• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଉପକୂଳରେ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 27, 2026
in ଓଡ଼ିଶା, ମୁଖ୍ୟ ଖବର
0
ଉପକୂଳରେ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

୬୫ ହଜାର କୋଟିର ପୁଞ୍ଜି ନିବେଶ

ଭୁବନେଶ୍ବର : ଜଗତସିଂହପୁର ଜିଲ୍ଲାରେ ଶିଳ୍ପ ପ୍ରକଳ୍ପ ଆଶା ପୁଣି ଉଜ୍ଜିବୀତ । ଜିଲ୍ଲାରେ ନିର୍ମାଣ ହେବ ବଡ଼ ଷ୍ଟିଲ୍ ପ୍ଲାଣ୍ଟ । ପାରାଦୀପ ଢିକିଆ ଠାରେ ଜେଏସଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ଲିମିଟେଡ୍ ଏହି ବୃହତ୍ତ ଷ୍ଟିଲ୍ ପାଣ୍ଟ ନିର୍ମାଣ କରିବ । ପ୍ରସ୍ତାବିତ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ ପ୍ରକଳ୍ପର ନୂତନ ୟୁନିଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୁଧବାର ମଧ୍ୟାହ୍ନ ୧୨ଟାରେ ସିଏମ୍ ନୂଆ ପ୍ରକଳ୍ପର ନିଅଁ ପକାଇଛନ୍ତି । ଏହି ଅବସରରେ ମୋହନ ମାଝୀ କହିଛନ୍ତି, ଦିଲ୍ଲୀରେ ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିଲେ ମଧ୍ୟ ଓଡ଼ିଶାରେ ଶିଳ୍ପ ବିକାଶ ପାଇଁ ତାକୁ ପଛରେ ପକାଇ ଏଠାକୁ ଆସିଛି । ଜେଏସଡବ୍ଲ୍ୟୁ ଇଣ୍ଟିଗ୍ରେଟେଡ୍ ଷ୍ଟିଲ ପ୍ଲାଣ୍ଟ ପାଇଁ ଓଡ଼ିଶାକୁ ବାଛିଥିବାରୁ କମ୍ପାନୀର ଅଧ୍ୟକ୍ଷ ସଜନ ଜିନ୍ଦଲଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ।

ଦୀର୍ଘ ଦୁଇ ଦଶନ୍ଧି ଧରି ସ୍ଥାନୀୟ ଲୋକମାନେ ଯେଉଁ ସ୍ୱପ୍ନ ଦେଖିଥିଲେ ତାକୁ ରାଜ୍ୟ ସରକାର ପୂରଣ କରିଛି ବୋଲି କହିବା ସହ ନିର୍ଦ୍ଧାରିତ ସମୟର ଦୁଇ ବର୍ଷ ପୂର୍ବରୁ ଆମେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଛୁ । ଏହି ଶିଳ୍ପର ତ୍ବରିତ ବିକାଶ ସହ ସ୍ଥାନୀୟ ଅଞ୍ଚଳର ଯୁବକ-ଯୁବତୀ ମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ଦେବାକୁ ଜେଏସଡବ୍ଲୁ ଅଧ୍ୟକ୍ଷଙ୍କୁ କହିଥିଲେ । JSW ଗ୍ରୁପ୍ ପୂର୍ବରୁ ଘୋଷଣା କରିଥିବା ତଥ୍ୟ ଅନୁଯାୟୀ, ପାରାଦୀପରେ ପ୍ରାୟ ୧୩.୨ ମିଲିୟନ ଟନ୍ କ୍ଷମତା ବିଶିଷ୍ଟ ଏକ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ ସ୍ଥାପନ ହେବ । ଏଥିରେ ପ୍ରାୟ ୬୫ ହଜାର କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ ପ୍ରସ୍ତାବ ରହିଛି । ୨୯୫୮ ଏକର ଜମିରେ ପ୍ରକଳ୍ପଟି ପର୍ଯ୍ୟାୟ କ୍ରମେ କାର୍ଯ୍ୟକାରୀ ହେବାକୁ ଥିବାବେଳେ ଏଥିରେ ଷ୍ଟିଲ୍ ଉତ୍ପାଦନ ସହିତ ସିମେଣ୍ଟ, ପାୱାର ଏବଂ ପୋର୍ଟ ଆଧାରିତ ଅନ୍ୟାନ୍ୟ ଶିଳ୍ପ ସୁବିଧା ମଧ୍ୟ ବିକଶିତ ହେବାର ଯୋଜନା ରହିଛି ।

