• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

FNN WEB by FNN WEB
June 17, 2026
in ଓଡ଼ିଶା, ମୁଖ୍ୟ ଖବର
0
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ
0
SHARES
0
VIEWS

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ “ଏକ ରାଜ୍ୟ – ଏକ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ଥଳୀ” (One State – One Global Destination) ଯୋଜନା ଅଧୀନରେ ଓଡ଼ିଶାର ଦୁଇଟି ସ୍ଥାନ ‘ପୁରୀ-କୋଣାର୍କ’ ଓ ’ହୀରାକୁଦ-ଦେବ୍ରୀଗଡ଼’ର ବିକାଶ କରାଯିବ। ଆଜି ଏନେଇ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ବୈଠକରେ ପ୍ରସ୍ତାବ ପାରିତ ହୋଇଛି। ଆଜି (ବୁଧବାର) ଭୁବନେଶ୍ୱର ଲୋକସେବା ଭବନଠାରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ “ଓଡ଼ିଶାରେ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ଥଳୀର ବିକାଶ” ସମ୍ପର୍କିତ ଏକ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିରେ ଉପମୁଖ୍ୟମନ୍ତ୍ରୀ ଶ୍ରୀପରିଡ଼ା ଅଧ୍ୟକ୍ଷତା କରିଥିଲେ।

ଏହି କର୍ମଶାଳାରେ, ପର୍ଯ୍ୟଟନ ବିଭାଗ ପକ୍ଷରୁ ଦୁଇଟି ପ୍ରସ୍ତାବିତ ପର୍ଯ୍ୟଟନ ସ୍ଥଳୀ — ‘ପୁରୀ-କୋଣାର୍କ’ ଏବଂ ‘ହୀରାକୁଦ’ ବିଷୟରେ ଉପସ୍ଥାପନା କରାଯାଇଥିଲା। ଜଗନ୍ନାଥ ସଂସ୍କୃତି, କୋଣାର୍କ ସୂର୍ଯ୍ୟ ମନ୍ଦିର, ଓଡ଼ିଶାର ସମୁଦ୍ରକୂଳ, ଚିଲିକା ଏବଂ ରଘୁରାଜପୁର ଐତିହ୍ୟ ଗ୍ରାମକୁ କେନ୍ଦ୍ର କରି ‘ପୁରୀ-କୋଣାର୍କ’ ଅଞ୍ଚଳକୁ ଏକ ବିଶ୍ୱସ୍ତରୀୟ ଐତିହ୍ୟ, ଆଧ୍ୟାତ୍ମିକ ଏବଂ ଉପକୂଳ ପର୍ଯ୍ୟଟନ ସ୍ଥଳୀ ଭାବେ ଉପସ୍ଥାପନା କରାଯାଇଥିଲା। ଅନ୍ୟପଟେ, ହୀରାକୁଦ ଜଳାଶୟ ଏବଂ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଭିତ୍ତି କରି ‘ହୀରାକୁଦ’କୁ ଏକ ଉଚ୍ଚ ସମ୍ଭାବନାମୟ ଇକୋ-ଟୁରିଜିମ୍ (ପରିବେଶ ପର୍ଯ୍ୟଟନ), ଜଳ ପର୍ଯ୍ୟଟନ ଏବଂ ସାହସିକ ପର୍ଯ୍ୟଟନ ସ୍ଥଳୀ ଭାବରେ ଉପସ୍ଥାପନା କରାଯାଇଥିଲା।

ବୈଠକରେ ଯୋଗଦେଇଥିବା ପ୍ରତିନିଧିମାନେ ପର୍ଯ୍ୟଟନ ସ୍ଥଳୀର ଯୋଜନା ପ୍ରସ୍ତୁତି, ‘ଡେଷ୍ଟିନେସନ ମ୍ୟାନେଜମେଣ୍ଟ ଅର୍ଗାନାଇଜେସନ’ (DMOs) ପ୍ରତିଷ୍ଠା, ଭିତ୍ତିଭୂମି ବିକାଶ, ପର୍ଯ୍ୟଟକଙ୍କ ପରିଚାଳନା, ସ୍ଥାୟୀତ୍ୱ, ପ୍ରଶାସନିକ ଚୌହଦୀ, ଘରୋଇ କ୍ଷେତ୍ରର ଅଂଶଗ୍ରହଣ ଏବଂ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ଭଳି ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା କରିଥିଲେ। ଓଡ଼ିଶା ପର୍ଯ୍ୟଟନ ନୀତି ଅଧୀନରେ ପର୍ଯ୍ୟଟନ ସୁବିଧା ସୁଯୋଗର ଉନ୍ନତି, ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ, ପର୍ଯ୍ୟଟକଙ୍କ ଅନୁଭୂତିକୁ ସମୃଦ୍ଧ କରିବା ଏବଂ ଦାୟିତ୍ୱପୂର୍ଣ୍ଣ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।

ଉପ-ମୁଖ୍ୟମନ୍ତ୍ରୀ ସମସ୍ତ ସମ୍ପୃକ୍ତ ବିଭାଗକୁ ପର୍ଯ୍ୟଟନ ବିଭାଗ ସହିତ ଘନିଷ୍ଠ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏବଂ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ବିକାଶ ପାଇଁ “ମିଶନ-ମୋଡ୍” (Mission-mode) ରେ ଆଗକୁ ବଢ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପର୍ଯ୍ୟଟନର ଅଭିବୃଦ୍ଧି ସହ ପରିବେଶ ସଂରକ୍ଷଣ ଏବଂ ସ୍ଥାନୀୟ ଜନସାଧାରଣଙ୍କ ଅଂଶଗ୍ରହଣ ମଧ୍ୟରେ ସନ୍ତୁଳନ ରକ୍ଷା କଲାଭଳି ନିର୍ଦ୍ଦିଷ୍ଟ ପର୍ଯ୍ୟଟନ ସ୍ଥଳୀଭିତ୍ତିକ ଯୋଜନା ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ସେ ପ୍ରକାଶ କରିଛନ୍ତି। ଏହି କର୍ମଶାଳାରେ ପର୍ଯ୍ୟଟନ ବିଭାଗର ସଚିବ (ଭାରପ୍ରାପ୍ତ) ସଚିନ ରାମଚନ୍ଦ୍ର ଯାଦବ, ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ରଙ୍କ ସହ ପୂର୍ତ୍ତ ବିଭାଗ, ଗୃହନିର୍ମାଣ ଓ ନଗର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଜଳସମ୍ପଦ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ପରିବହନ, ସଂସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ଏହାସହିତ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ASI), ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ୱାଟର ସ୍ପୋର୍ଟସ୍ (NIWS), ଇଣ୍ଡିଆନ୍ ମାଉଣ୍ଟେନିୟରିଂ ଫାଉଣ୍ଡେସନ୍ (IMF), ଆଡଭେଞ୍ଚର ଟୁର୍ ଅପରେଟର୍ସ ଆସୋସିଏସନ୍ ଅଫ୍ ଇଣ୍ଡିଆ (ATOAI), ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ଟୁର୍ ଅପରେଟର୍ସ (IATO), ଓଡ଼ିଶା ଆସୋସିଏସନ୍ ଅଫ୍ ଟୁର୍ ଅପରେଟର୍ସ (OATO) ଏବଂ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏସନ୍ ଅଫ୍ ଓଡ଼ିଶା (HRAO) ର ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ରହି ଆଲୋଚନା ସମୟରେ ନିଜ ନିଜର ମତାମତ ଉପସ୍ଥାପନା କରିଥିଲେ।

Previous Post

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

Next Post

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

FNN WEB

FNN WEB

Next Post
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.