• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଥଯାତ୍ରା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ସୁରକ୍ଷା ବ୍ୟବସ୍ଥାରେ ୧୨ହଜାର ପୋଲିସ, ଜଗିବ ୪୭୦ CCTV

FNN WEB by FNN WEB
July 10, 2026
in ଓଡ଼ିଶା
0
ରଥଯାତ୍ରା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ସୁରକ୍ଷା ବ୍ୟବସ୍ଥାରେ ୧୨ହଜାର ପୋଲିସ, ଜଗିବ ୪୭୦ CCTV
0
SHARES
0
VIEWS

ଭୁବନେଶ୍ୱର ୧୦।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ପାଇଁ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ସହିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ସହଯୋଗ, ସମନ୍ୱୟ ଓ ନିରନ୍ତର ଯୋଗାଯୋଗ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି।

ଗତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ପୁରୀରେ ସମୀକ୍ଷା ବୈଠକ କରିବା ପାରେ ଆଜି ଆଉ ଥରେ ଲୋକସେବା ଭବନରେ ବିସ୍ତୃତ ସମୀକ୍ଷା କରିଛନ୍ତି। ବୈଠକରେ ନୀତିକାନ୍ତିରେ ସମୟାନୁବର୍ତ୍ତିତା, ରଥ ଓ ଯାତ୍ରୀଙ୍କ ସୁରକ୍ଷା, ଭିଡ ନିୟନ୍ତ୍ରଣ ଏବଂ ଅଗ୍ନିଶମ ସେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରି କହିଥିଲେ ଯେ, ଦକ୍ଷ ଓ ଅଭିଜ୍ଞ ଅଧିକାରୀଙ୍କ ପରିଚାଳନାରେ ରଥଯାତ୍ରା ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ହୋଇପାରିବ।

ସମନ୍ୱୟ ବା କୋ-ଅର୍ଡିନେସନ ଉପରେ ପୁନର୍ବାର ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ପ୍ରତ୍ୟେକ ସ୍ତରରେ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ତଥା ଆବଶ୍ୟକତା ଅନୁଯାୟୀ ପଦକ୍ଷେପ ନେବାପାଇଁ ନିରନ୍ତର ସୂଚନା ପ୍ରଦାନର ବ୍ୟବସ୍ଥା ରହିବା ଆବଶ୍ୟକ। କୌଣସି ପରିସ୍ଥିତିରେ ଯେପରି କମ୍ୟୁନିକେସନ ଗ୍ୟାପ ନରୁହେ, ସେଥିପ୍ରତି ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କର୍ଡନ ପରିଚାଳନା, ମହିଳାମାନଙ୍କ ସୁରକ୍ଷା, ସନ୍ଦିଗ୍ଧ ଓ ନିଶା ସେବନକାରୀଙ୍କ ଉପରେ ନଜର, ଟ୍ରାଫିକ ବ୍ୟବସ୍ଥା, ଖାଦ୍ୟ ଓ ପାନୀୟ ଜଳର ମାନ ଯାଞ୍ଚ, ଜରୁରୀକାଳୀନ ଇଭାକ୍ୟୁସନ, ପାଣିପାଗକୁ ଦେଖି ଉପଯୁକ୍ତ ପଦକ୍ଷେପ ଆଦି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରି ସମ୍ପୂର୍ଣ୍ଣ ବ୍ୟବସ୍ଥାକୁ ଫୁଲ୍-ପ୍ରୁଫ୍ କରିବା ପାଇଁ ପରାମର୍ଶ ଦେଇଥିଲେ।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ସୁରକ୍ଷା ବ୍ୟବସ୍ଥା ପାଇଁ ୧୨ ହଜାର ପୋଲିସ ତଥା CAPFର କର୍ମଚାରୀ ମୁତୟନ କରାଯାଇଛି। ଏହାସହିତ Coast Guard ଓ Indian Navy ମଧ୍ୟ ସଜାଗ ଅଛନ୍ତି। ରଥଯାତ୍ରା ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ୧୯ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନିୟୋଜନ କରାଯାଇଛି।

