ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପ୍ରୟାସ କରାଯାଉଥିବା ସଂପର୍କରେ ସେ ସୂଚନା ଦେଇଛନ୍ତି।

ରାଜ୍ୟରେ କୃଷି ଭିତ୍ତିଭୂମି ଓ ବଜାର ସଂଯୋଗୀକରଣକୁ ମଜବୁତ କରିବା ପାଇଁ ସରକାର ବ୍ୟାପକ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ୫୮ଟି ସବ୍-ଡିଭିଜନରେ ଶୀତଳ ଭଣ୍ଡାର (Cold Storage) ସ୍ଥାପନ ପାଇଁ ଆର୍ଥିକ ସହାୟତା ଯୋଜନା ଆରମ୍ଭ କରାଯାଇଛି ଏବଂ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ରେ କୃଷି କ୍ଷେତ୍ରରେ ନିବେଶକୁ ପ୍ରୋତ୍ସାହିତ କରିବା ପାଇଁ ୧ କୋଟି ଟଙ୍କା ପର୍ଯ୍ୟନ୍ତ ସବସିଡି ପ୍ରଦାନ କରାଯାଉଛି। ଓଡ଼ିଶାରେ ୧୮୦୦ରୁ ଅଧିକ କୃଷକ ଉତ୍ପାଦକ ସଂଗଠନ (FPO) ସଫଳତାର ସହ କାର୍ଯ୍ୟ କରି ଗତ ଦୁଇ ବର୍ଷରେ ୧୨୬ କୋଟି ଟଙ୍କାର କାରବାର କରିଛନ୍ତି।

ଏହାସହ କୋରାପୁଟ, କଳାହାଣ୍ଡି ଭଳି ୬ଟି ଜିଲ୍ଲାରେ ଏକ ଲକ୍ଷ ଏକର ଜମିରେ କଫି ବଗିଚାର ବିକାଶ କରାଯାଉଛି। ବିଶ୍ୱ ବଜାରରେ ଓଡ଼ିଶାର କୋରାପୁଟ କଫିର ଏକ ସ୍ୱତନ୍ତ୍ର ପରିଚୟ ରହିଛି ବୋଲି ମତ ଦେଇ ଏହାର ବ୍ରାଣ୍ଡିଂ ଆହୁରି ଭଲ ଭାବରେ କରାଯାଇ ଏହାର ଚାହିଦା ଅଧିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।ଦେଶର ଅନ୍ୟ ଅଞ୍ଚଳ ତୁଳନାରେ ପୂର୍ବ ଭାରତରେ କୃଷି ଉତ୍ପାଦକତା କମ୍ ଥିବାରୁ ଏହି କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସମ୍ମିଳନୀ ପୂର୍ବ ଭାରତର ୫ଟି ରାଜ୍ୟକୁ ପରସ୍ପରର ଶ୍ରେଷ୍ଠ ପ୍ରଣାଳୀ ଓ ଅନୁଭୂତିରୁ ଶିଖିବାରେ ଏକ ବଡ଼ ସୁଯୋଗ ଦେବ।

Previous Post

ସମ୍ବଲପୁରରେ ପୁଣି ଅପରାଧିକୁ ଏନକାଉଣ୍ଟର, ଖସିବାକୁ ପୋଲିସ ଉପରକୁ ଚଳାଇଥିଲା ଗୁଳି

Next Post

ଇପିକଲ୍ କାର୍ଯ୍ୟ ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ

FNN WEB

FNN WEB

Next Post
ଇପିକଲ୍ କାର୍ଯ୍ୟ ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ

ଇପିକଲ୍ କାର୍ଯ୍ୟ ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.