• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲଘୁଚାପ ଆଣିଲା ବଡ଼ ବିପଦ ! ହାଇ ଆଲର୍ଟରେ ରାଜ୍ୟ ସରକାର, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍

FNN WEB by FNN WEB
July 4, 2026
in ଓଡ଼ିଶା
0
ଲଘୁଚାପ ଆଣିଲା ବଡ଼ ବିପଦ ! ହାଇ ଆଲର୍ଟରେ ରାଜ୍ୟ ସରକାର, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
0
SHARES
0
VIEWS

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ସୁଦୃଢ଼ ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବ୍ୟାପକ ବର୍ଷା ଜାରି ରହିଥିବାବେଳେ ରାଜ୍ୟ ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି। ସ୍ୱତନ୍ତ୍ର ରିଲିଫ କମିଶନର (SRC)ଙ୍କ ଅଧୀନସ୍ଥ ଷ୍ଟେଟ୍ ଇମର୍ଜେନ୍ସି ଅପରେସନ୍ ସେଣ୍ଟର୍ (SEOC) ସମସ୍ତ ଜିଲ୍ଲା ଜରୁରୀକାଳୀନ ପରିଚାଳନା କେନ୍ଦ୍ର (DEOC) ସହ ସମନ୍ୱୟ ରକ୍ଷା କରି ୨୪ ଘଣ୍ଟିଆ ପରିସ୍ଥିତିର ନିରୀକ୍ଷଣ କରୁଛି।

ଭାରତୀୟ ପାଣିପାଗ ବିଭାଗ (IMD)ର ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କେତେକ ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର ଓ କନ୍ଧମାଳ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟାରେ ଅର୍ଥାତ୍ ଜୁଲାଇ ୪ ତାରିଖ ସକାଳ ୮ଟା ୩୦ ସୁଦ୍ଧା ରାଜ୍ୟରେ ହାରାହାରି ୨୪.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବରଗଡ଼ ଜିଲ୍ଲାର ସୋହେଲା ବ୍ଲକରେ ସର୍ବାଧିକ ୨୦୨ ମିଲିମିଟର ବର୍ଷା ହୋଇଛି। ରାଜ୍ୟର ୬ଟି ବ୍ଲକରେ ୧୦୦ ମିଲିମିଟରରୁ ଅଧିକ ଏବଂ ୩୮ଟି ବ୍ଲକ ସହ ୩ଟି ସହରାଞ୍ଚଳର ୪ଟି କେନ୍ଦ୍ରରେ ୫୦ରୁ ୧୦୦ ମିଲିମିଟର ମଧ୍ୟରେ ବର୍ଷା ରେକର୍ଡ ହୋଇଛି। ଜୁଲାଇ ୧ରୁ ୪ ତାରିଖ ମଧ୍ୟରେ ରାଜ୍ୟରେ ମୋଟ ୯୪.୨ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ଏହା ସ୍ୱାଭାବିକ ହାର ୪୩.୭ ମିଲିମିଟର ତୁଳନାରେ ୧୧୫.୮ ପ୍ରତିଶତ ଅଧିକ ରହିଛି।

ରାଜ୍ୟର ସମସ୍ତ ପ୍ରମୁଖ ନଦୀ ବର୍ତ୍ତମାନ ସତର୍କ ସ୍ତରରୁ ତଳେ ପ୍ରବାହିତ ହେଉଛନ୍ତି ଏବଂ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ। ରେଡ୍, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ସମସ୍ତ ଜିଲ୍ଲାରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନିକ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ସଜାଗ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନୀୟ ଭାବେ ଜଳବନ୍ଦୀ, ତଳିଆ ଅଞ୍ଚଳରେ ଜଳଜମା, ସହରାଞ୍ଚଳର ଅଣ୍ଡରପାସ୍ ବନ୍ଦ, କଚ୍ଚା ରାସ୍ତା ଓ ଦୁର୍ବଳ ସଂରଚନାର କ୍ଷୟକ୍ଷତି, ଫସଲର ସମ୍ଭାବ୍ୟ କ୍ଷତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପ୍ରତିଷେଧକ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି।

ସେହିପରି ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ରହିବା, ପାଣିପାଗ ସମ୍ବନ୍ଧୀୟ ସରକାରୀ ସୂଚନା ଉପରେ ନଜର ରଖିବା ଏବଂ ସମସ୍ତ ପରାମର୍ଶକୁ ପାଳନ କରିବା ପାଇଁ ଲୋକମାନଙ୍କୁ ଅନୁରୋଧ କରାଯାଇଛି। ଜୁଲାଇ ୪ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀମାନଙ୍କୁ ମାଛ ଧରିବା ପାଇଁ ନଯିବାକୁ ପରାମର୍ଶ ଦିଆଯାଇଛି।