ସେହିପରି ୪୭୩ CCTV Camera ସହିତ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ ଜରୁରୀ ସୂଚନା ପ୍ରଦାନ କରିବା ପାଇଁ ୬୫ଟି ବଡ LED Screen ର ବ୍ୟବସ୍ଥା କରାଯାଇଛି। ଓଡିଆ, ହିନ୍ଦୀ ଓ ଇଂରାଜୀରେ ଏଥିରେ ସୂଚନା ଦିଆଯିବ। ମୋବାଇଲ ନେଟୱାର୍କ ପାଇଁ ୧୬ଟି ସ୍ଥାୟୀ ଓ ଅନେକ ଅସ୍ଥାୟୀ ଟାୱାରର ବ୍ୟବସ୍ଥା କରାଯାଇଛି। ସୂଚନା ପ୍ରଦାନ ପାଇଁ ଏଥରକ Bulk Messagingର ବ୍ୟବସ୍ଥା ମଧ୍ୟ କରାଯାଇଛି।

ଦିବ୍ୟାଙ୍ଗ ଓ ବୟୋଜ୍ୟେଷ୍ଠ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଗୁଣ୍ଡିଚା ମନ୍ଦିରରେ ଦର୍ଶନର ସୁବ୍ୟବସ୍ଥା ପାଇଁ Help Deskର ବ୍ୟବସ୍ଥା କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଭିଡ ନିୟନ୍ତ୍ରଣ ପାଇଁ ଅନେକ Evacuation Corridor ର ବ୍ୟବସ୍ଥା କରାଯାଇଛି। ସମସ୍ତ ସୁରକ୍ଷା କାର୍ଯ୍ୟର ନିୟନ୍ତ୍ରଣ ପାଇଁ ସମନ୍ୱିତ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସେଣ୍ଟର କରାଯାଇଛି।

ରଥଯାତ୍ରାର ପ୍ରତ୍ୟେକ ଟିକ୍ନିଖି କାର୍ଯ୍ୟ ପାଇଁ ଜଣେ ଜଣେ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ପାର୍କିଙ୍ଗ୍, ବଡଦାଣ୍ଡରେ ହାଇମାକ୍ସ ଲାଇଟର ବ୍ୟବସ୍ଥା କରାଯାଇଛି। ଏଥର ରଥଯାତ୍ରା ପାଇଁ ସ୍ୱତନ୍ତ୍ର ଭାବେ ୧୭୦୦ଟି ବାୟୋ-ଟଏଲେଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ୫ଟି ଟଏଲେଟକୁ ପରିସ୍କାର ପରିଚ୍ଛନ୍ନ କରିବା ପାଇଁ ଜଣେ ଜଣେ ସ୍ୱେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ତୁରନ୍ତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ୮ଟି ଅସ୍ଥାୟୀ ହସ୍ପିଟାଲ ମଧ୍ୟ କରାଯାଇଛି।

ଚଳିତ ବର୍ଷ ରଥଯାତ୍ରାରେ ପୁରୀକୁ ପ୍ରାୟ ୩୦୦ରୁ ଅଧିକ ଟ୍ରେନ ଚଳାଚଳ କରିବ। ତେଣୁ ଟ୍ରେନର ସମୟ ଅନୁଯାୟୀ ଭକ୍ତ ମାନଙ୍କ ଆଗମନକୁ ଦେଖି ଯାତ୍ରୀମାନଙ୍କୁ ଉପଯୁକ୍ତ ସୂଚନା ପ୍ରଦାନ କରିବା, ଭିଡ ନିୟନ୍ତ୍ରଣ ସହିତ ଅନ୍ୟାନ୍ୟ ବ୍ୟବସ୍ଥାକୁ ସଠିକ ରୂପେ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏବଂ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ସମସ୍ତ ବ୍ୟବସ୍ଥାର ସମ୍ପୂର୍ଣ୍ଣ ବିବରଣୀ ଉପସ୍ଥାପନ କରିଥିଲେ। ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ. ସିଂହ, ଗୃହ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଡ. ସୁଧାଂଶୁ ଷଡଙ୍ଗୀ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଶୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଏବଂ ବିଭିନ୍ନ ବିଭାଗର ସଚିବ ଓ ପୋଲିସ ଉଚ୍ଚ ପଦାଧିକାରୀ ଏବଂ ପୁରୀ ଜିଲ୍ଲାପାଳ ଓ ଏସ୍.ପି. ଉପସ୍ଥିତ ଥିଲେ।

