• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୪୫ ଡିଗ୍ରି ଛୁଇଁଲା ୫ ସହରର ତାତି

FNN WEB by FNN WEB
May 23, 2026
in ଓଡ଼ିଶା, ମୁଖ୍ୟ ଖବର
0
୪୫ ଡିଗ୍ରି ଛୁଇଁଲା ୫ ସହରର ତାତି
0
SHARES
0
VIEWS

ଜଳୁଛି ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନ

ଭୁବନେଶ୍ୱର: ଆହୁରି ୫ ଦିନ ଜଳିବ ଓଡ଼ିଶା । ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ । ପୂରା ରାଜ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଥିବା ବେଳେ,୨୭ ତାରିଖ ଯାଏଁ ଏଭଳି ଗ୍ରୀଷ୍ମପ୍ରବାହ ସ୍ଥିତି ଲାଗି ରହିବ । ତା ପରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ମୁଣ୍ଡ ଉପରେ ଖସୁଛି ନିଆଁହୁଳା ପାଦତଳେ ଜଳୁଛି ରଡ଼ ଅଙ୍ଗାର । ମଝିରେ ପୋଡ଼ପିଠା ଭଳି ସିଝିଚାଲିଛି ଜୀବଜଗତ । ସତେ ଯେମିତି ଗ୍ୟାସ୍ ଚାମ୍ବର୍ ଭିତରେ ସଢ଼ୁଛି ମଣିଷ । କେଇ ମିନିଟ୍ ଖରାରେ ରହିବା ମୁସ୍କିଲ । ମୁଣ୍ଡ ବୁଲାଇ ଦେଉଛି, ଦେହ ଝାଇଁ ମାରିଯାଉଛି । ବହୁଛି ତତଲା ପବନ । ନିଶ୍ୱାସ ପ୍ରଶ୍ୱାସରେ ବି ନିଆଁ ଧାସ । ଦିନ ତ ଦିନ, ରାତିରେ ବି ତ୍ରାହି ନାହିଁ । ଏସି କି ଫ୍ୟାନ୍ ନଥିଲେ, ଦେହରୁ ଗମ୍ ଗମ୍ ଝାଳ ବୋହି ଚାଲିଛି । ଏ ବର୍ଷ ଖରାଦିନ କେବେ ସରିବ, ମୌସୁମୀ କେବେ ଭିଜାଇବ, ତାକୁ ହିଁ ଚାତକ ଭଳି ଚାହିଁ ବସିଛନ୍ତି ସମସ୍ତେ ।

ପ୍ରାୟ ସପ୍ତାହେ ଧରି ରେକର୍ଡ ପରେ ରେକର୍ଡ ଭାଙ୍ଗୁଥିବା ତାତି, ଆହୁରି ୫ ଦିନ ଅର୍ଥାତ୍ ୨୭ ତାରିଖ ଯାଏଁ କଲବଲ କରିବ । ୨୮ରୁ ପାରଦ ଧିରେ ଧିରେ ଖସିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୫ ଦିନ ଯାଏଁ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହାପରେ ୨ରୁ ୩ ଡିଗ୍ରି କମିବ ତାତି । ଅତ୍ୟଧିକ ଗ୍ରୀଷ୍ମପ୍ରବାହ ସତର୍କତା ଭାବେ ଆସନ୍ତାକାଲି ପାଇଁ ଝାରସୁଗୁଡ଼ା, ସମ୍ୱଲପୁର ଓ ବଲାଙ୍ଗିର ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ବଲାଙ୍ଗିରରେ ଉଷ୍ଣରାତି ଅନୁଭୂତ ହେବ । ଏଥିସହ ଗରମ ଓ ଗୁଳୁଗୁଳି ପାଇଁ ୧୪ ଜିଲ୍ଲାକୁ ଏବଂ କାଳବୈଶାଖୀ ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣି ଆଗକୁ ବଢ଼ିଛି । ଆରବ ସାଗରର କିଛି ଅଂଶ, କୋମୋରିନ ଅଞ୍ଚଳ, ଦକ୍ଷିଣ-ପଶ୍ଚିମ, ଦକ୍ଷିଣ-ପୂର୍ବ ଓ ପୂର୍ବ-ମଧ୍ୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗରର ଅଧିକାଂଶ ଅଞ୍ଚଳକୁ ଅଗ୍ରସର ହୋଇଛି ।

Previous Post

କର୍ମଚାରୀଙ୍କ ଛୁଟି ବାତିଲ କଲା ଓପିଟିସିଏଲ

Next Post

ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.