• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁରୀ-କୋରାପୁଟ-ପୁରୀ ନୂଆ ଟ୍ରେନର ଶୁଭାରମ୍ଭ, ଉତ୍ତର ଓଡ଼ିଶା ପାଇଁ ବି ସ୍ବତନ୍ତ୍ର ଘୋଷଣା କଲେ ରେଳମନ୍ତ୍ରୀ

FNN WEB by FNN WEB
July 6, 2026
in ଓଡ଼ିଶା
0
ପୁରୀ-କୋରାପୁଟ-ପୁରୀ ନୂଆ ଟ୍ରେନର ଶୁଭାରମ୍ଭ, ଉତ୍ତର ଓଡ଼ିଶା ପାଇଁ ବି ସ୍ବତନ୍ତ୍ର ଘୋଷଣା କଲେ ରେଳମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର: ପୁରୀ ରେଳ ଷ୍ଟେସନଠାରେ ଶୁଭାରମ୍ଭ ହୋଇଛି ପୁରୀ-କୋରାପୁଟ-ପୁରୀ ନୂତନ ଟ୍ରେନ। ପୁରୀ ରେଳ ଷ୍ଟେସନଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶରେ ଏବେ ଏକ ଟ୍ରାନସ୍ଫର୍ମେସନର ଯୁଗ ଆସିଛି। ସଡ଼କଠାରୁ ଆରମ୍ଭ କରି ରେଳ, ବିମାନସେବା ସବୁ କ୍ଷେତ୍ରରେ ପରିବର୍ତ୍ତନ ଆସିଛି । ମୋଦୀଜୀଙ୍କ ନେତୃତ୍ୱରେ ବିକଶିତ ଭାରତ ଗଠନ ପାଇଁ ଯେଉଁ ଅଭିଯାନ ଚାଲିଛି ସେଥିରେ ଅଶ୍ୱିନୀ ବୈଷ୍ଣବଜୀ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ମହାପ୍ରଭୁଙ୍କ ରଥଯାତ୍ରା ପୂର୍ବରୁ ଏହି ଟ୍ରେନର ଲୋକାର୍ପଣ ଚଳିତ ବର୍ଷ ଭକ୍ତମାନଙ୍କ ପାଇଁ କେନ୍ଦ୍ର ରେଳମନ୍ତ୍ରୀଙ୍କର ଏକ ସୁନ୍ଦର ଉପହାର ବୋଲି ସେ କହିଥିଲେ।

ଏହି ଟ୍ରେନ ସପ୍ତାହକୁ ତିନି ଦିନ ଚାଲିବ ଏବଂ ପୂର୍ବ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାକୁ ଯୋଡି ସମସ୍ତଙ୍କ ପାଇଁ ଏକ ସୁଖଦ ଯାତ୍ରାର ଅନୁଭବ ଆଣିବ। ଦକ୍ଷିଣ ଓ ପଶ୍ଚିମ ଓଡିଶାର ଯେଉଁ ଲୋକମାନେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିବେ କିମ୍ବା ଭୁବନେଶ୍ୱରକୁ କୌଣସି କାମରେ ଆସିବେ ସେମାନଙ୍କ ପାଇଁ ଏହି ଟ୍ରେନ ଏକ ଆଶୀର୍ବାଦ ସ୍ୱରୂପ ହେବ ବୋଲି ସେ କହିଛନ୍ତି।

ସେ ପୁଣି କହିଥିଲେ ବର୍ତ୍ତମାନ ରାଜ୍ୟର ସବୁ ଜିଲ୍ଲାରେ ରେଳ ଯୋଗାଯୋଗ ବ୍ୟବସ୍ଥା କରିବା ପାଇଁ କେନ୍ଦ୍ର ରେଳମନ୍ତ୍ରୀ ତାଙ୍କ ଉଦ୍ୟମ ଜାରି ରଖିଛନ୍ତି। ଓଡ଼ିଶାରେ ବର୍ତ୍ତମାନ ୯୭ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି। ଓଡ଼ିଶାର ୫୯ ରେଳ ଷ୍ଟେସନକୁ ‘ଅମୃତ ଭାରତ’ ଯୋଜନାରେ ଆଧୁନିକୀକରଣ କରାଯାଉଛି। ସେଥିରେ ୧୮୪ କୋଟି ଟଙ୍କା ଖର୍ଚ୍ଚରେ ପୁରୀ ଷ୍ଟେସନର କାମ ମଧ୍ୟ ଚାଲୁ ରହିଛି। ପୁରୀର ସାଂସ୍କୃତିକ ଓ ଆଧ୍ୟତ୍ମିକ ବୈଭବକୁ ଦୃଷ୍ଟିରେ ରଖି ଏହାର ଡିଜାଇନ କରାଯାଇଛି। ଆସନ୍ତା ବର୍ଷ ଏହାକୁ ସମ୍ପୂର୍ଣ୍ଣ କରିବା ପାଇଁ ଧାର୍ଯ୍ୟ କରାଯାଇଛି ।

କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତି ପାଇଁ ଧନ୍ୟବାଦ ଜଣାଇ କହିଥିଲେ ଯେ, ଉପକୂଳ ଓଡ଼ିଶାକୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ସହ ଯୋଡ଼ିବା ପାଇଁ ବହୁ ଦିନରୁ ଜନସାଧାରଣଙ୍କ ଦାବି ରହିଥିଲା।

