• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୩୦ରୁ ଏସଆଇଆର : ସନ୍ଦେହ ହେଲେ କରନ୍ତୁ ଡାଏଲ୍‌ ‘୧୯୫୦’

FNN WEB by FNN WEB
May 26, 2026
in ଓଡ଼ିଶା, ମୁଖ୍ୟ ଖବର
0
୩୦ରୁ ଏସଆଇଆର : ସନ୍ଦେହ ହେଲେ କରନ୍ତୁ ଡାଏଲ୍‌ ‘୧୯୫୦’
0
SHARES
1
VIEWS

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ମେ ୩୦ ତାରିଖରୁ ଆରମ୍ଭ ହେବାକୁ ଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ ଆଇ ଆର) କାର୍ଯ୍ୟକ୍ରମର ସୁପରିଚାଳନା ନେଇ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ ଗୋପଲନଙ୍କ ଅଧ୍ୟକ୍ଷତାରେ ଆଭାସୀ (ଭର୍ଚୁଆଲ୍) ମାଧ୍ୟମରେ ଆୟୋଜିତ ଏହି ବୈଠକରେ ସମସ୍ତ ଜିଲ୍ଲାର ନୋଡାଲ ଅଫିସର, ଡେପୁଟି କଲେକ୍ଟର (ନିର୍ବାଚନ) ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ମାନେ ସାମିଲ ହୋଇଥିଲେ।

ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ଆସନ୍ତା ଏସଆଇଆର କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ ଓ ତ୍ରୁଟିଶୂନ୍ୟ କରିବା ପାଇଁ ସମସ୍ତ ଜିଲ୍ଲା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ, ତ୍ରୁଟି ସଂଶୋଧନ ଏବଂ ସ୍ଥାନାନ୍ତରଣ ପ୍ରକ୍ରିୟାକୁ କିପରି ସରଳୀକରଣ କରାଯାଇପାରିବ, ସେ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଏହି ଅଭିଯାନରେ କୌଣସି ଯୋଗ୍ୟ ଭୋଟର ଯେପରି ବାଦ୍ ନପଡ଼ନ୍ତି, ସେଥିପ୍ରତି ସତର୍କ ଦୃଷ୍ଟି ଦେବାକୁ ସେ କହିଛନ୍ତି।

ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ’ ସମୟରେ ବିଏଲଓମାନେ ଘରକୁ ଘର ବୁଲି ସର୍ଭେ ପ୍ରକ୍ରିୟାକୁ ସ୍ୱଚ୍ଛ, ସରଳ ଓ ଗୁଜବମୁକ୍ତ କରିବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ଜିଲ୍ଲା ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ସୋସିଆଲ ମିଡିଆରେ ଏସ ଆଇ ଆର କୁ ନେଇ ପ୍ରସାରିତ ହେଉଥିବା ଯେକୌଣସି ଅପପ୍ରଚାରର ତୁରନ୍ତ ମୁକାବିଲା କରିବାକୁ ଏହି ଆଭାସୀ ବୈଠକରେ ଚେତାବନୀ ଦିଆଯାଇଛି।

ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାକୁ ନେଇ ସୋସିଆଲ ମିଡିଆରେ କୌଣସି ପ୍ରକାର ଭ୍ରମାତ୍ମକ ସୂଚନା କିମ୍ବା ଗୁଜବ ଯେପରି ନ ବ୍ୟାପେ, ସେଥିପାଇଁ ପ୍ରତ୍ୟେକ ଜିଲ୍ଲାର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମାନେ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ତୀକ୍ଷ୍ଣ ନଜର ରଖିବେ। କୌଣସି ଅପପ୍ରଚାର ନଜରକୁ ଆସିଲେ, ପ୍ରଶାସନ ପକ୍ଷରୁ ସଙ୍ଗେ ସଙ୍ଗେ ତାର ସତ୍ୟାସତ୍ୟ ଉପସ୍ଥାପନ କରାଯାଇ ଖଣ୍ଡନ କରାଯିବ।

