• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ପର୍ଯ୍ୟଟନର ବିକାଶ ନିମନ୍ତେ ଗଠିତ ହେବ ’ଲ୍ୟାଣ୍ଡ୍‌ବ୍ୟାଙ୍କ୍‌’

FNN WEB by FNN WEB
May 26, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ପର୍ଯ୍ୟଟନର ବିକାଶ ନିମନ୍ତେ ଗଠିତ ହେବ ’ଲ୍ୟାଣ୍ଡ୍‌ବ୍ୟାଙ୍କ୍‌’
0
SHARES
2
VIEWS

ଭୁବନେଶ୍ୱର: ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ବିକାଶକୁ ତ୍ବରାନ୍ବିତ କରାଯିବ। ଧଉଳିର ପୁନର୍ବିକାଶ ଠାରୁ ଆରମ୍ଭ କରି ପର୍ଯ୍ୟଟନ କ୍ଷେତ୍ରରେ ଇ-ଯାନର ବ୍ୟବହାରକୁ ଗୁରୁତ୍ବ ଦିଆଯିବ। କେବଳ ଏହାନୁହେଁ ଅନ୍ୟ ଶିଳ୍ପ ଢାଞ୍ଚାରେ ପର୍ଯ୍ୟଟନ ଶିଳ୍ପ ନିମନ୍ତେ ମଧ୍ୟ ଲ୍ୟାଣ୍ଡ୍‌ବ୍ୟାଙ୍କ୍‌ ଗଠିନ କରାଯିବ ବୋଲି ଆଜି (ମଙ୍ଗଳବାର) ପର୍ଯ୍ୟଟନ ବିଭାଗର ଏକ ସମୀକ୍ଷା ବୈଠକ ପରେ ରାଜ୍ୟ ସରକାର ସୂଚନା ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଅଧ୍ୟକ୍ଷତା କରିଥିଲେ। ରାଜ୍ୟରେ ଚାଲିଥିବା ବିଭିନ୍ନ ପର୍ଯ୍ୟଟନ ଭିତ୍ତିଭୂମି ପ୍ରକଳ୍ପ, ପର୍ଯ୍ୟଟନ ସ୍ଥଳୀର ବିକାଶମୂଳକ କାର୍ଯ୍ୟ ଏବଂ ପ୍ରଚାର ପ୍ରସାରର ସ୍ଥିତି ଆଲୋଚନା ହୋଇଥିଲା।

ଶ୍ରୀମତୀ ପରିଡ଼ା ଧଉଳି ଆଖପାଖରେ ହେବାକୁଥିବା ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଏହି ଐତିହ୍ୟ ସ୍ଥଳରେ ପର୍ଯ୍ୟଟକମାନଙ୍କ ଅନୁଭୂତିକୁ ଅଧିକ ସମୃଦ୍ଧ କରିବା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରିଥିଲେ। ଧଉଳି ମାଷ୍ଟର ପ୍ଲାନର ଏକ ଅଂଶ ସ୍ୱରୂପ ପରିବେଶ ଅନୁକୂଳ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ଏବଂ ପର୍ଯ୍ୟଟକମାନଙ୍କୁ ଅଧିକ ସୁବିଧା ଯୋଗାଇଦେବା ପାଇଁ ସେ ପର୍ଯ୍ୟଟକ ଓ ସ୍ଥାନୀୟ ଯାତାୟାତ ନିମନ୍ତେ ଇ-ଯାନର ବ୍ୟବହାର ଉପରେ ଗୁରୁତ୍ୱାରୋପ କରିଥିଲେ।

ବିବିଏସଆର (ଭୁବନେଶ୍ୱର)–ପୁରୀ କରିଡର ମଧ୍ୟରେ ଥିବା କପିଳେଶ୍ୱର ଏବଂ ସୁଖମେଶ୍ୱର ମନ୍ଦିର ସହିତ ଦାସିଆ ବାଉରୀ ପୀଠ ଏବଂ ଅନ୍ୟାନ୍ୟ ଐତିହ୍ୟ ସ୍ଥଳଗୁଡ଼ିକର ସୌନ୍ଦର୍ଯ୍ୟକରଣ ଏବଂ ସମନ୍ୱିତ ବିକାଶର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ। ସେ ସମ୍ପୃକ୍ତ ବିଭାଗ ଏବଂ କର୍ତ୍ତୃପକ୍ଷଙ୍କଠାରୁ ଆବଶ୍ୟକୀୟ ମଞ୍ଜୁରି ଓ ଅନୁମତି ପାଇବା ପରେ ସମନ୍ୱୟ ରକ୍ଷା କରି ପ୍ରସ୍ତାବିତ କାର୍ଯ୍ୟଗୁଡ଼ିକ ହାତକୁ ନେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ରଥଯାତ୍ରା ଏବଂ ଏଥିପାଇଁ ଆସିବାକୁ ଥିବା ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-ପୁରୀ କରିଡର ପାଇଁ ବିଭାଗର ବିଜ୍ଞାପନ ଏବଂ ପ୍ରଚାର ଯୋଜନା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।

ହୋମଷ୍ଟେ, ଆଡଭେଞ୍ଚର ପର୍ଯ୍ୟଟନ, ପର୍ଯ୍ୟଟକଙ୍କ ସୁରକ୍ଷା ଓ ନିରାପତ୍ତା ଏବଂ ପ୍ରମୁଖ ପର୍ଯ୍ୟଟନ ସ୍ଥଳଗୁଡ଼ିକରେ ପରିମଳ ବ୍ୟବସ୍ଥା ସହ ଜଡ଼ିତ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ପର୍ଯ୍ୟଟନ ଭିତ୍ତିଭୂମି ତଥା ପୁଞ୍ଜିନିବେଶକୁ ସହଜ କରିବା ପାଇଁ ଏକ ସ୍ୱତନ୍ତ୍ର ପର୍ଯ୍ୟଟନ ଲ୍ୟାଣ୍ଡ ବ୍ୟାଙ୍କ ଗଠନ ଉପରେ ଗୁରୁତ୍ୱ ଦେଇଥିଲେ। ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂହ, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପର୍ଯ୍ୟଟନ ବିଭାଗର କମିଶନର-ତଥା-ଶାସନ ସଚିବ ବଳବନ୍ତ ସିଂହ, ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର ଏବଂ ପର୍ଯ୍ୟଟନ ବିଭାଗର ଅନ୍ୟାନ୍ୟ ସମ୍ପୃକ୍ତ ଅଧିକାରୀମାନେ ଏହି ବୈଠକରେ ଯୋଗ ଦେଇଥିଲେ।

Previous Post

ପ୍ରକାଶ ପାଇଲା ଓଏଏସ୍‌ ରେଜଲ୍ଟ : ବୁବୁନ ସାହୁ ଟପ୍ପର

Next Post

୩୦ରୁ ଏସଆଇଆର : ସନ୍ଦେହ ହେଲେ କରନ୍ତୁ ଡାଏଲ୍‌ ‘୧୯୫୦’

FNN WEB

FNN WEB

Next Post
୩୦ରୁ ଏସଆଇଆର : ସନ୍ଦେହ ହେଲେ କରନ୍ତୁ ଡାଏଲ୍‌ ‘୧୯୫୦’

୩୦ରୁ ଏସଆଇଆର : ସନ୍ଦେହ ହେଲେ କରନ୍ତୁ ଡାଏଲ୍‌ ‘୧୯୫୦’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.