ମୁଖ୍ୟମନ୍ତ୍ରୀ ମଧ୍ୟ ଏ ସମ୍ପର୍କରେ ଚିଠି ଦ୍ୱାରା ଅନୁରୋଧ କରିଥିଲେ ବୋଲି ପ୍ରକାଶ କରି ଶ୍ରୀ ବୈଷ୍ଣବ କହିଥିଲେ ଯେ, ଆଜି ଶୁଭାରମ୍ଭ ହୋଇଥିବା ଏହି ଟ୍ରେନ ଓଡିଶାର ଅନେକ ଜିଲ୍ଲାକୁ ପୁରୀ ସହ ଯୋଡିବ। ଦୁଇ ବର୍ଷ ତଳେ ଆମେ ଓଡ଼ିଶାବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲୁ ୫ ବର୍ଷରେ ଏକ ଲକ୍ଷ କୋଟି ଟଙ୍କା ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ବିନିଯୋଗ କରିବୁ ବୋଲି । ଦୁଇ ବର୍ଷରେ ୯୭ ହଜାର କୋଟି ଟଙ୍କାରେ ପହଞ୍ଚିଲାଣି।

ଜାତୀୟ ରାଜପଥ କ୍ଷେତ୍ରରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳଜୀଙ୍କ ସ୍ୱର୍ଣ୍ଣ ଚତୁର୍ଭୂଜ ଯୋଜନା ପରି ରେଳବାଇ କ୍ଷେତ୍ରରେ ସମଗ୍ର ଦେଶକୁ ଯୋଡ଼ିବା ପାଇଁ ମୋଦୀଜୀ ସ୍ୱର୍ଣ୍ଣ ଚତୁର୍ଭୂଜ ଯୋଜନାର ଲକ୍ଷ୍ୟ ରଖିଛନ୍ତି ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ କେନ୍ଦ୍ର ରେଳମନ୍ତ୍ରୀ ପୁରୀ-କୋରାପୁଟ ଟ୍ରେନ ପରି ଉତ୍ତର ଓଡିଶା ପାଇଁ ଏକ ଟ୍ରେନ ଆରମ୍ଭ କରାଯିବ ବୋଲି ଘୋଷଣା କରିଥିଲେ।

ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଜେନା ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଉପତ୍ୟକାରୁ ଉପକୂଳକୁ ଯୋଡ଼ିବ ଏହି ନୂତନ ଟ୍ରେନ। ୫ ବର୍ଷରେ ରେଳ ବିକାଶ ପାଇଁ ଯେଉଁ କଥା ଦେଇଥିଲେ ଆଜି ଦୁଇ ବର୍ଷରେ ତାହା ପୂରଣ ହେବାକୁ ଯାଉଛି । ଏହା ହେଉଛି ଡବଲ ଇଞ୍ଜିନ ସରକାରର କମାଲ୍।

ପୁରୀ ସାଂସଦ ଡ. ସମ୍ବିତ ପାତ୍ର ଏହି ଟ୍ରେନ ପାଇଁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ, ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳ ଷ୍ଟେସନରେ ସମସ୍ତ ସୁବିଧା କରାଯାଉଛି। ରଥଯାତ୍ରା ଅବସରରେ ୩୦୦ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ବୋଲି ସେ କହିଥିଲେ।

ଏହି ଅବସରରେ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର ଏବଂ ପୁରୀ ଜିଲ୍ଲା ପ୍ରଶାସନ ଓ ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ପୂର୍ବରୁ ପଶ୍ଚିମ କୁ ଗଡ଼ିଲା ସିଧାସଳଖ ଟ୍ରେନ ପୁରୀ କୋରାପୁଟ ଏକ୍ସପ୍ରେସ

Next Post

ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ

FNN WEB

FNN WEB

Next Post
ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ

ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ; ରଥଯାତ୍ରାରେ ଗୋଟିଏ ବି ଅଧିକ କର୍ଡନ ପାସ୍ ଇସ୍ୟୁ ହେବନି

ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ; ରଥଯାତ୍ରାରେ ଗୋଟିଏ ବି ଅଧିକ କର୍ଡନ ପାସ୍ ଇସ୍ୟୁ ହେବନି

July 6, 2026
ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ! ସରକାରଙ୍କୁ ପଠାଇଲେ ଇସ୍ତଫା ପତ୍ର

ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ! ସରକାରଙ୍କୁ ପଠାଇଲେ ଇସ୍ତଫା ପତ୍ର

July 6, 2026
ଏଣିକି ବର୍ଷକୁ ୪ଟି ପରୀକ୍ଷା, ତୃତୀୟରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଯୋଜନା

ଏଣିକି ବର୍ଷକୁ ୪ଟି ପରୀକ୍ଷା, ତୃତୀୟରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଯୋଜନା

July 6, 2026
ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ

ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ

July 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ; ରଥଯାତ୍ରାରେ ଗୋଟିଏ ବି ଅଧିକ କର୍ଡନ ପାସ୍ ଇସ୍ୟୁ ହେବନି

ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ; ରଥଯାତ୍ରାରେ ଗୋଟିଏ ବି ଅଧିକ କର୍ଡନ ପାସ୍ ଇସ୍ୟୁ ହେବନି

July 6, 2026
ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ! ସରକାରଙ୍କୁ ପଠାଇଲେ ଇସ୍ତଫା ପତ୍ର

ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ! ସରକାରଙ୍କୁ ପଠାଇଲେ ଇସ୍ତଫା ପତ୍ର

July 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.