• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁରୀ ରଥଯାତ୍ରା ସୁରକ୍ଷା ପାଇଁ ମୁତୟନ ହେବେ ଏନ୍‌ଏସ୍‌ଜି

FNN WEB by FNN WEB
May 21, 2026
in ଓଡ଼ିଶା, ମୁଖ୍ୟ ଖବର
0
ପୁରୀ ରଥଯାତ୍ରା ସୁରକ୍ଷା ପାଇଁ ମୁତୟନ ହେବେ ଏନ୍‌ଏସ୍‌ଜି
0
SHARES
0
VIEWS

ଯାନବାହାନ ରଖିବାକୁ ୮ଟି ପାର୍କିଂସ୍ଥାନ
ରଥ ସମ୍ମୁଖରେ ମୁତୟନ ରହିବେ ସ୍ବତନ୍ତ୍ର କ୍ଲିୟରାନ୍‌ସ ପାର୍ଟି
ଭିଡ଼ ସ୍ଥାନରେ ଅଧିକ କ୍ରାକ୍‌ ଟିମ୍‌
ଏଲ୍‌ଇଡି ସ୍କ୍ରିନ୍‌ରେ ପେଷାଦାର ଅପରାଧୀଙ୍କ ଫଟୋ

କଟକ: ଜୁଲାଇ ୧୬ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ସମାପନ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତ ଆରମ୍ଭ ହୋଇଛି। ଏହି କ୍ରମରେ ରାଜ୍ୟ ପୁଲିସ ପକ୍ଷରୁ ଗୁରୁବାର କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତା କରିଥିଲେ। ଯାତ୍ରା ସମୟରେ ସମସ୍ତ ସୁରକ୍ଷା ଓ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ତୃଣମୂଳ ସ୍ତରରୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କୌଣସି ପରିସ୍ଥିତିରେ ଯେପରି ତ୍ରୁଟିବିଚ୍ୟୁତି ନ ଘଟେ, ସେଥିପାଇଁ ପ୍ରତ୍ୟେକ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ସେ ପରାମର୍ଶ ଦେଇଥିଲେ।

ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ବିଭିନ୍ନ ରୀତିନୀତି ନିର୍ଦ୍ଦିଷ୍ଟ ତାରିଖରେ ପାଳନ କରାଯିବ। ଆସନ୍ତା ଜୁନ ୨୯ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୧୪ ତାରିଖରେ ନବଯୌବନ ଦର୍ଶନ, ଜୁଲାଇ ୧୬ ତାରିଖରେ ରଥଯାତ୍ରା, ଜୁଲାଇ ୨୦ ତାରିଖରେ ହେରା ପଞ୍ଚମୀ, ଜୁଲାଇ ୨୩ ତାରିଖରେ ସନ୍ଧ୍ୟା ଦର୍ଶନ, ଜୁଲାଇ ୨୪ ତାରିଖରେ ବାହୁଡା ଯାତ୍ରା, ଜୁଲାଇ ୨୫ ତାରିଖରେ ସୁନାବେଶ, ଜୁଲାଇ ୨୬ ତାରିଖରେ ଅଧରପଣା ଏବଂ ଜୁଲାଇ ୨୭ ତାରିଖରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ। ଏହି ସମସ୍ତ ଅବସରରେ ଦେଶ-ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବାର ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ ଓ ଅଧିକ ସକ୍ରିୟ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।