ଷ୍ଟେଟ୍ ଇମର୍ଜେନ୍ସି ଅପରେସନ୍ ସେଣ୍ଟର୍ ସମସ୍ତ ଜିଲ୍ଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗ ସହ ସମନ୍ୱୟ ରକ୍ଷା କରି ପରିସ୍ଥିତି ଉପରେ ସତତ ନଜର ରଖିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସାମଗ୍ରିକ ପରିସ୍ଥିତି ସ୍ୱାଭାବିକ ରହିଛି ଏବଂ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି।

Previous Post

ଶ୍ରୀମଦ୍ ଭାଗବତ କଥା ଆୟୋଜନର ସଫଳତା; ଗୁପ୍ତା ପରିବାର ଏସଜିବିଏଲ୍ ଗ୍ରୁପ ପକ୍ଷରୁ ବନ୍ଧୁମିଳନ

Next Post

ଡାକ୍ତର ଆନ୍ଦୋଳନ ସ୍ଥଗିତ : ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ

FNN WEB

FNN WEB

Next Post
ଡାକ୍ତର ଆନ୍ଦୋଳନ ସ୍ଥଗିତ : ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ

ଡାକ୍ତର ଆନ୍ଦୋଳନ ସ୍ଥଗିତ : ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସଂସଦରେ ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ, ଜୁଲାଇ ୧୩ ପର୍ଯ୍ୟନ୍ତ ଚାଲିବ ବୈଠକ

ସଂସଦରେ ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ, ଜୁଲାଇ ୧୩ ପର୍ଯ୍ୟନ୍ତ ଚାଲିବ ବୈଠକ

July 4, 2026
ଟେଲିଗ୍ରାମ ଉପରେ ପୁଣି ସରକାରଙ୍କ ଛାଟ, ପାଇରେଟେଡ୍ ଫିଲ୍ମ ଏବଂ OTT କଣ୍ଟେଣ୍ଟ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ

ଟେଲିଗ୍ରାମ ଉପରେ ପୁଣି ସରକାରଙ୍କ ଛାଟ, ପାଇରେଟେଡ୍ ଫିଲ୍ମ ଏବଂ OTT କଣ୍ଟେଣ୍ଟ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ

July 4, 2026
ମମତାଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟିଏମସିର ରାଜ୍ୟ ସଭାପତି, ବିଦ୍ରୋହୀ ଗୋଷ୍ଠୀରେ ସାମିଲ

ମମତାଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟିଏମସିର ରାଜ୍ୟ ସଭାପତି, ବିଦ୍ରୋହୀ ଗୋଷ୍ଠୀରେ ସାମିଲ

July 4, 2026
ଦିଲ୍ଲୀ ଦଙ୍ଗା ମାମଲା: ଉମର ଖାଲିଦ୍ ଏବଂ ସରଜିଲ୍ ଇମାମଙ୍କ ଜାମିନ ଆବେଦନ ଖାରଜ

ଦିଲ୍ଲୀ ଦଙ୍ଗା ମାମଲା: ଉମର ଖାଲିଦ୍ ଏବଂ ସରଜିଲ୍ ଇମାମଙ୍କ ଜାମିନ ଆବେଦନ ଖାରଜ

July 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସଂସଦରେ ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ, ଜୁଲାଇ ୧୩ ପର୍ଯ୍ୟନ୍ତ ଚାଲିବ ବୈଠକ

ସଂସଦରେ ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ, ଜୁଲାଇ ୧୩ ପର୍ଯ୍ୟନ୍ତ ଚାଲିବ ବୈଠକ

July 4, 2026
ଟେଲିଗ୍ରାମ ଉପରେ ପୁଣି ସରକାରଙ୍କ ଛାଟ, ପାଇରେଟେଡ୍ ଫିଲ୍ମ ଏବଂ OTT କଣ୍ଟେଣ୍ଟ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ

ଟେଲିଗ୍ରାମ ଉପରେ ପୁଣି ସରକାରଙ୍କ ଛାଟ, ପାଇରେଟେଡ୍ ଫିଲ୍ମ ଏବଂ OTT କଣ୍ଟେଣ୍ଟ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ

July 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.