• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

FNN WEB by FNN WEB
June 22, 2026
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ
0
SHARES
1
VIEWS

ସୁଦୃଢ଼ ହେବ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା, ଏଲ୍‌ନିନୋ, ଶୂନମୃତ୍ୟୁ ପ୍ରମୁଖ ପ୍ରସଙ୍ଗ

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍-ପ୍ରସ୍ତୁତି ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୬’ (SLNCC) ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଏକ ସମ୍ପୂର୍ଣ୍ଣ ‘ଫୁଲ୍ ପ୍ରୁଫ୍’ ବ୍ୟବସ୍ଥା ବିକଶିତ କରିଛି। ଏହି ଫୁଲ୍ ପ୍ରୁଫ୍ ବ୍ୟବସ୍ଥାକୁ ବଜାୟ ରଖିବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ‘ଏଲ୍ ନିନୋ’ ପ୍ରଭାବ ଯୋଗୁଁ କମ୍ ବୃଷ୍ଟିପାତ ହେବାର ଆଶଙ୍କା ଥିବାରୁ ଖରିଫ ଫସଲ ଯେପରି ପ୍ରଭାବିତ ନହେବ, ସେଥିପାଇଁ କୃଷି, ଜଳସେଚନ ଓ ଅନ୍ୟ ସମ୍ପୃକ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି ‘Whole of Government’ ଆଭିମୁଖ୍ୟରେ କାମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୃଷି ବିଭାଗକୁ ସ୍ୱତନ୍ତ୍ର ‘Contingency Plan’ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏକ ରାଜ୍ୟସ୍ତରୀୟ ମନିଟରିଂ ମେକାନିଜିମ୍ ଜରିଆରେ ବୃଷ୍ଟିପାତ, ଜଳସ୍ତର, କ୍ରପ-ପ୍ଲାନିଙ୍ଗ୍ ଏବଂ ସାର ଓ ବିହନ ଯୋଗାଣର ନିୟମିତ ତଦାରଖ କରାଯାଉଛି। ଚଳିତ ବର୍ଷ ମଧ୍ୟପ୍ରାଚ୍ୟରେ ଅଶାନ୍ତ ପରିବେଶ ଯୋଗୁଁ ବିଶ୍ୱବ୍ୟାପୀ ସାର ସଙ୍କଟ ଦେଖାଦେଇପାରେ, ତେଣୁ ୟୁରିଆ ଓ କମ୍ପ୍ଲେକ୍ସ ସାର ଯୋଗାଣ ଉପରେ ତୀକ୍ଷଣ ନଜର ରଖିବା ସହ ଆବଶ୍ୟକ ସ୍ଥଳେ ପର୍ଯ୍ୟାପ୍ତ ‘ନାନୋ ୟୁରିଆ’ ମହଜୁଦ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ବିଶେଷ କରି ସାରର କଳାବଜାରୀ ରୋକିବା ପାଇଁ ପ୍ରତ୍ୟେକ ପଞ୍ଚାୟତରେ ‘ନିରକ୍ଷଣ ସମିତି’ ଗଠନ କରାଯାଇଛି । ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଦକ୍ଷ ବିପର୍ଯ୍ୟୟ ପରିଚାଳନା ଉପରେ ଆଲୋକପାତ କରିଛନ୍ତି। ଓଡ଼ିଶାର ଏହି ସଫଳ ‘ଜିରୋ କାଜୁଆଲ୍‌ଟି’ (ଶୂନ୍ୟ ମୃତ୍ୟୁହାର) ନୀତି ଆଜି ବିଶ୍ୱବ୍ୟାପୀ ଆଦୃତ ହୋଇଛି। ନିକଟରେ ପୁରୀଠାରେ ଅନୁଷ୍ଠିତ ବ୍ରିକ୍ସ (BRICS) ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟଗୋଷ୍ଠୀର ବୈଷୟିକ ବୈଠକରେ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟ ରାଜ୍ୟର ଏହି ଦୀର୍ଘକାଳୀନ ବିପର୍ଯ୍ୟୟ ପ୍ରଶମନ ଓ ନିରାକରଣ ବ୍ୟବସ୍ଥାକୁ ଭୂୟସୀ ପ୍ରଶଂସା କରିଛନ୍ତି ବୋଲି ଶ୍ରୀ ମାଝୀ ସୂଚନା ଦେଇଛନ୍ତି।

