• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

FNN WEB by FNN WEB
May 22, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର
0
SHARES
4
VIEWS

ଅପରାଜିତାଙ୍କୁ ସିଧାସଳଖ ଟାର୍ଗେଟ୍‌
ଯୋଜନାର ନାଁ ନେଇ ଭଲ କି ନାହିଁ ପଚାରିଲେ

ଖୋର୍ଦ୍ଧା/ପୁରୀ/ନୟାଗଡ଼/କଟକ: ବୁଧବାର ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପ୍ରଥମେ ଖୋର୍ଦ୍ଧା, ପରେ ନୟାଗଡ, ପୁରୀ ଓ କଟକରେ ମାରାଥନ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ଅପିଲ୍‌ କରିଛନ୍ତି।
ପ୍ରଥମେ ଖୋର୍ଦ୍ଧା ହାବେଳି ପଡିଆରେ ନିର୍ବାଚନୀ ସଭାରେ ଯୋଗଦେଇ ଜନତାଙ୍କୁ ସମ୍ବୋଧନ କରିଛନ୍ତି। ଏହାପରେ ନୟାଗଡ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ସେଠୁ ପୁରୀ ତାଳବଣିଆ, ପରେ କଟକ ଅଭିମୁଖେ ଯାଇ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ଖୋର୍ଦ୍ଧାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ଜନସଭାରେ ବିକାଶମୂଳକ କାମର ହିସାବ ଦେବା ସହ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ। ଆସନ୍ତା ଜୁଲାଇ ମାସରୁ ମାଗଣା ବିଜୁଳି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଏହାସହ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ମଧ୍ୟ ଭୁଲିନାହାନ୍ତି ନବୀନ ପଟ୍ଟନାୟକ। ବିରୋଧୀ ଏବେ ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି। ନିର୍ବାଚନ ଥିବାରୁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ସେ କହିଛନ୍ତି। କେବଳ ଏତିକି ନୁହେଁ ଖୋର୍ଦ୍ଧା ସଭାରୁ ଅପରାଜିତାଙ୍କୁ ମଧ୍ୟ ଟାର୍ଗେଟ କରିବାକୁ ଭୁଲିନାହାନ୍ତି ନବୀନ। ପୁରୀ ପରିକ୍ରମା ପ୍ରକଳ୍ପ ଓ ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବାକୁ ଭୁବନେଶ୍ୱର ସାଂସଦ ଚେଷ୍ଟା କରିଥିଲେ ବୋଲି କହିଛନ୍ତି ସେ। ତେଣୁ ଏଥର ବିଜେଡିର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ କହିଛନ୍ତି ନବୀନ। ବିଭିନ୍ନ ଯୋଜନା ଆପଣମାନଙ୍କୁ କେମିତି ଲାଗୁଛି ବୋଲି ଲୋକଙ୍କୁ ନବୀନ ପଟ୍ଟନାୟକ ପ୍ରଶ୍ନ କରିଥିଲେ। ବି.ଏସ୍‍.କେ.ୱାଇ, ମିଶନଶକ୍ତି, ମମତା, ଲକ୍ଷ୍ମୀବସ, କାଳିଆ, ୫ଟି ସ୍କୁଲ ରୂପାନ୍ତରଣ, ମଧୁବାବୁ ପେନ୍‍ସନ, ରାସନ କାର୍ଡ, ପୁରୀ ମନ୍ଦିର କାମ, ମା’ସମଲେଇଙ୍କ କାମ। ସବୁଥିରେ ସମ୍ମିଳିତ ସ୍ୱରରେ ଲୋକେ କହିଥିଲେ ‘ବହୁତ ଭଲ’।

