• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନବୀନ ସରକାର ଅମଳରେ ଜେଏସ୍‌ଡବ୍ଲୁ ପ୍ଲାଣ୍ଟର ଶୁଭାରମ୍ଭ ହୋଇଛି: ବିଜେଡି

FNN WEB by FNN WEB
May 27, 2026
in ଓଡ଼ିଶା, ମୁଖ୍ୟ ଖବର
0
ନବୀନ ସରକାର ଅମଳରେ ଜେଏସ୍‌ଡବ୍ଲୁ ପ୍ଲାଣ୍ଟର ଶୁଭାରମ୍ଭ ହୋଇଛି: ବିଜେଡି
0
SHARES
1
VIEWS

ଭୁବନେଶ୍ୱର: ଜଗତସିଂହପୁରଜିଲ୍ଲା ପାରାଦୀପ ନିର୍ବାଚନ ମଣ୍ଡଳୀର ଢିଙ୍କିଆ, ନୂଆଗାଁର ଗଡ଼କୁଜଙ୍ଗରେ ନବୀନ ସରକାର ଅମଳରେ ଜେଏସ୍‌ଡବ୍ଲୁ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇ ଶିଳାନ୍ୟାସ କରାଯାଇଥିଲା। ବର୍ତ୍ତମାନର ବିଜେପି ସରକାର ସମାନ ପ୍ରକଳ୍ପର ପୁନଃ ଶିଳାନ୍ୟାସ କରି ବାହାବା ନେବା ନିନ୍ଦନୀୟ। ଆଜି ଢିଙ୍କିଆରେ ଜେଏସ୍‌ଡବ୍ଲୁ ପ୍ରକଳ୍ପ ପାଇଁ ଶିଳାନ୍ୟାସ ପରେ ବିଜୁ ଜନତା ଦଳ (ବିଜେଡି) ଏହା କହିଛି।

ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି, ଯେଉଁ ପୁଞ୍ଜିନିବେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଣିଥିଲେ, ସେହି ଜେଏସ୍‌ଡବ୍ଲୁ ପ୍ଲାଣ୍ଟର ପୁନଃ ଶିଳାନ୍ୟାସ କରି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି। ନବୀନ ସରକାର ଅମଳରେ ‘ମେକ୍ ଇନ୍ ଓଡ଼ିଶା’ କାର୍ଯ୍ୟକ୍ରମରେ ପାରାଦୀପ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଢିଙ୍କିଆ,ନୂଆଗାଁର ଗଡ଼କୁଜଙ୍ଗରେ ଜେଏସ୍‌ଡବ୍ଲୁ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଚୁକ୍ତି ସ୍ୱାକ୍ଷର ହୋଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜେଏସ୍‌ଡବ୍ଲୁର ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନା କରି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ପୂର୍ବ ସରକାର କରିଥିବା କାମକୁ ବର୍ତ୍ତମାନର ବିଜେପି ସରକାର ନିଜ କାମ କହି ଡିଣ୍ଡିମ ପିଟିବା ଅତ୍ୟନ୍ତ ହାସ୍ୟାସ୍ପଦ। ରାଜ୍ୟକୁ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆସୁଥିବା କଥା ସରକାର କହୁଛନ୍ତି, ବାସ୍ତବରେ କେତେ ପୁଞ୍ଜିନିବେଶ ଆସିଛି ଓ କେତେ ପୁଞ୍ଜି ଗ୍ରାଉଣ୍ଡେଡ୍ ହୋଇଛି, ତାହା ଓଡ଼ିଶାବାସୀଙ୍କ ନିକଟରେ ଉପସ୍ଥାପନା କରନ୍ତୁ। ନିଯୁକ୍ତି ସୃଷ୍ଟି ନାଁରେ ଯୁବବର୍ଗଙ୍କୁ ହତାଶ କରି ତାଙ୍କ ଭାବନା ସହିତ ଖେଳନ୍ତୁ ନାହିଁ। ପ୍ରକଳ୍ପ ପ୍ରତିଷ୍ଠା ନାଁରେ ମିଛ କହିବାରୁ ନିବୃତ୍ତ ରୁହନ୍ତୁ।