ଗତ ଅକ୍ଟୋବର ମାସରେ ଓଡ଼ିଶା ଉପକୂଳ ଅତିକ୍ରମ କରିଥିବା ସାମୁଦ୍ରିକ ବାତ୍ୟା “ମୋନ୍ଥା” ଏବଂ ପୂର୍ବର “ଦାନା” ବାତ୍ୟା ସମୟରେ ରାଜ୍ୟର ଦକ୍ଷ ପରିଚାଳନା ଦେଖିବାକୁ ମିଳିଥିଲା। “ମୋନ୍ଥା” ଦ୍ୱାରା ରାଜ୍ୟର ୧୧ଟି ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ସରକାରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ସମ୍ବେଦନଶୀଳ ଅଞ୍ଚଳରୁ ପ୍ରାୟ ୩୮ ହଜାର ଲୋକଙ୍କୁ ସୁରକ୍ଷିତ ଭାବେ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଯୁଦ୍ଧକାଳୀନ ଉଦ୍ଧାର କାର୍ଯ୍ୟରେ ୩୩ଟି ଓଡ୍ରାଫ୍ (ODRAF), ୫ଟି ଏନଡିଆରଏଫ୍ (NDRF) ଏବଂ ୧୨୩ଟି ଅଗ୍ନିଶମ ବାହିନୀ ନିୟୋଜିତ ହୋଇ ରେକର୍ଡ ସମୟ ମଧ୍ୟରେ ସ୍ଥିତି ସ୍ୱାଭାବିକ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀ ଭାଇମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ଆମ ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଚାଷୀମାନଙ୍କୁ ସହାୟତା ଦେବା ପାଇଁ ରାଜ୍ୟ ସରକାର ‘ଅଦିନିଆ ବର୍ଷା’କୁ ଏକ ‘ରାଜ୍ୟ-ନିର୍ଦ୍ଦିଷ୍ଟ ବିପର୍ଯ୍ୟୟ’ (State Specific Disaster ) ଭାବେ ଘୋଷଣା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଭିତ୍ତିଭୂମି ପ୍ରସ୍ତୁତି କ୍ରମରେ ରାଜ୍ୟରେ ଥିବା ୯୧୧ଟି ବହୁମୁଖୀ ଆଶ୍ରୟସ୍ଥଳୀର ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ଆଶ୍ରୟସ୍ଥଳୀ ପିଛା ୬ ଲକ୍ଷ ଟଙ୍କା ଲେଖାଏଁ ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯାଇଛି, ଯେଉଁଠାରେ ପାନୀୟ ଜଳ, ଆଲୋକ ଓ ରନ୍ଧାଖାଦ୍ୟର ବ୍ୟବସ୍ଥା ପ୍ରାକ୍-ପ୍ରସ୍ତୁତି ସମୟରେ ହିଁ ସୁନିଶ୍ଚିତ କରାଯିବ। ଜାତୀୟ ସ୍ତରର କମନ ଆଲର୍ଟିଂ ପ୍ରୋଟୋକଲ (CAP) ମାଧ୍ୟମରେ SMS ପ୍ରେରଣ ବ୍ୟବସ୍ଥା, ୨୪ ଘଣ୍ଟିଆ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ଏବଂ ୧୧୨ ହେଲ୍ପଲାଇନ ସମ୍ପୂର୍ଣ୍ଣ ସକ୍ରିୟ ରହିଛି। ବିପର୍ଯ୍ୟୟ ସମୟରେ ଗୁଜବ ରୋକିବା ପାଇଁ ଟେଲିଭିଜନ ସହିତ ସୋସିଆଲ ମିଡିଆ ମାଧ୍ୟମରେ ମୋବାଇଲ୍‌ରେ ଲୋକଙ୍କୁ ସଠିକ୍ ଓ ନିର୍ଭୁଲ ସୂଚନା ଦେବାକୁ ମୁଖ୍ୟମନ୍ତ୍ରୀ ବିଶେଷ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନର ୨୦ଟି ଓଡ୍ରାଫ୍ (ODRAF) ଟିମ୍ ଏବଂ ୩୪୭ଟି ଅଗ୍ନିଶମ କେନ୍ଦ୍ର ଅତ୍ୟାଧୁନିକ ସରଞ୍ଜାମ ସହ ପ୍ରସ୍ତୁତ ଥିବାବେଳେ, ରାଜ୍ୟରେ ଆଉ ୧୦ଟି ନୂତନ ଓଡ୍ରାଫ୍ ବାହିନୀ ଗଠନ ପ୍ରକ୍ରିୟା ଜାରି ରହିଛି। ଶେଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ପାଇଁ ସରକାର ଓ ଜନସାଧାରଣଙ୍କ ମିଳିତ ପ୍ରୟାସ ଏକାନ୍ତ ଆବଶ୍ୟକ ଏବଂ ସମସ୍ତ ବିଭାଗ ସମନ୍ୱୟ ରକ୍ଷା କରି ଓଡ଼ିଶାବାସୀଙ୍କ ଜୀବନ ଓ ଜୀବିକାର ସୁରକ୍ଷା ପାଇଁ ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବେ।

ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ପୂଜାରୀ ଦର୍ଶାଇଥିଲେ ଯେ ଓଡ଼ିଶା କିଭଳି ବିଗତ ଦିନରେ ପ୍ରାକୃତିକ ସଂକଟଗୁଡ଼ିକର ସଫଳତାର ସହ ମୁକାବିଲା କରି ସାରା ବିଶ୍ୱରେ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିପାରିଛି। ବିଶେଷ କରି ସରକାରଙ୍କ ସୁଚିନ୍ତିତ ପ୍ରାକ୍-ପ୍ରସ୍ତୁତି ଏବଂ ସମୟୋଚିତ ଉଦ୍ଧାର କାର୍ଯ୍ୟ ଯୋଗୁଁ ରାଜ୍ୟ ‘ଜିରୋ କାଜୁଆଲ୍‌ଟି’ ବା ଶୂନ୍ୟ ମୃତ୍ୟୁହାର ନୀତିକୁ ସଫଳତାର ସହ ପାଳନ କରିବାରେ ସମର୍ଥ ହୋଇଛି। ରାଜ୍ୟର ବିପର୍ଯ୍ୟୟ ପରିଚାଳନା ପାଇଁ ଆବଶ୍ୟକୀୟ ଆର୍ଥିକ ଅନୁଦାନ ଓ ଭିତ୍ତିଭୂମିର ସମୀକ୍ଷା କରିବା ସହ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (SDRF) ର ସଠିକ୍ ବିନିଯୋଗ ଉପରେ ଶ୍ରୀ ପୂଜାରୀ ଆଲୋକପାତ କରିଥିଲେ। ସେ ସୂଚନା ଦେଇଥିଲେ ଯେ ବିଗତ ବନ୍ୟା ଓ ବାତ୍ୟା ସମୟରେ ଉତ୍ତର ଓଡ଼ିଶା ଏବଂ ଆକସ୍ମିକ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକୁ କୋଟି କୋଟି ଟଙ୍କାର ତୁରନ୍ତ ରିଲିଫ୍ ଓ ସାଧାରଣ ସମ୍ପତ୍ତିର ସାମୟିକ ମରାମତି ସହାୟତା ଯୋଗାଇ ଦିଆଯାଇଛି ବୋଲି କହିଥିଲେ ।

ଗୁରୁତ୍ୱପୂର୍ଣ୍ଣ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଉପସ୍ଥିତ ବିଧାୟକବୃନ୍ଦ ଏବଂ ସାଂସଦଗଣ ନିଜ ନିଜ ନିର୍ବାଚନ ମଣ୍ଡଳୀର ବାସ୍ତବ କ୍ଷେତ୍ରସ୍ତରୀୟ ସ୍ଥିତିକୁ ଆଧାର କରି ଅନେକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଉପସ୍ଥାପନ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଜନପ୍ରତିନିଧିମାନଙ୍କ ସମସ୍ତ ମୂଲ୍ୟବାନ ପରାମର୍ଶକୁ ସ୍ୱାଗତ କରିବା ସହ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଯୋଜନାରେ ଏହାକୁ ଉପଯୁକ୍ତ ସ୍ଥାନ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ରାଜ୍ୟ ମନ୍ତ୍ରମଣ୍ଡଳର ସଦସ୍ୟବୃନ୍ଦ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

କୋଚିଂ ସେଣ୍ଟରରେ ଲାଗିଲା ନିଆଁ: ଘଟଣାସ୍ଥଳରେ ୧୫ଜଣଙ୍କ ମୃତ୍ୟୁ

Next Post

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

FNN WEB

FNN WEB

Next Post
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.