ଏହି ପ୍ରକଳ୍ପ ମାଧ୍ୟମରେ ହଜାର ହଜାର ସ୍ଥାନୀୟ ଯୁବକଙ୍କ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନିଯୁକ୍ତି ମିଳିବ । ଏଥିସହ ସଡ଼କ, ପାଣି, ବିଦ୍ୟୁତ ଓ ବନ୍ଦର ସଂଯୋଗ ଭଳି ମଧ୍ୟ ବ୍ୟାପକ ଉନ୍ନତି ଆସିବ ବୋଲି କମ୍ପାନୀର ଅଧ୍ୟକ୍ଷ ସଜନ ଜିନ୍ଦଲ କହିଛନ୍ତି । ଏହି ସ୍ଥାନରେ ଅନେକ ଶିଳ୍ପ ସଂସ୍ଥାର ନଜର ଥିବା ସହ ଅତୀତରେ ଅନେକ ଶିଳ୍ପ ସଂସ୍ଥା ଏଠାକୁ ଆସି ଫେରି ଯାଇଛନ୍ତି । କିନ୍ତୁ ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ଏହା ଜେଏସଡବ୍ଲୁ ଭାଗ୍ୟରେ ଥିଲା ବୋଲି ସଜନ ଜିନ୍ଦଲ କହିବା ସହ ଦେଶରେ ମୋଟ୍ ୩ଶହ ବିଲିୟନ ଟନ୍ ମଧ୍ୟରୁ ପାରାଦୀପରେ ୫୦ ପ୍ରତିଶତ ଷ୍ଟିଲ ଉତ୍ପାଦନ ହେବ ବୋଲି ସେ କହିଥିଲେ । ସେହିପରି ସ୍ଥାନୀୟ ଅଞ୍ଚଳରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ଟ୍ରେନିଂ ସେଣ୍ଟର କରିବା ସହ ଓଡ଼ିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବୁ ବୋଲି କହିଥିଲେ । ଏହି ଅବସରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସାଂସଦ ବିଭୁପ୍ରସାଦ ତରାଇ, ବିଧାୟକ ସାରଦା ଜେନା, ବିଧାୟକ ଅମରେନ୍ଦ୍ର ଦାସଙ୍କ ସହ ବିଭିନ୍ନ ପ୍ରଶାସନିକ ଅଧିକାରୀ ଓ କମ୍ପାନୀ କର୍ମକର୍ତ୍ତା ମାନେ ଯୋଗଦେଇ ଆଗାମୀ ଦିନରେ ଏହି ପ୍ରକଳ୍ପ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି କହିଥିଲେ ।

Previous Post

ନବୀନ ସରକାର ଅମଳରେ ଜେଏସ୍‌ଡବ୍ଲୁ ପ୍ଲାଣ୍ଟର ଶୁଭାରମ୍ଭ ହୋଇଛି: ବିଜେଡି

Next Post

ଜୁନ୍ ୨ ଯାଏଁ ହିଟୱେଭ୍ ଆଲର୍ଟ, ଜଳିବ ପଶ୍ଚିମ ଓଡ଼ିଶା

FNN WEB

FNN WEB

Next Post
ଜୁନ୍ ୨ ଯାଏଁ ହିଟୱେଭ୍ ଆଲର୍ଟ, ଜଳିବ ପଶ୍ଚିମ ଓଡ଼ିଶା

ଜୁନ୍ ୨ ଯାଏଁ ହିଟୱେଭ୍ ଆଲର୍ଟ, ଜଳିବ ପଶ୍ଚିମ ଓଡ଼ିଶା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.