ଡ଼ ମହାନ୍ତି ଆହୁରି କହିଥିଲେ, ରାଜ୍ୟକୁ ପୁଞ୍ଜିନିବେଶ ଆସିଲେ ପ୍ରମୁଖ ବିରୋଧୀ ଦଳ ହିସାବରେ ବିଜେଡି ସ୍ୱାଗତ କରିବ। କାହିଁକି ନା ପୁଞ୍ଜିନିବେଶ ଆସିବା ଦ୍ୱାରା ରାଜ୍ୟରେ ନିଯୁକ୍ତି ସୃଷ୍ଟି ହେବ, ଯାହା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର କରୁଥିଲା । ବର୍ତ୍ତମାନ ସରକାରର ଶିଳ୍ପ ମନ୍ତ୍ରୀ ଶିଳ୍ପର ବିକାଶ ନାଁରେ ନିଜର ବିକାଶ ଅଧିକ କରୁଛନ୍ତି, ଯାହା ଜେଏସ୍‌ଡବ୍ଲୁ ପ୍ରତିଷ୍ଠିତ ହୋଇଥିବା ଅଞ୍ଚଳର ଜନସାଧାରଣ ଆଲୋଚନା କରୁଛନ୍ତି।

ରାଜ୍ୟରେ କଞ୍ଚାମାଲ, ଭଲ ନେତୃତ୍ୱ ଓ ଆଇନଶୃଙ୍ଖଳା ପରିସ୍ଥିତି ଠିକ୍ ଥିଲେ ନିବେଶ ଆସେ। କିନ୍ତୁ ରାଜ୍ୟରେ ବିଗିଡ଼ିଯାଇଥିବା ଆଇନଶୃଙ୍ଖଳା ପରିସ୍ଥିତି ଯୋଗୁଁ ନୂତନ ପୁଞ୍ଜିନିବେଶ ପାଇଁ ଶିଳ୍ପପତିମାନେ ମନ ବଳାଉ ନାହାନ୍ତି। ଅପରପକ୍ଷରେ ରାଜ୍ୟକୁ ନୂତନ ପୁଞ୍ଜି ଆଣିବା ବାହାନାରେ ରାଜ୍ୟ ତହବିଲ୍ରୁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ, ଦେଶ ବିଦେଶ ଭ୍ରମଣ କରିବାରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସଚିବମାନେ ମାତିଛନ୍ତି। ଗଲା ୨ ବର୍ଷ ଭିତରେ ରାଜ୍ୟରେ ଦୁଷ୍କର୍ମ, ଗଣଦୁଷ୍କର୍ମ, ନାରୀ ନିର୍ଯାତନା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇଛି। ପୋଲିସ୍ର ନିଷ୍କି୍ରୟତା ଯୋଗୁଁ ଭିଡ଼ ହିଂସା ଘଟି ନିରୀହ ଜୀବନ ଯାଉଛି। ଏନସିଆରବି ରିପୋର୍ଟ ଅନୁଯାୟୀ ଓଡ଼ିଶା ଏବେ ୧ ନମ୍ବର ସ୍ଥାନରେ ରହିଛି। ପୂର୍ବ ସରକାର କରିଥିବା କାମକୁ ପୁଣିଥରେ କରି ମୁଖ୍ୟମନ୍ତ୍ରୀ ବାହାବା ନେବା ପରିବର୍ତ୍ତେ, ପ୍ରଥମେ ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ କରନ୍ତୁ। ନଚେତ ଓଡ଼ିଶାବାସୀ କେବେ କ୍ଷମା ଦେବେ ନାହିଁ।

Previous Post

କିଟ୍‍ ଦ୍ୱାରା ବିକଶିତ ବନ୍ୟପ୍ରାଣୀ ମନିଟରିଂ ଡିଭାଇସ୍‍ ଡିଜାଇନକୁ ମିଳିଲା ପେଟେଣ୍ଟ

Next Post

ଉପକୂଳରେ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଉପକୂଳରେ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଉପକୂଳରେ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.