Previous Post

RTO ଆଇନକୁ ଆହୁରି କଡ଼ା କଲା ପରିବହନ ବିଭାଗ

Next Post

ସମ୍ପୂର୍ଣ୍ଣ ସ୍ଲିପର୍ ସୁବିଧାଯୁକ୍ତ ପ୍ରିମିୟମ୍ ଏସି ବସ୍‌ର ଭଡ଼ା ଧାର୍ଯ୍ୟ, କି.ମି. ପିଛା ସର୍ବାଧିକ ୩.୫୦ ଟଙ୍କା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଜଟଣୀରେ ମଦ ଦୋକାନ କୁ ନେଇ ତେଜୁଛି ଜନ ଆନ୍ଦୋଳନ

ଜଟଣୀରେ ମଦ ଦୋକାନ କୁ ନେଇ ତେଜୁଛି ଜନ ଆନ୍ଦୋଳନ

July 10, 2026
ଗଛରୁ କଲରାପତରିଆ ବାଘ ମୃତଦେହ ମିଳିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୨ ଶିକାରୀ ଗିରଫ ସହ ବିପୁଳ ବନ୍ୟପ୍ରାଣୀ ସାମଗ୍ରୀ ଜବତ

ଗଛରୁ କଲରାପତରିଆ ବାଘ ମୃତଦେହ ମିଳିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୨ ଶିକାରୀ ଗିରଫ ସହ ବିପୁଳ ବନ୍ୟପ୍ରାଣୀ ସାମଗ୍ରୀ ଜବତ

July 10, 2026
୧୪ରେ ବଙ୍ଗୋପସାଗରରେ ଘୂର୍ଣିବଳୟ, ଏହି ତାରିଖରୁ ପ୍ରବଳ ବର୍ଷା : ଭିଜିବ ୧୦ରୁ ଅଧିକ ଜିଲ୍ଲା

୧୪ରେ ବଙ୍ଗୋପସାଗରରେ ଘୂର୍ଣିବଳୟ, ଏହି ତାରିଖରୁ ପ୍ରବଳ ବର୍ଷା : ଭିଜିବ ୧୦ରୁ ଅଧିକ ଜିଲ୍ଲା

July 10, 2026
ଏଥର ସାମାନ୍ୟ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ, ସୂଚନା ଦେଲେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ

ଏଥର ସାମାନ୍ୟ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ, ସୂଚନା ଦେଲେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ

July 10, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଜଟଣୀରେ ମଦ ଦୋକାନ କୁ ନେଇ ତେଜୁଛି ଜନ ଆନ୍ଦୋଳନ

ଜଟଣୀରେ ମଦ ଦୋକାନ କୁ ନେଇ ତେଜୁଛି ଜନ ଆନ୍ଦୋଳନ

July 10, 2026
ଗଛରୁ କଲରାପତରିଆ ବାଘ ମୃତଦେହ ମିଳିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୨ ଶିକାରୀ ଗିରଫ ସହ ବିପୁଳ ବନ୍ୟପ୍ରାଣୀ ସାମଗ୍ରୀ ଜବତ

ଗଛରୁ କଲରାପତରିଆ ବାଘ ମୃତଦେହ ମିଳିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୨ ଶିକାରୀ ଗିରଫ ସହ ବିପୁଳ ବନ୍ୟପ୍ରାଣୀ ସାମଗ୍ରୀ ଜବତ

July 10, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.