ଏଣେ ୫ଟି ଅଧ୍ୟକ୍ଷ ଭୁବନେଶ୍ୱର ସାଂସଦଙ୍କୁ ତୀବ୍ର ସମାଲୋଚନା କରି କହିଲେ ଭୁବନେଶ୍ୱର ସାଂସଦ ତାଙ୍କ ରିପୋର୍ଟ କାର୍ଡ ଦେଇ ଲେଖିଛନ୍ତି ଯେ, ଜାତୀୟ ରାଜପଥ ନିର୍ମାଣରେ ୬ ହଜାର ୪୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଆପଣମାନେ କୁହନ୍ତୁ ଏନ୍‍.ଏଚ୍‍. ନିର୍ମାଣରେ ସାଂସଦଙ୍କ ଭୂମିକା କଣ ? କଳିଙ୍ଗ ଷ୍ଟାଡିୟମ ପାଖରେ ଫୁଟ୍ ଓଭର୍ ବ୍ରିଜ୍ କରିଛନ୍ତି, ୭ ହଜାର ସୋଲାର ଲାଇଟ, ୨୦ଟି ମିନିମାକ୍ସ ଲାଇଟ। ଏହା ହେଉଛି ଆପଣଙ୍କ ସାଂସଦଙ୍କ ବଡ଼ କାମ। ବର୍ତ୍ତମାନ ମନ୍ଦିର ବୁଲି ୱାଟର କୁଲର ଲଗାଉଛନ୍ତି। ଭୁବନେଶ୍ୱର ସାଂସଦ ଭାବେ ସହରକୁ ମେଟ୍ରୋ ଆଣିବା, ରିଙ୍ଗ ରୋଡ଼ କରି ଆଖପାଖ ଅଞ୍ଚଳକୁ ଭୁବନେଶ୍ୱର ସହିତ ଯୋଡ଼ିବା, ଏହାଦ୍ୱାରା ଭୁବନେଶ୍ୱର ସହିତ ପାରିପାର୍ଶ୍ୱିକ ଅଞ୍ଚଳ ଯଥା – ଖୋର୍ଦ୍ଧା, ବେଗୁନିଆ, ଜଟଣୀ ଆଦି ଅଞ୍ଚଳର ମଧ୍ୟ ଉନ୍ନତି ହୋଇପାରିବ। ଭୋପାଲ, ବେଙ୍ଗାଲୁରୁ ଓ ଜୟପୁରରେ ରାଜଧାନୀ ଅଞ୍ଚଳର ବିଜେପି ସାଂସଦମାନେ ସେମାନଙ୍କ ଅଞ୍ଚଳ ପାଇଁ ବଡ଼ ବଡ଼ ପ୍ରୋଜେକ୍ଟ ଆଣିପାରିଛନ୍ତି। ଖୋର୍ଦ୍ଧାରେ ନବୀନ ସରକାର କେଉଁ କେଉଁ ଶିଳ୍ପପ୍ରତିଷ୍ଠା କରିଛନ୍ତି, ତା’ର ହିସାବ ଦେଇଛନ୍ତି ସେ। ସାଂସଦ ଭାବେ ଆମର ଆଶା ଥିଲା ସେ ଭୁବନେଶ୍ୱର ପାଇଁ ଅନେକ ଶିଳ୍ପ ଆଣିବେ। ଆପଣଙ୍କ ଅଞ୍ଚଳର ଗର୍ବ ଓ ଗୌରବ ପାଇକ ବିଦ୍ରୋହ ବିଷୟରେ ସେ କିଛି କରିଛନ୍ତି କି ? ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ବାରମ୍ୱାର ଚିଠି ଲେଖୁଛନ୍ତି, କିନ୍ତୁ ସେ ଚୁପ୍‍ ଅଛନ୍ତି।

Previous Post

ଭର୍ତ୍ତୁହରିଙ୍କ ମୁଖା ଖୋଲିଲେ ପାଣ୍ଡିଆନ

Next Post

ଯୁବବର୍ଗଙ୍କ ବିକାଶକୁ ଗୁରୁତ୍ବ: ୧ ଲକ୍ଷ କୋଟିର ସ୍ବତନ୍ତ୍ର ବଜେଟ

FNN WEB

FNN WEB

Next Post
ଯୁବବର୍ଗଙ୍କ ବିକାଶକୁ ଗୁରୁତ୍ବ: ୧ ଲକ୍ଷ କୋଟିର ସ୍ବତନ୍ତ୍ର ବଜେଟ

ଯୁବବର୍ଗଙ୍କ ବିକାଶକୁ ଗୁରୁତ୍ବ: ୧ ଲକ୍ଷ କୋଟିର ସ୍ବତନ୍ତ୍ର ବଜେଟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.