• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

FNN WEB by FNN WEB
June 12, 2026
in ଓଡ଼ିଶା, ମୁଖ୍ୟ ଖବର
0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ
0
SHARES
2
VIEWS

ଭୁବନେଶ୍ୱର: ମହାକାଳପଡ଼ା ବ୍ଲକ୍‌ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝାଙ୍କ ସମର୍ଥନରେ ବିଜୁ ଜନତା ଦଳ (ବିଜେଡି) ଅଣ୍ଟାଭିଡ଼ିଛି। ସରପଞ୍ଚଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାର, ଶାରୀରିକ ଆକ୍ରମଣ, ଧମକ ଘଟଣା ଓଡ଼ିଶାରେ ମହିଳା ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି କରିଛି । ରାଜ୍ୟ ସରକାର ୨ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଥିବା ବେଳେ ଜଣେ ନିର୍ବାଚିତ ମହିଳା ଜନପ୍ରତିନିଧିଙ୍କୁ ସର୍ବସମ୍ମୁଖରେ ଏଭଳି ଅପମାନିତ କରାଯିବା ଅତ୍ୟନ୍ତ ଲଜ୍ଜାଜନକ ଓ ନିନ୍ଦନୀୟ ବୋଲି ବିଜେଡି କହିଛି । ଆଜି (ଶୁକ୍ରବାର) ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ରାଜ୍ୟସଭା ସାଂସଦ ସୁଲତା ଦେଓ ଓ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ମୀନତୀ ବେହେରା ଉପସ୍ଥିତ ଥିଲେ। ସେମାନେ କହିଛନ୍ତି, ବିଜେପିର ନାରୀଶକ୍ତି ବନ୍ଦନ ସ୍ଲୋଗାନ ପ୍ରହସନରେ ପରିଣତ ହୋଇଛି ।

ଶ୍ରୀମତୀ ଦେଓ ରାଜ୍ୟ ସରକାରଙ୍କୁ ସମାଲୋଚନା କରି କହିଛନ୍ତି, ଚାମେଲୀ ଓଝା ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ସ୍ଥାନୀୟ ବିଧାୟକ ଓ ବିଡିଓଙ୍କ ବିରୋଧରେ କିଛି ଗୁରୁତର ଅଭିଯୋଗ ଆଣିଛନ୍ତି । ସେ ବିଜେପି ଦଳର ସକି୍ରୟ ସଦସ୍ୟା ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରି ନ୍ୟାୟ ଭିକ୍ଷା କରୁଛନ୍ତି । ଚାମେଲୀଙ୍କ ପ୍ରତି ହୋଇଥିବା ଅପମାନ ସମଗ୍ର ନାରୀ ଜାତି ଓ ତି୍ରସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ପାଇଁ ଆହ୍ୱାନ ସୃଷ୍ଟି କରିଛି। ମହିଳା ସଶକ୍ତିକରଣ ସରକାରଙ୍କ ମୂଳ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହୁଥିବା ବେଳେ ବିଜେପି ସମର୍ଥିତ ଜଣେ ନିର୍ବାଚିତ ମହିଳା ଜନପ୍ରତିନିଧି ଯେଉଁଭଳି ଭାବେ ଆକ୍ରମଣର ଶିକାର ହୋଇଛନ୍ତି, ତାହା ବିଜେପିର ଦୋମୁହାଁ ନୀତିକୁ ପଦାରେ ପକାଇଛି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଚାମେଲୀଙ୍କ ମୋବାଇଲ ଫୋନ୍ ଛଡ଼ାଇ ନେଉଥିବା ଲୋକଙ୍କୁ ପୋଲିସ୍ ବର୍ତ୍ତମାନ ସୁଦ୍ଧା ଗିରଫ କରିବାରେ ବିଫଳ ହୋଇଛି ।

ଶ୍ରୀମତୀ ମିନତୀ ବେହେରା କହିଥିଲେ ଯେ, ଲୋକଙ୍କ ଅଧିକାର ପାଇଁ ଲଢ଼େଇ କରୁଥିବା ସରପଞ୍ଚ ଚାମେଲୀ ଓଝାଙ୍କୁ ସର୍ବସମ୍ମୁଖରେ ଯେଉଁଭଳି ନିର୍ଯାତନା ଓ ଅପମାନର ଶିକାର ହେବାକୁ ପଡ଼ିଲା, ତାହା ରାଜ୍ୟ ସରକାରଙ୍କ ଅସଲ ସ୍ୱରୂପକୁ ପଦାରେ ପକାଇଦେଇଛି। ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରସଙ୍ଗରେ କୌଣସି ପ୍ରକାରର ଅନ୍ୟାୟକୁ ବିଜେଡି ସହ୍ୟ କରିବ ନାହିଁ । ଚାମେଲୀ ଓଝାଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ବିଜେଡି ଏହି ପ୍ରସଙ୍ଗରେ ଆନେ୍ଦାଳନ ଓ ସଂଗ୍ରାମ ଜାରି ରଖିବ ।

Previous Post

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

Next Post

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

FNN WEB

FNN WEB

Next Post
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.