ରଥଯାତ୍ରାରେ ଭକ୍ତମାନଙ୍କ ସୁରକ୍ଷା ଓ ସୁଚାରୁରୁପେ ଭିଡ଼ ନିୟନ୍ତ୍ରଣ କରିବାକୁ ଚଳିତ ବର୍ଷ ଅନେକ ନୂତନ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା କରାଯାଇଛି। ଯାତାୟାତ ଓ ଟ୍ରାଫିକ ପରିଚାଳନାକୁ ସୁଦୃଢ଼ କରିବା ପାଇଁ ଅତିରିକ୍ତ ୮ଟି ପାର୍କିଂ ସ୍ଥଳୀ ଚିହ୍ନଟ କରାଯାଇଛି। ରଥ ଟଣା ସମୟରେ ରଥଗୁଡ଼ିକର ସୁଗମ ଗତି ସୁନିଶ୍ଚିତ କରିବାକୁ ରଥ ଆଗରେ ସ୍ୱତନ୍ତ୍ର କ୍ଲିୟରାନ୍ସ ପାର୍ଟି ନିୟୋଜିତ କରାଯିବ। ଅଧିକ ଭିଡ଼ ଥିବା ସ୍ଥାନଗୁଡ଼ିକରେ କ୍ରାକ୍ ଟିମ୍ ମୁତୟନ କରାଯାଇ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯିବ। ଏହାବ୍ୟତୀତ ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଅତିରିକ୍ତ ସିସିଟିଭି କ୍ୟାମେରା ସ୍ଥାପନ, ଟ୍ରାଫିକ ସୁପରିଚାଳନା ପାଇଁ ରୋଡ ଡିଭାଇଡର, ଡିଲିନେଟର ଏବଂ ଟ୍ରାଫିକ ଜୋନ୍ ବ୍ୟବସ୍ଥା, ପର୍ଯ୍ୟାପ୍ତ ପାର୍କିଂ ସୁବିଧା ଏବଂ ଶୃଙ୍ଖଳିତ ଯାତାୟାତ ପରିଚାଳନା ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା।

ପୁରୀ ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ ସ୍ୱତନ୍ତ୍ର ଡ୍ରାଇଭ୍ ଚାଲୁ କରିବା, ହୋଟେଲ ଓ ଲଜଗୁଡ଼ିକରେ ନିୟମିତ ଯାଞ୍ଚ କରିବାକୁ ଡିଜିପି ପୁରୀ ଏସପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରଥଯାତ୍ରା ସମୟରେ ବାହାର ରାଜ୍ୟର ଅଭ୍ୟାସଗତ ଅପରାଧୀମାନଙ୍କ ଆଗମନ ସମ୍ଭାବନା ଥିବାରୁ ସେମାନଙ୍କ ଫଟୋ ସଂଗ୍ରହ କରି ରେଳ ଷ୍ଟେସନ ଓ ବସ୍‌ଷ୍ଟାଣ୍ଡରେ ଥିବା ଏଲଇଡି ସ୍କ୍ରିନ୍‌ରେ ପ୍ରଦର୍ଶନ କରାଯିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ସମୁଦ୍ରକୂଳ ଅଞ୍ଚଳରେ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ସହ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ନେଇ ମଧ୍ୟ ଆଲୋଚନା ହୋଇଥିଲା। ଏହାସହ ରେଳବାଇ ପୋଲିସ ପକ୍ଷରୁ ପୁରୀ, ଭୁବନେଶ୍ୱର, ଖୋର୍ଦ୍ଧା ଏବଂ ଜଟଣୀ ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯିବା ନେଇ ଆଲୋଚନା କରାଯାଇଥିଲା। ଆରପିଏଫ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।
ଏହାସହ ମନ୍ଦିର ନିକଟରେ ରକ୍ଷକ ଯାନ ମୁତୟନ, କେ-୯ ସ୍କ୍ୱାଡ୍ ନିୟୋଜନ, ଏନଏସଜି ତାଲିମପ୍ରାପ୍ତ ଏସଓଜି ଟିମ ମୁତୟନ, ଏସଟିୟୁ ଟିମ ନିୟୋଜିତ, ଦଳାଚକଟା ପରି ପରିସ୍ଥିତିକୁ ଏଡାଇବା ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା, ପୋଲିସ ଫୋର୍ସଙ୍କ ରହଣି ପାଇଁ ଆବଶ୍ୟକ ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ୍ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରଖି ଆଶୁ ସମସ୍ୟାର ସମାଧାନ ଏବଂ ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ନେଇ ଡିଜିପି ବିସ୍ତୃତ ଆଲୋଚନା କରିଥିଲେ। ବୈଠକରେ ଆପାତ୍‌କାଳୀନ ପରିସ୍ଥିତିର ମୁକାବିଲା, ଦୁର୍ଘଟଣା ପରିଚାଳନା ଏବଂ ବିଭିନ୍ନ ବିଭାଗ ମଧ୍ୟରେ ତ୍ୱରିତ ସମନ୍ୱୟ ସୁନିଶ୍ଚିତ କରିବା ଉପରେ ମଧ୍ୟ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।