ଭୋଟର ତାଲିକା ପ୍ରସ୍ତୁତି ପାଇଁ ଉଦ୍ଦିଷ୍ଟ ସମସ୍ତ ଗଣନା ଫର୍ମ କୁ ସ୍ଥାନୀୟ ଓଡ଼ିଆ ଭାଷାରେ ଉପଲବ୍ଧ କରାଯିବ, ଯାହାଦ୍ୱାରା ଗ୍ରାମାଞ୍ଚଳର ସାଧାରଣ ଲୋକେ ଏହାକୁ ସହଜରେ ବୁଝିପାରିବେ। ଏହା ସହିତ ଘରକୁ ଘର ବୁଲି ହେବାକୁ ଥିବା ଗଣନା କାର୍ଯ୍ୟକ୍ରମ ବିଷୟରେ ଲୋକଙ୍କୁ ସଚେତନ କରାଯିବ, ଯେପରି ସେମାନେ ନିଜ ସଠିକ୍ ତଥ୍ୟ ପ୍ରଦାନ କରିବେ।

ଜନସାଧାରଣଙ୍କ ସହାୟତା ପାଇଁ ୧୯୫୦ ଟୋଲ୍ ଫ୍ରି ନିର୍ବାଚନ ହେଲ୍ପଲାଇନ ନମ୍ବରର ବ୍ୟାପକ ପ୍ରଚାର କରାଯିବ। ଏହି ନମ୍ବର ଜରିଆରେ ନାଗରିକମାନେ ଭୋଟର ତାଲିକା ସମ୍ବନ୍ଧୀୟ ସମସ୍ତ ସୂଚନା ପାଇପାରିବେ ଏବଂ ନିଜ ଅଞ୍ଚଳର ବୁଥ୍ ସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା ପାଇଁ ଏକ କଲ୍ ମଧ୍ୟ ବୁକ୍ କରିପାରିବେ।

ଭୋଟର ସଂଶୋଧନ ପ୍ରକ୍ରିୟା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ସ୍ଥାନୀୟ ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଏହାର କିପରି ବହୁଳ ଭାବରେ ପ୍ରଚାର ପ୍ରସାର କରାଯାଇପାରିବ ସେ ଉପରେ ଡେ଼ପୁଟି ସିଇଓ ଡ଼. ଲଷ୍ମୀପ୍ରସାଦ ସାହୁ ସମସ୍ତ ଜିଲ୍ଲାର ମିଡ଼ିଆ ସେଲ, ସୋସିଆଲ ମିଡ଼ିଆ ସେଲର ମୁଖ୍ୟ ଓ ଡିଆଇପିଆରଓ ମାନଙ୍କୁ ପରାମର୍ଶ ଦେଇଛନ୍ତି।

ପ୍ରତ୍ୟେକ ଜିଲ୍ଲାରେ ନିର୍ବାଚନ ବିଭାଗ ଓ ଜିଲ୍ଲା ପ୍ରଶାସନ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଡେପୁଟି କଲେକ୍ଟର (ନିର୍ବାଚନ) ଓ ନୋଡାଲ ଅଫିସରମାନଙ୍କୁ ପରାମର୍ଶ ଦିଆଯାଇଛି। ଅନଲାଇନ୍ ମାଧ୍ୟମରେ ଆବେଦନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ସହ ବୁଥ୍ ସ୍ତରୀୟ ଅଧିକାରୀ ମାନଙ୍କୁ ସକ୍ରିୟ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପଲନଙ୍କ ସମେତ ଡେ଼ପୁଟି ସିଇଓ ଡ଼.ଲଷ୍ମୀପ୍ରସାଦ ସାହୁ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ରାଜ୍ୟରେ ପର୍ଯ୍ୟଟନର ବିକାଶ ନିମନ୍ତେ ଗଠିତ ହେବ ’ଲ୍ୟାଣ୍ଡ୍‌ବ୍ୟାଙ୍କ୍‌’

Next Post

କିମସ୍ କାର୍ଡିଆକ୍ ସର୍ଜନ ଚିକାଗୋ ଏଏଟିଏସ ଫାଉଣ୍ଡେସନ୍ ପକ୍ଷରୁ ସମ୍ମାନୀତ

FNN WEB

FNN WEB

Next Post
କିମସ୍ କାର୍ଡିଆକ୍ ସର୍ଜନ ଚିକାଗୋ ଏଏଟିଏସ ଫାଉଣ୍ଡେସନ୍ ପକ୍ଷରୁ ସମ୍ମାନୀତ

କିମସ୍ କାର୍ଡିଆକ୍ ସର୍ଜନ ଚିକାଗୋ ଏଏଟିଏସ ଫାଉଣ୍ଡେସନ୍ ପକ୍ଷରୁ ସମ୍ମାନୀତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.