ଏହି ବୈଠକରେ ଆରକ୍ଷୀ ନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର, ନିର୍ଦ୍ଦେଶକ (ଗୁଇନ୍ଦା) ଆର୍‌ ପି କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳବାଇ ଏବଂ ଉପକୂଳ ସୁରକ୍ଷା) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ପରିବହନ କମିଶନର ଅମିତାଭ ଠାକୁର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ଯୁନିକେସନ) ଦୟାଲ ଗଙ୍ଗୱାର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର, ଆଇଜି (ଅପରେସନ) ଡ. ଦୀପକ କୁମାର, ଆଇଜି (ବିପିଏସପିଏ) ଅନୁପ ସାହୁ, ଆଇଜି( ଗୁଇନ୍ଦା) ଜୟ ନାରାୟଣ ପଙ୍କଜ, ନିର୍ଦ୍ଦେଶକ (ଏସସିଆରବି) ଅବିନାଶ କୁମାର, ଆଇଜି (କ୍ରାଇମବ୍ରାଞ୍ଚ) ଡ. ସାର୍ଥକ ଷଡଙ୍ଗୀ, ଆଇଜି (କେନ୍ଦ୍ରାଞ୍ଚଳ) ସତ୍ୟଜିତ ନାୟକ, ଡିଆଇଜି (ଏସଆଇଡବ୍ଲୁ) ଅଖିଲେଶ୍ଵର ସିଂ, ଡିଆଇଜି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜି (କାର୍ମିକ) ଯୁଗଳ କିଶୋର କୁମାର ବନୋଥ, ଏଆଇଜି( ଆଇନ ଓ ଶୃଙ୍ଖଳା) ପ୍ରଭାଶଙ୍କର ନାୟକଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ I ଏହାସହ ଆଭାସୀ ମାଧ୍ୟମରେ ଆଇଜିପି (ଉତ୍ତର-କେନ୍ଦ୍ରାଞ୍ଚଳ) ସତ୍ୟବ୍ରତ ଭୋଇ, ଡିଆଇଜି (ପୂର୍ବାଞ୍ଚଳ) ପିନାକ ମିଶ୍ର, ଏସପି (ପୁରୀ) ପ୍ରତୀକ ସିଂ ପ୍ରମୁଖ ଉପସ୍ତିତ ଥିଲେ।

Previous Post

କାଳବୈଶାଖୀ ତାଣ୍ଡବ : ୩ ମୃତ, ଜଣେ ଗୁରୁତର

Next Post

ସାମସଙ୍ଗ ଏବଂ ଗୁଗଲ ପକ୍ଷରୁ ନୂତନ ଇଣ୍ଟେଲିଜେଣ୍ଟ ଆଇୱେୟାର ର ପ୍ରଥମ ଝଲକ ପ୍ରଦର୍ଶିତ

FNN WEB

FNN WEB

Next Post
ସାମସଙ୍ଗ ଏବଂ ଗୁଗଲ ପକ୍ଷରୁ ନୂତନ ଇଣ୍ଟେଲିଜେଣ୍ଟ ଆଇୱେୟାର ର ପ୍ରଥମ ଝଲକ ପ୍ରଦର୍ଶିତ

ସାମସଙ୍ଗ ଏବଂ ଗୁଗଲ ପକ୍ଷରୁ ନୂତନ ଇଣ୍ଟେଲିଜେଣ୍ଟ ଆଇୱେୟାର ର ପ୍ରଥମ ଝଲକ ପ୍ରଦର୍ଶିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.